Sunday, March 8, 2026 06:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

by Our Correspondent
01 May, 2025- 11:37 PM
in Latest News, News
1 min read
0
ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି।

ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇ ଏହା କହିଛନ୍ତି ।

ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିଥିଲେ। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ । ଏହି କେନ୍ଦ୍ର ଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ ଥିବା ବିଭିନ୍ନ ସଂଗଠିତ ତଥା ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ ଶ୍ରମିକମାନଙ୍କ ଆଇନଗତ ଅଧିକାର ଓ ସାମାଜିକ ସୁରକ୍ଷା ଦିଗରେ ସର୍ବଦା ଯତ୍ନବାନ ହୋଇ କାର୍ଯ୍ୟ କରି ଆସୁଛି।

ସେ କହିଥିଲେ ଯେ, ନିର୍ବାଚନ ପୂର୍ବରୁ ଆମର ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଏହି ବୋର୍ଡ଼ ଅଧିନରେ ପ୍ରଦାନ କରାଯାଉଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ସାଧାରଣ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷ ଟଙ୍କାରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ଅଦ୍ୟାବଧି ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ଦିଆଯାଇ ସାରିଲାଣି, ଯାହାକି ସେମାନଙ୍କର ଏବଂ ସେମାନଙ୍କ ପରିବାରର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଆମ ସରକାର କ୍ଷମତାକୁ ଆସିଲା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କୁ ନୂତନ ଭାବେ ପଞ୍ଜୀକୃତ କରିବା ସହିତ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ।

ଆଜି ସାରା ରାଜ୍ୟରେ ଏକକାଳୀନ ପାଖାପାଖି ୩ ହଜାର ଯୋଗ୍ୟ ନିର୍ମାଣ ଶ୍ରମିକମାନଙ୍କୁ ନୂତନ ଭାବେ ପରିଚୟପତ୍ର ପ୍ରଦାନ କରାଯାଇଛି ଏବଂ ଯୋଗ୍ୟ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ସେ କହିଥିଲେ ଯେ, ଏହା ଆମ ସରକାରର କାର୍ଯ୍ୟଦକ୍ଷତାର ଏକ ବଳିଷ୍ଠ ଉଦାହରଣ ଅଟେ । ନୂତନ ଜ୍ଞାନ କୌଶଳର ଉପଯୋଗ କରି ଶ୍ରମିକମାନଙ୍କୁ ବିଭିନ୍ନ ସେବା ଯୋଗାଇଦେବା ଆମ ସରକାରଙ୍କର ପ୍ରାଥମିକତା।

ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ବିଭିନ୍ନ ସେବାକୁ ଶ୍ରମିକମାନଙ୍କ ହାତ ପାହାନ୍ତାରେ ପହଂଚାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ କରିଥିଲେ। ଏହାଦ୍ୱାରା ଶ୍ରମିକମାନେ ସହଜରେ ଏବଂ ସୁବିଧାରେ ଘରେ ବସି ବିଭିନ୍ନ ସେବା ପାଇ ପାରିବେ । ଏହି ମୋବାଇଲ୍ ଆପ୍, ଅନ୍‌ଲାଇନ୍ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ସେ କହିଥିଲେ ।

ସେହିପରି ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଅଧିନରେ ୬୦ଗୋଟି ବର୍ଗର ଅଣସଂଗଠିତ ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ସେମାନଙ୍କୁ ବିଭିନ୍ନ କଲ୍ୟାଣମୂଳକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଛି । ଅଦ୍ୟାବଧି, ଏହି ବୋର୍ଡ଼ ଅଧୀନରେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଅଣସଂଗଠିତ ଶ୍ରମିକ ପଞ୍ଜୀକୃତ ହୋଇଥିବାବେଳେ ୨୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସବୁ ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ଯୋଗ୍ୟ ଅଣସଂଗଠିତ ଶ୍ରମିକ ଏହି ବୋର୍ଡ଼ରେ ପଞ୍ଜୀକୃତ ହୋଇ ସାମାଜିକ ସୁରକ୍ଷା ବଳୟର ପରିସରଭୁକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ନିମନ୍ତେ ସର୍ବନିମ୍ନ ମଜୁରି ସଂଶୋଧନ କରି ବର୍ଷକ ଭିତରେ ଦୈନିକ ସର୍ବନିମ୍ନ ମଜୁରିରେ ହାରାହାରି ୧୦୦ ଟଙ୍କାର ବୃଦ୍ଧି କରାଯାଇଛି । ଧାର୍ଯ୍ୟ ସର୍ବନିମ୍ନ ମଜୁରି ଉପରେ ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ଦୈନିକ ୧୦ ଟଙ୍କା ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ଏପ୍ରିଲ୍ ୧ ତାରିଖରୁ ଲାଗୁ ହେବ।

ସେ ପୁଣି କହିଥିଲେ ଯେ, ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥି ସହିତ ଓଡିଆ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ଏକ ସ୍ୱତନ୍ତ୍ର ଷ୍ଟେଟ୍ ଆକ୍ସନ୍‌ ପ୍ଲାନ୍‌ ମଧ୍ୟ ତିଆରି କରାଯାଇଛି ।

ଶ୍ରମିକମାନଙ୍କ ସ୍ୱାର୍ଥରକ୍ଷା ସହିତ କେନ୍ଦ୍ର ସରକାରଙ୍କ ନୂତନ ଶିଳ୍ପ ପ୍ରତିଷ୍ଠାକୁ ପ୍ରୋତ୍ସାହନ ଓ ବ୍ୟବସାୟିକ ସରଳୀକରଣ ପରିକଳ୍ପନା ସାକାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ବୈଷୟିକ ଜ୍ଞାନର ଉପଯୋଗ କରି ବିଭିନ୍ନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି କ୍ରମରେ ଶ୍ରମ ବିଭାଗର ‘ପରିଶ୍ରମ ପୋର୍ଟାଲ’ ମାଧ୍ୟମରେ ବିଭିନ୍ନ ଶ୍ରମ ଆଇନ୍ ଅନ୍ତର୍ଗତ ପଞ୍ଜୀକରଣ ଏବଂ ଲାଇସେନ୍ସ ଆଦି ଅନଲାଇନ ସେବା ପ୍ରଦାନ କରାଯାଉଛି ।

ଆମ ସରକାର ହେଉଛି ଲୋକଙ୍କ ସରକାର। ଗରିବଙ୍କ ପାଇଁ ସମ୍ବେଦନଶୀଳ ସରକାର। ଗରିବ ବାପା ମା’ଙ୍କ ଦୁଃଖ ଲାଘବ ପାଇଁ ଆମେ ଆରମ୍ଭ କରିବାକୁ ଯାଉଛୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’। ଯେଉଁଥିରେ ସରକାର କନ୍ୟାଦାନ କରିବେ ଓ ବିବାହର ଦାୟିତ୍ୱ ନେବେ। ଆମେ ସାଧାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛୁ ଏବଂ ଏହାର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛୁ । ଶ୍ରମିକ ଭାଇଭଉଣୀମାନଙ୍କର ସମସ୍ୟା ଗୁଡିକ ସରକାରଙ୍କ ଦୃଷ୍ଟିକୁ ଆଣିଲେ ଆମେ ତାହାର ସମାଧାନ ପାଇଁ ଉପଯୁକ୍ତ ପଦକ୍ଷେପ ନେବୁ ବୋଲି ସେ କହିଥିଲେ ।

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମସିଂ ଖୁଣ୍ଟିଆ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ଶ୍ରମିକମାନେ ହେଉଛନ୍ତି ଆମ ଦେଶର ଗୁରୁତ୍ୱପୂର୍ଣ୍ଣ ଅଂଶ । ବିକଶିତ ବିଶ୍ୱ ଓ ଦେଶର ବିନ୍ଧାଣି। ସ୍ୱାଧୀନତା ପରେ ଆମ ରାଜ୍ୟରେ ଯାହା ବି ବିକାଶ ହୋଇଛି, ସବୁର ମୂଳ ଆଧାର ହେଉଛନ୍ତି ଆମ ଶ୍ରମିକ ଭାଇ ଓ ଭଉଣୀମାନେ । ସେମାନଙ୍କ କଠିନ ପରିଶ୍ରମ ବଳରେ ଆଜି ଓଡିଶା ଏହି ସ୍ଥାନରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଆମର ପରିକଳ୍ପନା ମଧ୍ୟ ସିଦ୍ଧି ଲାଭ ହେବ ଆମ ଶ୍ରମିକ ଭାଇଭଉଣୀମାନଙ୍କ ଦ୍ୱାରା । ଏଥି ସହିତ ଶ୍ରମିକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସେ ଆଲୋକପାତ କରିଥିଲେ।

ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ସମାଜର ଗରିବ, ଯୁବ, ଅନ୍ନଦାତା ଓ ନାରୀମାନଙ୍କ କଲ୍ୟାଣ ସାଧନ ପାଇଁ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ନିରବଚ୍ଛିନ୍ନ ପ୍ରୟାସ କରୁଛନ୍ତି । ଆଜିର ଦିବସଟି ତାଙ୍କ ପାଇଁ ସ୍ୱପ୍ନପୂର୍ତ୍ତିର ଦିବସ ଭାବେ ବର୍ଣ୍ଣନା କରି ସେ କହିଥିଲେ ଯେ, ଭୁବନେଶ୍ୱର ମହାନଗର ନିଗମରେ କାମ କରୁଥିବା ବେଳେ ମୋର ସ୍ୱପ୍ନ ଥିଲା ଶ୍ରମିକମାନଙ୍କ ପାଇଁ ପ୍ରତୀକ୍ଷା କେନ୍ଦ୍ର ସ୍ଥାପନ କରିବା । ଆଜି ମୋର ସ୍ୱପ୍ନ ପୂରଣ ହେଲା । ସାଂସଦ ଶ୍ରୀମତୀ ଷଡଙ୍ଗୀ ଭୁବନେଶ୍ୱର ନୟାପଲ୍ଲୀ ଠାରେ ଏକ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିଲେ ।

କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଅଭିଭାଷଣ ରଖିଥିଲେ।

ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ ଅକ୍ଷିମୁଠି ଅନୁକୂଳ

Next Post

୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

Next Post
୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA