Monday, June 22, 2026 09:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୦୩୫ ସୁଦ୍ଧା ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

by Our Correspondent
23 May, 2025- 05:05 PM
in Latest News, News, Technology
1 min read
0
୨୦୩୫ ସୁଦ୍ଧା ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର – “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି। ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟିମାନଙ୍କ ସହିତ ଆଲୋଚନା ପରିପ୍ରେକ୍ଷୀରେ ଏହି ସୂଚନା ଦେଇଛନ୍ତି ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ । ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ ତତ୍‌ସମ୍ପର୍କିତ ଅତ୍ୟାଧୁନିକ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଭାରତର ସ୍ଥିତିକୁ ସୁଦୃଢ଼ କରିବ । ଭାରତର ପ୍ରଥମ ମାନବ ମହାକାଶ ମିଶନ, ‘ଗଗନାୟନ’ ୨୦୨୭ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ ହେବା ନିମନ୍ତେ ପ୍ରଚେଷ୍ଟା ଚାଲିଥିବା ବେଳେ ଏଥି ନିମନ୍ତେ ୪ ଜଣ ଟେଷ୍ଟ ପାଇଲଟଙ୍କୁ ମହାକାଶଚାରୀ ଭାବେ ପ୍ରଶିକ୍ଷଣ ଦିଆଯାଉଛି ।  ସେହିପରି ୨୦୪୭ ସୁଦ୍ଧା ଭାରତ ବିଶ୍ୱରେ ଏକ ମହାକାଶ ଶକ୍ତି ଭାବେ ନିଜକୁ ପ୍ରସ୍ତୁତ କରିବାର ଲକ୍ଷ୍ୟ ରଖିଛି । ଏପର୍ଯ୍ୟନ୍ତ ଋଷିଆ, ଯୁକ୍ତରାଷ୍ଟ ଆମେରିକା ଏବଂ ଚୀନ୍ ହିଁ ମହାକାଶକୁ ମାନବ ପଠାଇବାରେ ସଫଳ ହୋଇପାରିଛନ୍ତି ବୋଲି ସେ କହିଥିଲେ ।

ଜଣେ ରକେଟ ବିଶେଷଜ୍ଞଭାବେ ପରିଚିତ ଡକ୍ଟର ନାରାୟଣନ କହିଥିଲେ ଯେ ଯଦିଓ ଭାରତର ମହାକାଶ ଅଭିଯାନ ୧୯୬୨ରେ ଆରମ୍ଭ ହୋଇଥିଲା ଏହି ଯାତ୍ରା ଖୁବ୍ ଲମ୍ବା ଥିଲା । ଦେଶ ଏବେ ଜଣେ ଭାରତୀୟଙ୍କୁ ନିରାପଦ ଭାବେ ଚନ୍ଦ୍ରକୁ ପଠାଇ ପୁଣି ସଫଳତାର ସହ ଫେରାଇ ଆଣିବା ନିମନ୍ତେ ଲକ୍ଷ୍ୟ ରଖିଛି ।

ସେ କହିଥିଲେ ୧୯୬୯ ମସିହାରେ ଯେତେବେଳେ ଇସ୍ରୋ ପ୍ରତିଷ୍ଠା ହୋଇଥିଲା ସେତେବେଳକୁ ଯୁକ୍ତରାଷ୍ଟ୍ର ଆମେରିକା ସଫଳତାର ସହ ନିଲ ଆର୍ମଷ୍ଟ୍ରଙ୍ଗଙ୍କୁ ଚନ୍ଦ୍ରକୁ ପଠାଇସାରିଥିଲା । ତେବେ ବିଳମ୍ବରେ ଆରମ୍ଭ ହେବା ସତ୍ୱେ ଇସ୍ରୋ ଖୁବ୍ ଦୃଷ୍ଟାନ୍ତମୂଳକ ବିକାଶ କରିପାରିଛି । ୧୯୮୦ ମସିହାରେ ପ୍ରଥମ ଥର ପାଇଁ ଭାରତ ମହାକାଶକୁ ୩୫ କେଜିର ସାଟେଲାଇଟ୍ ପଠାଇବାରେ ସଫଳ ହୋଇପାରିଥିଲା । ପରବର୍ତୀ ସମୟରେ ଭାରତ ୬ଟି ପିଢ଼ିର ଲଂଚ ଭେହିକଲ ନିର୍ମାଣ କରିବାକୁ ସକ୍ଷମ ହୋଇଛି । ମାତ୍ର ୨୭ ଦିନ ମଧ୍ୟରେ ଏକ ୪୦ ମହଲା ଉଚ୍ଚର ରକେଟ ପ୍ରସ୍ତୁତ କରିବା ଭାରତ ନିମନ୍ତେ ଏକ ଉଲ୍ଲେଖନୀୟ ସଫଳତା ।

ଡ. ନାରାୟଣନ୍ କହିଥିଲେ ଯେ ଏପରି ଏକ ସମୟ ଥିଲା ଯେତେବେଳେ କ୍ରାୟୋଜେନିକ ଇଞ୍ଜିନ୍ ର ଜ୍ଞାନକୌଶଳ ନିମନ୍ତେ ଭାରତ ଅନ୍ୟ ଦେଶମାନଙ୍କର ସାହାଯ୍ୟ ଲୋଡ଼ି ଅପଦସ୍ତ ଓ ଅପମାନିତ ହୋଇଥିଲା । ମାତ୍ର ଦେଶ ଏହା ଏବେ ନିଜେ ନିର୍ମାଣ କରିବାକୁ ସକ୍ଷମ  । ଏ ପର୍ଯ୍ୟନ୍ତ ଭାରତ ୩ଟି କ୍ରାୟୋଜେନିକ ଇଞ୍ଜିନ୍ ପ୍ରସ୍ତୁତ କରିସାରିଥିବା ବେଳେ ସେଥିରୁ ୨ଟି ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ। ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ୍‌-୩କୁ ଅବତରଣ କରାଇପାରିବା ସହ ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ପାଇପାରିଥିବା ଏକ ବିରାଟ ସଫଳତା ବୋଲି ପ୍ରକାଶ କରି ସେ ଭାରତ ଗୋଟିଏ ମିଶନ୍‌ରେ ମହାକାଶରେ ୧୦୦ରୁ ଅଧିକ ସାଟେଲାଇଟ୍ ସ୍ଥାପନ କରି ବିଶ୍ୱ ରେକର୍ଡ କରିଥିବା କହିଥିଲେ । ଭାରତ ହେଉଛି ଏକ ମାତ୍ର ଦେଶ ଯିଏକି ପ୍ରଥମ ପ୍ରୟାସରେ ହିଁ ମଙ୍ଗଳ ଗ୍ରହର ଅରବିଟରେ ପହଂଚିବାରେ ସକ୍ଷମ ହୋଇପାରିଛି ବୋଲି ସେ କହିଥିଲେ ।

ଡକ୍ଟର ନାରାୟଣନ୍ କହିଥିଲେ ଯେ ଚନ୍ଦ୍ରାୟାନ -୪ ଏକ ଜଟିଳ ମିଶନ ଭାବେ ଉଭା ହୋଇପାରେ । କାରଣ ଏହି ମିଶନ ଜରିଆରେ ଚନ୍ଦ୍ରରେ ଥିବା ପଦାର୍ଥକୁ ଆଣିବାର ଯୋଜନା ରଖାଯାଇଛି । ସେହିପରି ଭାରତ ଜାପାନ୍‌ର ସହଭାଗିତାରେ ଚନ୍ଦ୍ରାୟାନ-୫ ଲଂଚ୍ କରିବାର ଯୋଜନା ରଖିଥିବା ସେ କହିଛନ୍ତି ।

ସୋଆରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆର ଅନ୍ତରାଷ୍ଟ୍ରୀୟ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଆଇଆଇଟି ଖଡ଼ଗପୁରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଉପସ୍ଥିତ ଥିଲେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ନାରାୟଣନ୍‌ଙ୍କୁ ସ୍ୱାଗତ କରିଥିବା ବେଳେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଏବଂ ବିଭିନ୍ନ ଅନୁଷ୍ଠାନର ଡିନ୍ ମାନେ ଉପସ୍ଥିତ ଥିଲେ । ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Previous Post

INDIA PLANNING MODULAR SPACE STATION BY 2035: ISRO CHAIRMAN

Next Post

ଏସ୍‌ଏସ୍‌ଇପିଡ଼ି ବିଭାଗ ପକ୍ଷରୁ ନଭିନାଉତ୍‌ ବଣ୍ଟନ ଶିବିର

Next Post
ଏସ୍‌ଏସ୍‌ଇପିଡ଼ି ବିଭାଗ ପକ୍ଷରୁ ନଭିନାଉତ୍‌ ବଣ୍ଟନ ଶିବିର

ଏସ୍‌ଏସ୍‌ଇପିଡ଼ି ବିଭାଗ ପକ୍ଷରୁ ନଭିନାଉତ୍‌ ବଣ୍ଟନ ଶିବିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA