Tuesday, March 10, 2026 10:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନ

ଏହି ମେଳା ଏକ ‘ନାରୀ ଶକ୍ତିର ମହୋତ୍ସବ’: ମୁଖ୍ୟମନ୍ତ୍ରୀ

by Our Correspondent
30 Apr, 2025- 11:19 PM
in Latest News, News
1 min read
0
ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନ

ଭୁବନେଶ୍ୱର: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଦ୍ୱାରା ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର (INWEC – ICC National Women ‘s Entrepreneurship Council ) ୧୦୦ ବର୍ଷ ପୂର୍ତ୍ତି ସମାରୋହର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମେଳାକୁ, ‘ନାରୀ ଶକ୍ତିର ମହୋତ୍ସବ’ ବୋଲି କହିବା ସହିତ ଓଡ଼ିଶାର ପ୍ରତିଟି ମହିଳା ନିଜ ଲାଗି ସ୍ୱପ୍ନ ଦେଖି ତାକୁ ସାକାର କରିବା ପାଇଁ ଦୃଢ଼ ଇଚ୍ଛାଶକ୍ତି ରଖିବା ଆବଶ୍ୟକ ବୋଲି କହିଛନ୍ତି ।

ଏହି ଅବସରରେ ସେ କହିଛନ୍ତି ଯେ, ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳା କେବଳ ଓଡିଶା ନୁହେଁ ବରଂ ସାରା ଭାରତର ମହିଳା ମାନଙ୍କ ପାଇଁ ଉଦ୍ୟୋଗୀ ହେବା ପାଇଁ ପ୍ରେରଣା ପ୍ରଦାନ କରିବ । ଆମେ ନିକଟରେ, ଉତ୍କର୍ଷ ଓଡିଶା-ମେକ ଇନ ଓଡିଶା କନକ୍ଳେଭ, ସୁଭଦ୍ରା ଶକ୍ତି ମେଳା ଆୟୋଜନ କରିଥିଲୁ ଏବଂ ସେଥିରେ ମହିଳା ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ଆଉ ଆଜି ଆମେ ଏହି ମେଳାରେ ସେହି ବାସ୍ତବିକତାକୁ ଦେଖୁଛୁ । ଅର୍ଥନୀତି କ୍ଷେତ୍ରରେ ମହିଳା ମାନଙ୍କ ଯୋଗଦାନ ରହିଛି ଏବଂ ସୁଭଦ୍ରା ଯୋଜନା ଓ ଲକ୍ଷପତି ଦିଦି ଯୋଜନାର ସଫଳତା ହିଁ ଏହାର ଜ୍ୱଳନ୍ତ ଉଦାହରଣ ।

ଆମ ସରକାର ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ଆନ୍ଦୋଳନ, ଏକ ସଂକଳ୍ପ। ଓଡ଼ିଶାର ପ୍ରତିଟି ମହିଳା ନିଜ ଲାଗି ସ୍ୱପ୍ନ ଦେଖି ତାକୁ ସାକାର କରିବା ଏବଂ ଆତ୍ମବିଶ୍ୱାସର ସହ ନେତୃତ୍ୱ ଦେବା ପାଇଁ ଆଗେଇ ଆସିବା ଅତ୍ୟନ୍ତ ଆନନ୍ଦର ବିଷୟ। ଯେତେବେଳେ ମହିଳାମାନେ ଉନ୍ନତି କରନ୍ତି, ସମାଜ ସମୃଦ୍ଧ ହୁଏ ଏବଂ ଅର୍ଥନୀତି ବିକଶିତ ହୁଏ। ଆମ ମା’, ଭଉଣୀ ଓ ଝିଅମାନଙ୍କର ସମାନ ଭାଗୀଦାରୀ ବିନା ଓଡ଼ିଶାର ପ୍ରଗତି ଅସମ୍ପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।

ସୁଭଦ୍ରା ଯୋଜନା କେବଳ ଏକ ଆର୍ଥିକ ସହାୟତା ନୁହେଁ, ଏହା ଅର୍ଥନୈତିକ ସ୍ୱାଧୀନତାର ବାର୍ତ୍ତାବହ ଏବଂ୯୦ ପ୍ରତିଶତରୁ ଅଧିକ ମହିଳା ସୁଭଦ୍ରା ସହାୟତାର ସଦୁପଯୋଗ କରିଛନ୍ତି। ଆମେ ୨୦୨୭ ସୁଦ୍ଧା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ । ତେବେ, ସମସ୍ତଙ୍କ ପାଇଁ ଖୁସିର ବିଷୟ ଯେ, ବର୍ତ୍ତମାନ ସୁଦ୍ଧା ୧୭ ଲକ୍ଷ ମହିଳା ଲକ୍ଷପତି ଦିଦି ହୋଇସାରିଛନ୍ତି । ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନ ହାସଲ କରିଛି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଆମେ ମହିଳା ଉଦ୍ୟୋଗୀମାନଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରିବା ନିମନ୍ତେ ଦକ୍ଷତା ବିକାଶ, ବଜାର ସଂଯୋଗ ଏବଂ ଆର୍ଥିକ ପ୍ରବେଶରେ ନିବେଶ କରୁଛୁ ଏବଂ ଓଡ଼ିଶାକୁ ଓମେନ-ଲେଡ୍ ବିକାଶର ଏକ କେନ୍ଦ୍ର ଭାବେ ଗଢ଼ି ତୋଳିବାରେ ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳା ଭଳି କାର୍ଯ୍ୟକ୍ରମ ଖୁବ୍ ସହାୟକ ହେବ। ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନ କରିବାରେ ମହିଳା ମାନେ ହେବେ ଶ୍ରେଷ୍ଠ ଭାଗୀଦାର ଏବଂ ଆମ ସରକାର ଏଥି ପାଇଁ ପୁରା ସମର୍ଥନ ଯୋଗାଇ ଦେବେ।

କାର୍ଯ୍ୟକ୍ରମରେ ଯୋଗଦେଇ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ, ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ ଏହି ସମାବେଶ, ଓଡିଆ ମହିଳା ଉଦ୍ୟୋଗୀଙ୍କୁ ଆହୁରି ଉତ୍ସାହିତ କରିବା ସହ ଆର୍ଥିକ ସ୍ବାଧୀନତା ପାଇଁ ଭବିଷ୍ୟତର ରାସ୍ତା ଖୋଲିବ। ଓଡ଼ିଶା ବିକାଶରେ ମହିଳା ଉଦ୍ୟୋଗୀ ମାନେ ହିଁ ଏକ ସମୃଦ୍ଧ ପରିବର୍ତ୍ତନର ସ୍ବର ।

ଏହି ଅବସରରେ ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା କହିଥିଲେ ଯେ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟକୁ ସଫଳତାର ରୂପାୟନ ଦେଇ ମହିଳା ମାନେ ଆଜି ପାରମ୍ପରିକ ଉଦ୍ୟୋଗ ସହିତ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଦ୍ୱାରା ସଶକ୍ତ ହେଉଛନ୍ତି ।

ଉକ୍ତ କାର୍ଯ୍ୟକ୍ରମରେ ଆଇସିସି ଚେୟାରପର୍ସନ ରାଜୀବ ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଇନ୍-ୱେକ୍ ର କୋ-କନଭେନର, ଶ୍ରୀମତୀ ସ୍ୱାତୀ କେଜରିୱାଲ, ଆଇସିସି ଭାଇସ ଚେୟାରପର୍ସନ, ପ୍ରୀତି ପଲ୍ଲବୀ ପଟନାୟକ, କନଭେନର, ଧର୍ମାଦିତ୍ୟ ପଟନାୟକ ପ୍ରମୁଖ ମଂଚାସୀନ ଥିଲେ ।

Previous Post

୫୧ ଲକ୍ଷ ଚାଷୀ ପାଇଲେ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା

Next Post

ସୋଆରେ ଷ୍ଟାର୍ଟ-ଅପ୍ କନକ୍ଲେଭ୍ ‘ଇମ୍ପଲ୍ସ’

Next Post
ସୋଆରେ ଷ୍ଟାର୍ଟ-ଅପ୍ କନକ୍ଲେଭ୍ ‘ଇମ୍ପଲ୍ସ’

ସୋଆରେ ଷ୍ଟାର୍ଟ-ଅପ୍ କନକ୍ଲେଭ୍ ‘ଇମ୍ପଲ୍ସ’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA