ଭୁବନେଶ୍ୱର : କରୋନା ମହାମାରୀ ଭଳି ଜଟିଳ ପରିସ୍ଥିତରେ ସମ୍ ଅଲ୍ଟିମେଟ ମେଡିକେୟାରରେ ଦୁଇଟି କିଡ୍ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି । ଉଭୟ ରୋଗୀ ଜଟିଳ କିଡ୍ନୀ ରୋଗର ପଂଚମ ସ୍ତରରେ ଥିବାରୁ ସେମାନଙ୍କର ସପ୍ତାହକୁ ୩ ଥର ହେମୋଡାଏଲେସିସ୍ କରାଯାଉଥିଲା । କୋଭିଡ-୧୯ ସଂକ୍ରାନ୍ତିୟ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇ ଏହି ଲାଇଭ୍ ଡୋନୋର ପ୍ରତ୍ୟାରୋପଣ କରାଯାଇଛି ।
ଉଭୟ ଡୋନର ଏବଂ ରୋଗୀ ପ୍ରତ୍ୟାରୋପଣ ହେବାର ୧୦ ଦିନ ମଧ୍ୟରେ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଥିବା ବେଳେ ସର୍ଜରୀ ପରେ ସେମାନେ ସୁସ୍ଥ ହେବାରେ ଲାଗିଛନ୍ତି । ସିନିୟର ୟୁରୋଲୋଜିଷ୍ଟ ଓ କିଡ୍ନୀ ପ୍ରତ୍ୟାରୋପଣ ସର୍ଜନ୍ ଡଃ ବିଶ୍ୱଜିତ୍ ନନ୍ଦ, ନେଫ୍ରୋଲୋଜିଷ୍ଟ ଡଃ ତାପସ କୁମାର ବେହେରା, ଡଃ ବିଶ୍ୱରଞ୍ଜନ ମହାନ୍ତି, ଆନେସ୍ଥେସିଓଲୋଜିଷ୍ଟ ଡଃ ସୁରୁପା ଦେବୀପ୍ରଦା ଏବଂ ଡଃ ଦୀପଙ୍କର ପଢ଼ିହାରୀ ଏହି ଦୁଇଟି କିଡ୍ନୀ ପ୍ରତ୍ୟାରୋପଣ ଟିମ୍ରେ ସାମିଲ୍ ଥିଲେ ଏବଂ ସଫଳତାର ସହ କିଡ୍ନୀ ପ୍ରତ୍ୟାରୋପଣ କରିଥିଲେ । ଏହି ଟିମ୍କୁ ନର୍ସିଂ ଏବଂ କିଡ୍ନୀ ପ୍ରତ୍ୟାରୋପଣ ସଂଯୋଜକ ସମସ୍ତ ସହଯୋଗ କରିଥିଲେ ।
ପ୍ରତ୍ୟାରୋପଣ ସର୍ଜରୀ ନିମନ୍ତେ ସ୍ୱତନ୍ତ୍ର ମୋଡୁଲାର୍ ଅପରେସନ୍ ଥିଏଟର୍ ପ୍ରସ୍ତୃତ କରିବାରେ ସମ୍ ହେଉଛି ଓଡ଼ିଶାର ପ୍ରଥମ ହସ୍ପିଟାଲ୍। ଆନ୍ତର୍ଜାତୀକ ନିୟମ ଏବଂ ସୁଲଭ ମୂଲ୍ୟରେ ପ୍ରତ୍ୟାରୋପଣ କାର୍ଯ୍ୟ ଏବଂ ଉନ୍ନତ ଧରଣର ରୋଗୀ ସେବା ଯୋଗାଇ ଦିଆଯାଉଥିବା ହସ୍ପିଟାଲ୍ ପକ୍ଷରୁ କୁହାଯାଇଛି ।