Friday, April 24, 2026 02:17 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିରୋଧୀ ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି: ପାଣ୍ଡିଆନ୍

କେନ୍ଦୁଝର ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର

by Our Correspondent
21 May, 2024- 09:53 PM
in Latest News, News, Politics
1 min read
0
ବିରୋଧୀ ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି: ପାଣ୍ଡିଆନ୍

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ଚମ୍ପୁଆ, କରଞ୍ଜିଆ, ପାଟଣା, ତେଲକୋଇ ଓ ଘସିପୁରା ବିଧାନସଭା କ୍ଷେତ୍ରରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ଶ୍ରୀ ପାଣ୍ଡିଆନ୍ କହିଛନ୍ତି ବିରୋଧୀମାନେ ମିଛ କଥା କହି ଲୋକଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି । ମାତ୍ର ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରନ୍ତି, ଅନ୍ୟ ମାନେ ଭୋଟ ପାଇଁ କାମ କରନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ସାଥିରେ ଅଛନ୍ତି । ଆପଣମାନଙ୍କ ବୋଝ ହାଲକା କରବା ପାଇଁ ପଦକ୍ଷେପ ନେଉଛନ୍ତି । ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ୱାସ କରନ୍ତି । ଏଭଳି ମହାନ ଜନନାୟକଙ୍କୁ ଆଶୀର୍ବାଦ କରନ୍ତୁ ।

ସଭାଗୁଡ଼ିକରେ ଶ୍ରୀ ପାଣ୍ଡିଆନ ଜନଜାତି ଭାଇଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ କେତେ ଭଲ ପାଆନ୍ତି ଏବଂ ସେମାନଙ୍କ ପାଇଁ କ’ଣ କାମ କରିଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ସେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀମାନଙ୍କୁ ତାଙ୍କ ହୃଦୟର ସବୁଠାରୁ ଭଲ ସ୍ଥାନରେ ସମ୍ମାନର ସହ ରଖିଛନ୍ତି । ଜନଜାତି ଭାଇଭଉଣୀଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ଗୁରୁତ୍ୱ ଦିଅନ୍ତି । ଅନ୍ୟ ରାଜ୍ୟମାନେ ଜନଜାତି ବଜେଟ କମାଇ କମାଇ ଚାଲିଛନ୍ତି କିନ୍ତୁ ଆମ ମୁଖ୍ୟମନ୍ତ୍ରୀ ଜନଜାତି ବଜେଟକୁ ବଢ଼ାଇ ଚାଲିଛନ୍ତି । ସେମାନଙ୍କ କଳା, ସଂସ୍କୃତି ଓ ପୂଜାସ୍ଥଳୀର ବିକାଶ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ଆପଣଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାହିରାର ଉନ୍ନତି କରିଛନ୍ତି । ଲକ୍ଷ ଲକ୍ଷ ଜନଜାତି ସମ୍ପ୍ରଦାୟର ଝିଅମାନଙ୍କ ପାଠପଢ଼ା ସୁବିଧା ପାଇଁ ହଷ୍ଟେଲ ଖୋଲିଛନ୍ତି । ଜଙ୍ଗଲ ଉପରେ ନିର୍ଭରଶୀଳ ଜନଜାତି ସମ୍ପ୍ରଦାୟଙ୍କ ଶାଳ ମଞ୍ଜି, ମହୁଲ ଆଦି ବନ୍ୟଜାତ ଦ୍ରବ୍ୟର ଉଚିତ ମୁଲ୍ୟରେ କିଣିବା ପାଇଁ ଲାଭ ଯୋଜନା ଆରମ୍ଭ କରିଛନ୍ତି । ଆପଣଙ୍କୁ କେହି ଠକି ପାରିବେ ନାହିଁ, ନବୀନ ବାବୁଙ୍କ ନଜର ରହିଛି । ଜନଜାତି ସମ୍ପ୍ରଦାୟଙ୍କ ଉପରୁ ୫୦ ହଜାର ଛୋଟ, ବଡ଼ ପୋଲିସ୍‍, ଅବକାରୀ ଓ ଜଙ୍ଗଲ କେଶ୍‍ ରଦ୍ଦ କରିଛନ୍ତି ।

ଦଳୀୟ ସାଂସଦଙ୍କୁ ଜିତେଇବା ପାଇଁ ଅନୁରୋଧ କରି ସେ କହିଲେ ଯେ, ଆଉ ଯଦି କିଏ ସାଂସଦ ହୁଅନ୍ତି, ସେ ଅଧିକ ରାଜନୀତି କରି ଯାହା ବି କାମ ଚାଲିଛି, ସବୁଥିରେ ମୁଣ୍ଡ ପୁରାଇବେ, ବିରୋଧ କରିବେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ଦଳ ବିରୋଧ କରି ହାଇକୋର୍ଟ, ସୁପ୍ରିମ କୋର୍ଟ ପର୍ଯ୍ୟନ୍ତ ଯାଇଥିଲା । କିନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେମାନେ ବିଫଳ ହେଲେ ଏବଂ ଆମ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସଫଳ ହେଲେ ।

ମହିଳାମାନଙ୍କ ସଶକ୍ତିକରଣ ବିଷୟ ଉପସ୍ଥାପନ କରି ସେ କହିଲେ ଯେ, ମିଶନଶକ୍ତି ହେଉଛି ମୁଖ୍ୟମନ୍ତ୍ରୀଙ୍କ ଶକ୍ତି । କୌଣସି ରାଜ୍ୟ ସରକାର ମା’ମାନଙ୍କ ଯିବାଆସିବା ଭଡ଼ା ୫ ଟଙ୍କା କରିନାହାନ୍ତି । ଆମ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସରେ ୫ ଟଙ୍କାରେ ଏହି ସୁବିଧା ଦେଉଛନ୍ତି । ମମତା ଯୋଜନାରେ ମା’ମାନଙ୍କୁ ୧୦ ହଜାର ଟଙ୍କା ଦିଆଯାଉଛି । ମିଶନ ଶକ୍ତି ମା’ମାନଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ବିନା ସୁଧରେ ଋଣ ଦିଆଯିବ ।

ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସାରା ଓଡ଼ିଶା କହୁଛି । ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍‍ ଛାଡ଼୍‍ ହେବ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ ତୃତୀୟ ଦସ୍ତଖତରେ ମିଶନଶକ୍ତି ମା ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍‍ସନ୍‍ ବ୍ୟବସ୍ଥା କରାଯିବ ।

ସେ କହିଥିଲେ ଯେ, ବିରୋଧୀ ବିଜେପି ନେତାମାନେ ଏଠାକୁ ଆସି ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ସେମାନେ କହୁଛନ୍ତି ବିଜୁଳି ମାଗଣା ଦେବେ । ଏଥିପାଇଁ ଆପଣମାନଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ତା’ପରେ ସୋଲାର ପ୍ୟାନେଲ ମାଧ୍ୟମରେ ଆପଣମାନେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ଏହା ହେଉଛି ବିରୋଧୀ ଦଳର ମାଗଣା ବିଜୁଳି । ସେମାନେ ଦିନରେ ଲଣ୍ଠନ ଦେଖାଉଛନ୍ତି ।

ଓଡ଼ିଶାରେ ବିକାଶର ଚିତ୍ର ରଖି ସେ କହିଲେ ଯେ, ନବୀନ ବାବୁଙ୍କ ସରକାର ନିର୍ମାଣ କରିଥିବା ଆମ ହସ୍‍ପିଟାଲ, ବସଷ୍ଟାଣ୍ଡ ଦେଖିବାର ଅଛି । ଏ ସବୁ ନୂଆ ଓଡ଼ିଶାର ନମୂନା । ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରନ୍ତି, ଅନ୍ୟ ମାନେ ଭୋଟ ପାଇଁ କାମ କରନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ସାଥିରେ ଅଛନ୍ତି । ଆପଣମାନଙ୍କ ବୋଝ ହାଲକା କରବା ପାଇଁ ପଦକ୍ଷେପ ନେଉଛନ୍ତି । ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ୱାସ କରନ୍ତି । ଏଭଳି ମହାନ ଜନନାୟକଙ୍କୁ ଆଶୀର୍ବାଦ କରନ୍ତୁ ।

ଆପଣମାନଙ୍କ ଗୋଟିଏ ଗୋଟିଏ ଭୋଟ ଆପଣଙ୍କ ଉନ୍ନତିର ରାସ୍ତା ଖୋଲିବ, ଆପଣଙ୍କ ପାଇଁ ଉଜ୍ଜ୍ୱଳ ଭବିଷ୍ୟତ ତିଆରି କରିବ, ବିଜୁ ଜନତା ଦଳକୁ ଭୋଟ ଦେଇ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ନିବେଦନ ।

କାର୍ଯ୍ୟକ୍ରମରେ କେନ୍ଦୁଝର ଲୋକସଭା ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ, ଚମ୍ପୁଆ ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼, କରଞ୍ଜିଆ ବିଧାୟକ ପ୍ରାର୍ଥୀ ବାସନ୍ତି ହେମ୍ୱ୍ରମ, ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକ, ତେଲକୋଇ ବିଧାୟକ ପ୍ରାର୍ଥୀ ମାଧବ ସରଦାର ଓ ଘଷିପୁରା ବିଧାୟକ ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର ପ୍ରମୁଖ ନିଜ ନିଜ ସପକ୍ଷରେ ଭୋଟ ପ୍ରଚାର କରି ବିଜୁ ଜନତା ଦଳକୁ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ନିବେଦନ କରିଥିଲେ ।

ସଂଧ୍ୟାରେ ଶ୍ରୀ ପାଣ୍ଡିଆନ୍ ଭୁବନେଶ୍ୱରରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି ।

 

Previous Post

ଅମିତ୍ ଶାହଙ୍କ ରଣହୁଙ୍କାର

Next Post

ପ୍ରାୟଶ୍ଚିତ ନା ଭୋଟ ପାଇଁ ବିଜ୍ଞାପନ?

Next Post
ପ୍ରାୟଶ୍ଚିତ ନା ଭୋଟ ପାଇଁ ବିଜ୍ଞାପନ?

ପ୍ରାୟଶ୍ଚିତ ନା ଭୋଟ ପାଇଁ ବିଜ୍ଞାପନ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA