Friday, August 7, 2026 07:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନବୀନ ଇଞ୍ଜିନ୍ କେବେ ବି ଫେଲ୍ ମାରିବନି: ପାଣ୍ଡିଆନ୍

ମାଲକାନଗିରିରେ ଜୋରଦାର ପ୍ରଚାର

by Our Correspondent
29 Apr, 2024- 08:24 PM
in Latest News, News, Politics
1 min read
0
ନବୀନ ଇଞ୍ଜିନ୍ କେବେ ବି ଫେଲ୍ ମାରିବନି: ପାଣ୍ଡିଆନ୍

ଭୁବନେଶ୍ୱର: ବରିଷ୍ଠ ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ଜିତାଇବାକୁ ଆହ୍ୱାନ ଦେଇଛନ୍ତି। ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ ମାନସ ମାଡକାମି, ଚିତ୍ରକୋଣ୍ଡା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକ ଓ କୋଟପାଡ ବିଧାନସଭା ପ୍ରାର୍ଥୀ ଚନ୍ଦ୍ରଶେଖର ମାଝୀଙ୍କ ପାଇଁ ଡବଲ ଶଙ୍ଖରେ ବଟନ ଦବାଇ ଭୋଟ ଦେବାକୁ ଅନୁରୋଧ କରିଛନ୍ତି।

ଶ୍ରୀ ପାଣ୍ଡିଆନ୍ ଆରମ୍ଭରୁ ବିରୋଧୀ ଦଳ ଉପରେ ଜୋରଦାର ଆକ୍ରମଣ କରି ଘୋର ସମାଲୋଚନା କରିଥିଲେ। ସେ କହିଥିଲେ ଯେ ଏ ବିଶାଳ ସମାବେଶ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ସ୍ନେହ ଓ ଭଲ ପାଇବାର ପ୍ରତୀକ, ଏସବୁ ଦେଖି ବିରୋଧୀଙ୍କ ନିଦ ହଜିଯାଉଛି। ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବେ, ମା ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେବେ, ପୁଣି ଥରେ ଘର ଭିତରେ ବନ୍ଦ କରି ରଖିବେ, ବିଏସକେୱାଇ ବନ୍ଦ କରିଦେବେ। ଆପଣମାନେ ସତର୍କ ରୁହନ୍ତୁ।

ମାତ୍ର ନବୀନ ଇଞ୍ଜିନ କେବେ ବି ଫେଲ୍‌ ମାରିନି କି ମାରିବ ନାହିଁ । ନବୀନ ଇଞ୍ଜିନ ସବୁବେଳେ ଚାଲିବ, ଲୋକଙ୍କ ସମସ୍ୟା ସମାଧାନ କରିବ। ଆମ ନବୀନ ବାବୁ ହେଉଛନ୍ତି ପରିବାରର ମୁଖିଆ । ସେ ସବୁବେଳେ ଆପଣ ମାନେ କେମିତି ଭଲରେ ରହିବେ, ସେଥିପାଇଁ ଚିନ୍ତା କରୁଛନ୍ତି । ନବୀନ ବାବୁଙ୍କ ସରକାର ଆପଣମାନଙ୍କ ସରକାର। ଆପଣମାନେ ଯାହା ଚାହିଁବେ ତାହା ହେବ।

ପଡୋଶୀ ଛତିଶଗଡର ଉଦାହରଣ ଦେଇ ସେ କହିଲେ ଯେ ଦେଖନ୍ତୁ ସେଠାରେ ବାରମ୍ବାର ଡବଲ ଇଞ୍ଜିନ ସିଙ୍ଗଲ ଇଞ୍ଜିନ ଚାଲିଛି, କିନ୍ତୁ ଶାନ୍ତି ନାହିଁ। ସବୁବେଳେ ବମ୍‌ ଫୁଟୁଛି। ନବୀନ ବାବୁଙ୍କ ନେତୃତ୍ୱ ଓ କଠିନ ପରିଶ୍ରମରେ ମାଲକାନଗିରିରେ ଶାନ୍ତି ଫେରିଛି। ଶାନ୍ତି ଆସିଲେ ପ୍ରଗତି ଆସିବ ଉନ୍ନତି ଆସିବ। ପୁଞ୍ଜି ଆସିବ, ପିଲା ନିଯୁକ୍ତି ପାଇବେ ।

ମାଲକାନଗିରିର ଏକ ବିଶାଳ ଅଞ୍ଚଳ ଦିନେ କଟ୍‌ଅଫ୍‌ ଅଞ୍ଚଳ ଭାବେ ପରିଚିତ ଥିଲା । ଏବେ କିନ୍ତୁ ତାର ନୂଆ ପରିଚୟ ହୋଇଛି ସ୍ୱାଭିମାନ ଅଞ୍ଚଳ। ଏଠାରେ ରୂପାନ୍ତର ଆସିଛି, ବିକାଶର ଧାରା ଜୋରଦାର ହୋଇଛି। ବିରୋଧୀ ଆଖି ଖୋଲି ଦେଖନ୍ତୁ, ବିକାଶ କିପରି ହୁଏ। ମାଲକାନଗିରି ହେଉଛି ତାର ସାକ୍ଷୀ। ଦିନ ଥିଲା ମାଲକାନଗିରିରେ ସାଇକେଲ ଖଣ୍ଡିଏ ଗଡୁ ନ ଥିଲା, ଆଜି ଉଡାଜାହାଜ ଉଡୁଛି। ମୁଖ୍ୟମନ୍ତ୍ରୀ ତାଙ୍କ ବିଶାଳ ହୃଦୟରେ ଜନଜାତିମାନଙ୍କୁ ସବୁଠାରୁ ବଡ ସ୍ଥାନ ଦେଇଛନ୍ତି । ଜନଜାତି ମାନଙ୍କ ପାଇଁ ସବୁଠାରୁ ଅଧିକ ହଷ୍ଟେଲ ଓଡିଶାରେ ହିଁ ହୋଇଛି। ୫ ଲକ୍ଷରୁ ଅଧିକ ଜନଜାତି ଝିଅମାନେ ପାଠ ପଢି ବାପମାଙ୍କ ସ୍ୱପ୍ନ ପୂରଣ କରୁଛନ୍ତି। ଜନଜାତି ଭାଷା, ସଂସ୍କୃତି, ପୂଜାସ୍ଥଳୀ, ଜାହିରାର ସଂରକ୍ଷଣ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କରିଛନ୍ତି।

ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ସବୁଠୁ ବେଶି ଭଲ ପାଆନ୍ତି ବୋଲି ଉଲ୍ଲେଖ କରି ସେ କହିଥିଲେ ଯେ ସବୁ ବଡ ବଡ ଯୋଜନା ସେ ମାଲକାନଗିରିରୁ ହିଁ ଆରମ୍ଭ କରିଛନ୍ତି, ଦୁଇ ଟଙ୍କିଆ ଚାଉଳ, ଟଙ୍କିକିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଲକ୍ଷ୍ମୀ ଯୋଜନା – ସବୁକିଛି ମାଲକାନଗିରିରୁ ହିଁ ଆରମ୍ଭ ହୋଇଛି।

ଆମ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଏକମାତ୍ର ମୁଖ୍ୟମନ୍ତ୍ରୀ ଯିଏ କାମର ହିସାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ ପାଣ୍ଡିଆନ୍ ।

Previous Post

ନିର୍ବାଚନୀ ତାତିରେ ପଖାଳ ମଜ୍ଜା

Next Post

ଅପରାଧୀଙ୍କୁ ଟିକଟ ଦେବା ଓଡିଶା ବିଜେପିର ସଂସ୍କୃତି: ବିଜେଡି

Next Post
ଅପରାଧୀଙ୍କୁ ଟିକଟ ଦେବା ଓଡିଶା ବିଜେପିର ସଂସ୍କୃତି: ବିଜେଡି

ଅପରାଧୀଙ୍କୁ ଟିକଟ ଦେବା ଓଡିଶା ବିଜେପିର ସଂସ୍କୃତି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA