ଭୁବନେଶ୍ୱର: ଆଜି ବିଧାନସଭାରେ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଆସିଛି । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଏହାକୁ ଗୃହରେ ଉପସ୍ଥାପିତ କରିଛନ୍ତି । ଓଡ଼ିଶା ଏବେ ୧ ଶହ ବିଲିୟନ ଡଲାରରୁ ଅଧିକ ଅର୍ଥନୀତିରେ ପରିଣତ ହୋଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଚଳିତବର୍ଷ ଅଭିବୃଦ୍ଧି ହାର ରହିଛି ୭.୨୫% । ଏହା ଜାତୀୟ ହାରଠାରୁ ୧% ଅଧିକ । ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ କରାଯାଇଛି ।
୨୦୨୩-୨୪ ରେ ରାଜସ୍ୱ ବଳକା ପରିମାଣ ୨୨ ହଜାର ୪୧୧ କୋଟି ଆକଳନ କରାଯାଇଛି । ମୋଟ ରାଜସ୍ୱ ବ୍ୟୟ ୧ ଲକ୍ଷ ୬୩ ହଜାର ୮୯ କୋଟି ଆକଳନ । ସଂଶୋଧିତ ଆକଳନ ଅନୁସାରେ ୨୨, ୪୧୧ କୋଟି ରାଜସ୍ୱ ବଳକା ଆକଳନ କରାଯାଇଛି ।
ବଜେଟ୍ ଭାଷଣର ମୁଖ୍ୟାଂଶ:
-ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟିର ରିଭଲ୍ ଭିଂ ଫଣ୍ଡ
-ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ
– ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ
-ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ
-ଆମ ଓଡ଼ିଶା ନବୀନ ଓଡ଼ିଶାରେ ୪ ହଜାର କୋଟିରୁ ଅଧିକ ବ୍ୟୟ ଯୋଜନା
-କୃଷି ପାଇଁ ବଜେଟରେ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ
-୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି
-ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି
-ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୩୮୫ କୋଟି
-ସଡ଼କ, ସେତୁ, ଏୟାରପୋର୍ଟ, ରେଲୱେ ବିକାଶ ପାଇଁ ୨୧ ହଜାର କୋଟି
-ଲକ୍ଷ୍ମୀ ଯୋଜନାରେ ମୋଟ ୧୭୪୫ ଟି ବସ୍ ଚଳାଚଳ କରିବାକୁ ଲକ୍ଷ୍ୟ
– ଲକ୍ଷ୍ମୀ ଯୋଜନାରେ ଆଉ ୧୧୯୧ କୋଟିର ବ୍ୟୟ ବରାଦ
-ଭୁବନେଶ୍ୱର-ତ୍ରିଶୂଳିଆ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ୧ ହଜାର କୋଟି ବ୍ୟୟବରାଦ
-ରାଜ୍ୟର ଅନ୍ୟ ରେଳ ପ୍ରକଳ୍ପ ପାଇଁ ୭୦୦ କୋଟିର ବ୍ୟବସ୍ଥା