Wednesday, April 8, 2026 04:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଯୋଗ ପ୍ରତି ଭୁବନେଶ୍ୱରବାସୀଙ୍କ କମ ଆଗ୍ରହ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

by Our Correspondent
21 Jun, 2021- 07:57 PM
in Latest News, News
1 min read
0
ଯୋଗ ପ୍ରତି ଭୁବନେଶ୍ୱରବାସୀଙ୍କ କମ ଆଗ୍ରହ

ଭୁବନେଶ୍ୱର: ସାରା ବିଶ୍ୱରେ ବର୍ତମାନ ଯୋଗକୁ ଗୁରୁତ୍ୱ ଦିଆ ଯାଉଥିବା ବେଳେ ଏହା ସାହାଯ୍ୟରେ ସବୁ ବୟସର ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ରୋଗରୁ ଦୁରେଇ ରଖିବା ନିମନ୍ତେ ଭାରତରେ ଚିନ୍ତା କରାଯାଉଛି | ଏହାସତ୍ବେ ସହରାଂଚଳ ବାସୀଙ୍କ ମଧ୍ୟରେ ଏହି ଅଭ୍ୟାସ ଆଦୃତ ହୋଇ ପାରି ନାହିଁ ବୋଲି ଏକ ସର୍ଭେରୁ ଜଣା ପଡିଛି |

ଭୁବନେଶ୍ୱରରେ ମାତ୍ର ୧୭ ପ୍ରତିଶତ ଲୋକ ‘ଆସନ’, ‘ପ୍ରାଣାୟାମ ‘ ବା ‘ଧ୍ୟାନ’ କରୁଥିବା ବେଳେ ୧୦.୭ ପ୍ରତିଶତ ଲୋକ ଯୋଗର ବିଭିନ୍ନ ଅଭ୍ୟାସ କରିଥାନ୍ତି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡିଛି | ଡ଼ଃ ସତ୍ୟଜିତ ମହାନ୍ତି, ଡ଼ଃ ସନ୍ଦୀପ କୁମାର ପାଣିଗ୍ରାହୀ ଓ ଡ଼ଃ ଜ୍ୟୋତି ରଞ୍ଜନ ସାହୁଙ୍କ ଦ୍ଵାରା ଭୁବନେଶ୍ୱରର ୧୨୦୦ ରୁ ଅଧିକ ଲୋକଙ୍କୁ ନେଇ ଏହି ସାମ୍ପଲ ଷ୍ଟଡି କରାଯାଇଛି।

ଏହି ସର୍ଭେରୁ ଜଣାପଡିଛି ଯେ ପୁରୁଷ ମାନଙ୍କ ଅପେକ୍ଷା ଭୁବନେଶ୍ୱରରେ ମହିଳା ମାନେ ଅଧିକ ସଂଖ୍ୟାରେ ଯୋଗାଭ୍ୟାସ କରୁଛନ୍ତି | ତେବେ ଅଧିକ ଶିକ୍ଷାଗତ ଯୋଗ୍ୟତା ଥିବା ଲୋକମାନେ ଯୋଗାଭ୍ୟାସ କୁ ଗ୍ରହଣ କରିବା ନିମନ୍ତେ ଅଧିକ ଆଗ୍ରହୀ ବୋଲି କହିଛନ୍ତି କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଇ. ଭେଙ୍କଟ ରାଓ |

ଯୋଗର ଗ୍ରହଣୀୟତା କ୍ଷେତ୍ରରେ ଭାରତରେ ଏହା ଦ୍ଵିତୀୟ ସର୍ଭେ ବୋଲି ପ୍ରଫେସର ରାଓ ସୂଚନା ଦେଇ ପୂର୍ବ ସର୍ଭେ ଅନୁଯାୟୀ ପୂର୍ବ ଭାରତର ସହରାଞ୍ଚଳରେ ବାସ କରୁଥିବା ଲୋକଙ୍କ ମଧ୍ୟରୁ ମାତ୍ର ୫.୩ ପ୍ରତିଶତ ଯୋଗକୁ ଗୁରୁତ୍ୱ ଦେଉଥିବା ଜଣା ପଡିଥିଲା ବୋଲି କହିଛନ୍ତି |

ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ ଉଚ୍ଚ ସାମାଜିକ ଓ ଅର୍ଥନୈତିକ ବର୍ଗର ବ୍ୟକ୍ତି ମାନେ ଯୋଗାଭ୍ୟାସ ନିମନ୍ତେ ବିଶେଷ ଆଗ୍ରହ ଦେଖାଉ ନାହାନ୍ତି | ତେବେ ଯେଉଁମାନେ ଯୋଗ କରୁଛନ୍ତି ସେମାନେ ଶାରୀରିକ ଭାବେ ସୁସ୍ଥ ଅଛନ୍ତି ଏବଂ ଭୁବନେଶ୍ବରରେ ୪୯ ପ୍ରତିଶତ ଡାକ୍ତର ତାଙ୍କ ରୋଗୀ ମାନଙ୍କୁ ଶାରୀରିକ ବ୍ୟାୟାମ ଭାବେ ଯୋଗାଭ୍ୟାସ କରିବାକୁ ପରାମର୍ଶ ଦେଉଛନ୍ତି |

କୋଭିଡ ମହାମାରୀ ସାରା ମାନବ ସମାଜକୁ ସ୍ତବ୍ଧ କରିରଖିଥିବା ବେଳେ କୋଭିଡ ପରବର୍ତୀ ଚିକିତ୍ସାରେ ଯୋଗର ଏକ ପ୍ରମୁଖ ଭୂମିକା ରହୁଛି ଏବଂ ଏ ଦିଗରେ ସଚେତନତାର ଆବଶ୍ୟକତା ରହିଛି।

ଆଠଟି ଯୋଗାଭ୍ୟାସ ମଧ୍ୟରୁ ଆସନ, ପ୍ରାଣାୟାମ ଏବଂ ଧ୍ୟାନ ଯୋଗର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଭ୍ୟାସ ହୋଇଥିବା ବେଳେ ଅନେକ କ୍ଷେତ୍ରରେ କେବଳ ଆସନ କୁ ହିଁ ଯୋଗ ଭାବେ ଗଣା ଯାଉଛି | ତେବେ ଯୋଗାଭ୍ୟାସ ମଣିଷର ଉଭୟ ଶରୀର ଓ ମନ ଉପରେ ପ୍ରଭାବ ପକାଉ ଥିବା ସ୍ପଷ୍ଟ | ଉଚ୍ଚ ରକ୍ତ ଚାପ, ମଧୁମେହ, ବିଭିନ୍ନ ଯକୃତ ଜନିତ ସମସ୍ୟା, ଆଣ୍ଠୁଗଣ୍ଠି ସମସ୍ୟା, ଅଣ୍ଟା ଯନ୍ତ୍ରଣା, ଏବଂ ମାନସିକ ସମସ୍ୟାର ଉପଚାର ନିମନ୍ତେ ମଧ୍ୟ ଯୋଗ ଏକ ପ୍ରକୃଷ୍ଟ ମାଧ୍ୟମ।

ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାରୁ ସୁସ୍ଥ ହେବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତ୍ୟେକ ଦିନ ୩୦ ମିନିଟ ର ବ୍ୟାୟ।ମ ନିମନ୍ତେ ପରାମର୍ଶ ଦିଆଯାଇଥିବା ବେଳେ ଯୋଗ ଏକ ଉତ୍କୃଷ୍ଟ ମାଧ୍ୟମ ବୋଲି ଏହି ରିପୋର୍ଟ ରେ ଉଲ୍ଲେଖ କରାଯାଇଛି |

Previous Post

ବଲିଉଡ ସୁପରଷ୍ଟାର୍ ଅକ୍ଷୟ କୁମାରଙ୍କ ଓଡ଼ିଶା ମାୟା

Next Post

ଟିକାକେନ୍ଦ୍ରରେ ଫଟୋ ରାଜନୀତି

Next Post
ଟିକାକେନ୍ଦ୍ରରେ ଫଟୋ ରାଜନୀତି

ଟିକାକେନ୍ଦ୍ରରେ ଫଟୋ ରାଜନୀତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA