Saturday, June 27, 2026 09:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁରୀରେ ହବିଷ୍ୟାଳୀ ମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୩ ହଜାରରୁ ଅଧିକ ହବିଷ୍ୟାଳୀମାନଙ୍କ ରହିବାର ବ୍ୟବସ୍ଥା

by Our Correspondent
29 Oct, 2023- 08:38 PM
in Latest News, News
1 min read
0
ପୁରୀରେ ହବିଷ୍ୟାଳୀ ମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ପୁରୀରେ ହବିଷ୍ୟାଳୀ ମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି।  ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଷ୍ୟାଳୀ ମାନେ ଏକତ୍ରିତ ହୋଇଛନ୍ତି।

ବ୍ରତ ପାଇଁ ହବିଷ୍ୟାଳୀ ମାନଙ୍କୁ ଶୁଭେଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ଭଲରେ ବ୍ରତ କରନ୍ତୁ, ଶାନ୍ତିରେ ବ୍ରତ କରନ୍ତୁ। ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ । ଆପଣମାନେ ଆଶୀର୍ବାଦ ପାଇଲେ, ସାରା ଓଡିଶାକୁ ଆଶୀର୍ବାଦ ମିଳିବ ବୋଲି ସେ କହିଥିଲେ। କାର୍ତ୍ତିକ ମାସ ଧର୍ମ ମାସ, ବହୁତ ପବିତ୍ର ବୋଲି ମତ ଦେଇ ସେ କହିଲେ ଯେ ଏ ମାସରେ ମା ମାନେ ଆନନ୍ଦରେ ବ୍ରତ ପାଳନ କରିବେ ବୋଲି ତାଙ୍କର ପୁରା ବିଶ୍ୱାସ।

ମା ମାନଙ୍କ ସୁବିଧା ପାଇଁ ସବୁ ବ୍ୟବସ୍ଥା କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୩୦୦୦ରୁ ଅଧିକ ମା’ ଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ରହିବା ଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ – ସବୁ ବ୍ୟବସ୍ଥା ହୋଇଛି । ଆପଣମାନଙ୍କ ସେବା ପାଇଁ ଜିଲ୍ଲାପ୍ରଶାସନ ପୁରା ପ୍ରସ୍ତୁତ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟିରୁ ଆଜି ମା ମାନଙ୍କ ପାଇଁ ସବୁ ସୁବିଧା ହୋଇ ପାରିଛି। ଜିଲ୍ଲା ପ୍ରଶାସନ, ମନ୍ଦିର ପ୍ରଶାସନ, ସେବାୟତ, ସ୍ୱେଚ୍ଛାସେବୀ ସମସ୍ତେ ସହଯୋଗ ଯୋଗାଇ ଦେଉଛନ୍ତି। କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା କହିଲେ ଯେ ମହିଳା କଲ୍ୟାଣକାରୀ ଯୋଜନାରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ପାଇଁ ଆଦର୍ଶ। 

ଏହି କାର୍ଯ୍ୟକ୍ରମରେ କଟକର ଅହଲ୍ୟା ଆଚାର୍ଯ୍ୟ, ନବରଙ୍ଗପୁରର ପାର୍ବତୀ ହରିଜନ ଓ ଗଞ୍ଜାମର ରାଧା ଦେବୀ ପଣ୍ଡା ପ୍ରମୁଖ ହବିଷ୍ୟାଳୀ ମାନେ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଲେ ଯେ ପୂର୍ବରୁ କାର୍ତ୍ତିକ ବ୍ରତ ପାଇଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଆଜି ମୁଖ୍ୟମନ୍ତ୍ରୀ ସେମାନଙ୍କ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଖାଇବା, ଯିବା ଆସିବା, ଭଜନ କୀର୍ତ୍ତନ ସବୁ ସୁବିଧା କରିଛନ୍ତି । ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘାୟୁ କରନ୍ତୁ ବୋଲି ସେମାନେ କାମନା କରିଥିଲେ।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସୁଚନା ଯୋଗ୍ୟ ଯେ ପୁରୀରେ କାର୍ତ୍ତିକ ମାସରେ ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଷ୍ୟାଳୀ ମାନେ ଆସିଥାନ୍ତି। ସେମାନଙ୍କ ଅସୁବିଧାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀ ୨୦୧୬ରୁ ହବିଷ୍ୟାଳୀ ଯୋଜନା ଆରମ୍ଭ କରିଛନ୍ତି।ଗତ ବର୍ଷ ଠାରୁ ସେମାନଙ୍କ ରହିବାର ସୁବିଧା ପାଇଁ ସାତ ମହଲା ବିଶିଷ୍ଟ ଏକ ଭବନ ନିର୍ମାଣ କରାଯାଇଛି। ଏହା ବୃନ୍ଦାବତୀ ନିବାସ ନାମରେ ନାମିତ। ଏଠାରେ ରହି ମା ମାନେ ରାଇ ଦାମୋଦର ବ୍ରତ କରିଥାନ୍ତି। ପୁରୀରେ ହବିଷ୍ୟାଳୀ ମାନଙ୍କ ରହିବା ପାଇଁ ଏହା ସହିତ ବଗଲା ଧର୍ମଶାଳା, ବାଗିଡିଆ ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପ ଓ ଅକ୍ଷୟ ପାତ୍ର ଫାଉଣ୍ଡେସନ ରେ ମଧ୍ୟ ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସମୀର ରଞ୍ଜନ ଦାଶ, ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସ୍ୱପ୍ନାରାଣୀ ସ୍ୱାଇଁ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଗଣ ଯୋଗ ଦେଇଥିଲେ।

Previous Post

ଗାଁ ଗାଁରେ ରହିବେ ବିପର୍ଯ୍ୟୟ ଯୋଦ୍ଧା

Next Post

ଓଡ଼ିଶା ଆସିଲେ ନୂଆ ରାଜ୍ୟପାଳ

Next Post
ଓଡ଼ିଶା ଆସିଲେ ନୂଆ ରାଜ୍ୟପାଳ

ଓଡ଼ିଶା ଆସିଲେ ନୂଆ ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA