Sunday, July 12, 2026 06:04 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିରୋଧୀଙ୍କ ଉପରେ ପ୍ରଚଣ୍ଡ ପ୍ରହାର

ହିଞ୍ଜିଳି-ଶେରଗଡ଼, ଖଲ୍ଲିକୋଟରେ ପାଣ୍ଡିଆନଙ୍କ ପ୍ରଚାର

by Our Correspondent
07 May, 2024- 07:34 PM
in Latest News, News, Politics
1 min read
0
ବିରୋଧୀଙ୍କ ଉପରେ ପ୍ରଚଣ୍ଡ ପ୍ରହାର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପି ନେତୃବୃନ୍ଦଙ୍କ ଓଡ଼ିଶା ଦଖଲ ନାରାର ଜବାବରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ବିଜେପିର ଦିବାସ୍ୱପ୍ନ କହିଛନ୍ତି । ଖାଲି ସେତିକି ନୁହେଁ, ଜୁନ୍ ୯ ତାରିଖ ଦିନ ସାଢ଼େ ୧୧ଟାରେ ବିଜେଡି ସରକାରଙ୍କ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣ କାର୍ଡ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ଏହି ପରିପ୍ରେକ୍ଷୀରେ ବିଜେଡିର ଦୁଇ ନମ୍ବର ଷ୍ଟାର୍ ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ ତାଙ୍କ ନିର୍ବାଚନୀ ପ୍ରଚାର ସଭାରେ ବିଜେପିକୁ ପ୍ରଶ୍ନବାଣରେ ଛନ୍ଦି ପ୍ରଚଣ୍ଡ ଆକ୍ରମଣ କରିଛନ୍ତି ।

ଶ୍ରୀ ପାଣ୍ଡିଆନ୍ ଆଜି ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ ମାରାଥନ ପ୍ରଚାର ଓ ରୋଡ୍ ସୋ କରିଥିଲେ । ଉଭୟ ସ୍ଥାନରେ ରାସ୍ତାର ଦୁଇ ପାଶ୍ୱର୍ରେ ଉପସ୍ଥିତ ଜନସାଧାରଣ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ । ଖଲ୍ଲିକୋଟରେ ଆୟୋଜିତ ନିର୍ବାଚନ ସଭାରେ ପ୍ରଥମେ ଖଲ୍ଲିକୋଟର ଦିବଙ୍ଗତ ରାଣୀ ମା’ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଭାଷଣ ଆରମ୍ଭ କରିଥିଲେ ପାଣ୍ଡିଆନ୍ ।

ବିରୋଧୀଦଳ ବିଜେପି ଉପରେ ପ୍ରଚଣ୍ଡ ଆକ୍ରମଣ କରି କହିଥିଲେ ଯେ କିଛିଲୋକ ଦିନରେ ସ୍ୱପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ବିଜେପିକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ? ଉତ୍ତର ଦେଇପାରିବେ ନାହିଁ, ଦମ୍‍ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ, ଦେଖିବେ ୧୦ ପ୍ରତିଶତ ଭୋଟ ବି ପାଇବେ ନାହିଁ । ସେ ଆହୁରି ମଧ୍ୟ କହିଥିଲେ ଦଶବର୍ଷ ହେଲା ଜଣେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀ ହେବାପାଇଁ ଚେଷ୍ଟା କରୁଛନ୍ତି, କିନ୍ତୁ ତାଙ୍କ ଦଳର ମଧ୍ୟ ତାଙ୍କ ଉପରେ ଆସ୍ଥା ନାହିଁ, ତା’ହେଲେ ଲୋକ କେମିତି ଆସ୍ଥା ରଖିବେ ? ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ କହୁଛନ୍ତି ଯେ ଜୁନ ୪ରେ ଗଣତି ସରିବା ପରେ ୬ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଓଡ଼ିଶାବାସୀ ନିର୍ଣ୍ଣୟ କରିବେ ନା ବିଜେପିର ହାଇକମାଣ୍ଡ ? ବିଜେପି ଯଦି ଶାସନକୁ ଆସେ, ତାହେଲେ ଓଡ଼ିଶା ୨୪ ବର୍ଷ ପଛକୁ ପଳେଇବ । ଆଗରୁ କଂଗ୍ରେସ ଦଳ ବି ଥିଲା, ବନ୍ୟା, ବାତ୍ୟା ସବୁଥିରେ କେନ୍ଦ୍ରକୁ ପଚାରିବେ, ତେଣୁ ସେତେବେଳେ କିଛି କାମ ହୋଇପାରେନି । ମହାବାତ୍ୟା ସମୟରେ କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରି ବିପୁଳ ଧନ ଜୀବନ କ୍ଷୟ କ୍ଷତି ଘଟିଥିଲା ।

ଜାତୀୟ ଦଳମାନେ ହାଇକମାଣ୍ଡ ଉପରେ ନିର୍ଭରଶୀଳ, ହାଇକମାଣ୍ଡଙ୍କ ନିଷ୍ପତ୍ତିରେ ମୁଖ୍ୟମନ୍ତ୍ରୀ ହେଲେ, ସେମାନେ ଓଡ଼ିଶାବାସୀଙ୍କ ପ୍ରତି ନୁହେଁ, ବରଂ ହାଇକମାଣ୍ଡ ପ୍ରତି ଉତ୍ତରଦାୟୀ ରହିବେ, ସେ ଦିଲ୍ଲୀରୁ ରିମୋଟ କଣ୍ଟ୍ରୋଲରେ ଚାଲିବେ, କିନ୍ତୁ ଆମ ନବୀନବାବୁ ଆପଣମାନଙ୍କ ପାଖରେ ଉତ୍ତରଦାୟୀ, ତାଙ୍କ ରିମୋଟ ୪.୫୦ କୋଟି ଓଡ଼ିଶାବାସୀଙ୍କ ପାଖରେ ଅଛି ।

ଓଡ଼ିଶାର ବିକାଶ ଉପରେ ବିରୋଧୀଙ୍କ ମନ୍ତବ୍ୟ ଉପରେ ଟିପପ୍‍ଣୀ ଦେଇ କହିଥିଲେ ଯେ, ଓଡ଼ିଶା ବିକାଶ ଓ ରୂପାନ୍ତର ଆପଣମାନଙ୍କୁ ସମସ୍ତଙ୍କୁ ଦେଖାଯାଉଛି କିନ୍ତୁ ବିରୋଧୀଙ୍କୁ ଦେଖାଯାଉନାହିଁ ।

ମୁଖ୍ୟମନ୍ତ୍ରୀଙ୍କୁ ଆପଣ କେତେମାତ୍ରାରେ ଭଲ ପାଆନ୍ତି, ଏତେ ସକାଳୁ ଏତେ ବଡ଼ ସମାବେଶ ଦେଖି ଜଣାପଡ଼ୁଛି, ଆପଣଙ୍କ ମୁହଁରେ ହସ ଫୁଟିଲେ ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ହସ ଫୁଟେ । ଉପସ୍ଥିତ ଜନତାଙ୍କୁ ଶ୍ରୀ ପାଣ୍ଡିଆନ୍ କକହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆପଣମାନଙ୍କୁ ବହୁତ ଭଲ ପାଆନ୍ତି ଏବଂ ପଚାରିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କୁ ଆପଣମାନେ ଭଲ ପାଉଛନ୍ତି କି ? ପ୍ରତ୍ୟୁତ୍ତରରେ ସମବେତ ଜନତା ଉଚ୍ଛ୍ୱସିତ ସ୍ୱରରେ ଜଣାଇଲେ ସମ୍ମତି, ‘ହଁ’ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ । ସେ ଆହୁରି ମଧ୍ୟ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆପଣମାନଙ୍କୁ ନିଜ ପରିବାରର ସଦସ୍ୟ ବୋଲି ଭାବିଥାନ୍ତି, ୫ ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ, ଆପଣମାନଙ୍କର ଗୋଟିଏ ଗୋଟିଏ ଭୋଟ ମୁଖ୍ୟମନ୍ତ୍ରୀଙ୍କୁ ଆହୁରି ଶକ୍ତି ଦେବ ।

ସଂଧ୍ୟାରେ ଶ୍ରୀ ପାଣ୍ଡିଆନ୍ ବ୍ରହ୍ମପୁରରେ ରୋଡ୍ ସୋ’ କରିଥିଲେ । ଏଥିରେ ପ୍ରବଳ ଜନସମାଗମ ହୋଇଥିଲା ।

Previous Post

ସୋଆରେ ସ୍କୁଲ୍ ପିଲାଙ୍କ ପାଇଁ ୧୦ ଦିନିଆ ସମର କ୍ୟାମ୍ପ

Next Post

ଅଚ୍ୟୁତ ସାମନ୍ତଙ୍କ ସ୍ଥାବର ସମ୍ପତ୍ତି ମୂଲ୍ୟ ୧ଲକ୍ଷ ୨୮ ହଜାର

Next Post
ଅଚ୍ୟୁତ ସାମନ୍ତଙ୍କ ସ୍ଥାବର ସମ୍ପତ୍ତି ମୂଲ୍ୟ ୧ଲକ୍ଷ ୨୮ ହଜାର

ଅଚ୍ୟୁତ ସାମନ୍ତଙ୍କ ସ୍ଥାବର ସମ୍ପତ୍ତି ମୂଲ୍ୟ ୧ଲକ୍ଷ ୨୮ ହଜାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA