Wednesday, April 29, 2026 04:32 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କୋରାପୁଟ ପ୍ରଚାର ମଇଦାନରେ ପାଣ୍ଡିଆନ୍

ବିରୋଧୀଙ୍କୁ ଶାଣିତ ଆକ୍ରମଣ

by Our Correspondent
25 Apr, 2024- 07:57 PM
in Latest News, News, Politics
1 min read
0
କୋରାପୁଟ ପ୍ରଚାର ମଇଦାନରେ ପାଣ୍ଡିଆନ୍

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଆଜି କୋରାପୁଟ ସଂସଦୀୟ କ୍ଷେତ୍ରରେ ଜୋରଦାର ନିର୍ବାଚନ ପ୍ରଚାର କରିଛନ୍ତି । ସକାଳେ ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁରରୁ ନିର୍ବାଚନ ପ୍ରଚାର ଆରମ୍ଭ କରିଥିଲେ । ପରେ ବିଷମକଟକ ଓ ଗୁଣୁପୁରରେ ନିର୍ବାଚନ ପ୍ରଚାର କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି ।

କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁର ରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଥିଲେ। କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଜୋରଦାର ରୂପାନ୍ତର କାମ ଦେଖି ବିରୋଧୀଙ୍କ ନିଦ ହଜିଯାଇଛି। ଲୋକଙ୍କ ଉତ୍ସାହ ଦେଖି, ସେମାନଙ୍କ ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜିଛି । ନିର୍ବାଚନ ସମୟରେ ବିରୋଧୀ ଦଳର ନେତାମାନେ ଲୋକଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ନିର୍ବାଚନ ସମୟରେ ସେମାନେ ମିଠା ମିଠା କଥା କୁହନ୍ତି, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳନ୍ତି ନାହିଁ, ଓଡିଶା ପାଇଁ ସେମାନେ ଟଙ୍କାକର କାମ କରିନାହାନ୍ତି।  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ସ୍ୱାସ୍ଥ୍ୟସେବା ପାଉଥିବା ବେଳେ, ଜଣେ କେନ୍ଦ୍ରମନ୍ତ୍ରୀ ଏହାକୁ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି । ଏପରିକି ମା ମାନଙ୍କୁ ଆମେ ଦୁବାଇ ପଠାଉଛୁ। ତାକୁ ବି ସେମାନେ ସହିପାରୁ ନାହାନ୍ତି। ସେ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ । ଜନତା ତାଙ୍କୁ ଉଚିତ ଜବାବ ଦେବେ । ଏଠାରେ ଅନ୍ୟ ଦଳରୁ ଜଣେ ସାଂସଦ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ସେ କଣ କରିଛନ୍ତି, କେହି ଜାଣନ୍ତି ନାହିଁ ।

ଅନ୍ୟପକ୍ଷରେ, ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀ ମାନଙ୍କୁ ବହୁତ ଭଲ ପାଆନ୍ତି। ଆପଣମାନଙ୍କ ପାଇଁ ସେ ଦିନରାତି କାମ କରୁଛନ୍ତି। ଜନଜାତି କଳା ଓ ସଂସ୍କୃତିର ପ୍ରସାର ପାଇଁ ସେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ଆପଣମାନଙ୍କ ପିଲାମାନେ ଯେପରି ଭଲ ପାଠ ପଢି ଭଲ ମଣିଷ ହେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ୫-ଟି ସ୍କୁଲ ରୂପାନ୍ତର କରିଛନ୍ତି। ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଇ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି । ଲୋକସଭାରେ ମହିଳା ମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ବିଜୁ ଜନତା ଦଳ ବହୁ ଆଗରୁ ଦାବୀ କରିଆସିଛି, ପଦକ୍ଷେପ ବି ନେଇଛି । ଆମର ୨୧ ସାଂସଦ ପ୍ରାର୍ଥୀରୁ ଆମ ମୁଖ୍ୟମନ୍ତ୍ରୀ ୭ ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାମ ହିଁ କଥା କହେ । ତେଣୁ ଆପଣମାନେ ଉଭୟ ବିଧାନସଭା ଓ ଲୋକସଭାରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଦୁଇ ଥର ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତକୁ ଟାଣ କରିବାକୁ ଶ୍ରୀ ପାଣ୍ଡିଆନ୍ ଆହ୍ୱାନ ଦେଇଥିଲେ।

ଏହି ଅବସରରେ ସେ ଜନସାଧାରଣଙ୍କୁ ଭେଟିଥିଲେ । ସରକାରଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସାଧାରଣ ଲୋକଙ୍କ ବିଶ୍ୱାସକୁ ମଜବୁତ କରିଛି ବୋଲି କହିଥିଲେ। ଲୋକଙ୍କଠାରୁ ଯାହା ପ୍ରସ୍ତାବ ପାଇଥିଲୁ, ସେଥିରୁ ୭୦ ରୁ ୮୦ ଭାଗ କାମ ଦୁଇ-ତିନି ମାସ ମଧ୍ୟରେ ପୂରଣ ହୋଇଛି । ଏହା ହେଉଛି ନବୀନଙ୍କ ଗ୍ୟାରେଣ୍ଟି ବୋଲି କହିଥିଲେ ।

ଏହି ଦୁଇଟି ସଭାରେ ସାଂସଦ ପ୍ରାର୍ଥୀ ଶ୍ରୀମତୀ କୌଶଲ୍ୟା ହିକକା, ପଟାଙ୍ଗୀ ବିଧାନସଭା ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗୀ, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ, ବିଷମକଟକ ବିଧାନସଭା ପ୍ରାର୍ଥୀ ଜଗନ୍ନାଥ ସାରକା , ଗୁଣୁପୁର ବିଧାୟକ ପ୍ରାର୍ଥୀ ରଘୁନାଥ ଗମାଙ୍ଗଙ୍କ ସହିତ ବିଜୁ ଜନତା ଦଳର ଅନେକ ନେତା ଭାଷଣ ଦେଇଥିଲେ ।

 

Previous Post

୨୦୧୯ ତାତିକୁ ଫେରିଲେ ଅମିତ୍ ଶାହ

Next Post

ପାଣ୍ଡିଆନଙ୍କ ଟାର୍ଗେଟ୍ ରେ ଧର୍ମେନ୍ଦ୍ର

Next Post
ପାଣ୍ଡିଆନଙ୍କ ଟାର୍ଗେଟ୍ ରେ ଧର୍ମେନ୍ଦ୍ର

ପାଣ୍ଡିଆନଙ୍କ ଟାର୍ଗେଟ୍ ରେ ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA