Monday, April 20, 2026 04:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ

by Our Correspondent
13 May, 2025- 10:49 PM
in Latest News, News
1 min read
0
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି । ଏଥିରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଦ୍ୱାଦଶରେ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତ୍ରିଶା ରଥ କଳାରେ ସର୍ବାଧିକ ୯୯.୪ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହେବା ସହ ଆଞ୍ଚଳିକ ଟପ୍‍ପର ହୋଇଛନ୍ତି। ସେହିପରି  ହଂସ ଦାରୁକା ବିଜ୍ଞାନରେ ସର୍ବାଧିକ ୯୮.୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଥିବା ବେଳେ ବାଣିଜ୍ୟରେ ଦୀପ୍ତି ସାହୁ ସର୍ବାଧିକ ୯୮.୬ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି। ଚଳିତବର୍ଷ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ୪୦ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଦ୍ୱାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ସିବିଏସ୍‍ଇ ଦଶମ ବୋର୍ଡ ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଉତ୍କର୍ଷ ବଜାୟ ରଖିଛନ୍ତି । ଦଶମରେ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଛନ୍ତି। ସ୍କୁଲ୍‍ର ଉଶ୍ୱସ୍ତି ଉବିକା ପାଟଶାଣୀ ସର୍ବାଧିକ ୯୯ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି ।

ସେନ୍‍ ଗ୍ଲୋବ୍‍ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ:

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ରେ ସ୍ପେଶିଆଲ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସେନ୍‍ ଗ୍ଲୋବ୍‍ ରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନେ ମଧ୍ୟ ଏକ ପ୍ରଭାବଶାଳୀ ଫଳାଫଳ ରେକର୍ଡ କରିଛନ୍ତି । ସେନ୍‍ ଗ୍ଲୋବର ଚାରି ଜଣ ଛାତ୍ର ୮୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ବେଳେ ଜଣେ ଛାତ୍ର ୯୫ ପ୍ରତିଶତ ନମ୍ବର ରଖିଛନ୍ତି । ସେହିପରି ସେନ୍‍ ଗ୍ଲୋବର ଛାତ୍ରଛାତ୍ରୀ ସିବିଏସ୍‍ଇ ଦଶମ ବୋର୍ଡ ପରୀକ୍ଷାରେ ସ୍କୁଲ୍‍ ପାଇଁ ଗୌରବ ଆଣିପାରିଛନ୍ତି । ଏଥିରେ ୭ଜଣ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ବେଳେ ଜଣେ ୮୭ ପ୍ରତିଶତ ନମ୍ବର ରଖିବାରେ ସମର୍ଥ ହୋଇଛନ୍ତି ।

ସ୍କୁଲ୍‍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୭ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି । ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଶେଷ କରି ସେନ୍‍ ଗ୍ଲୋବର ଛାତ୍ରଛାତ୍ରୀମାନଙ୍କର ଉପଯୁକ୍ତ ଯତ୍ନ ନିଆଯାଇପାରୁଥିବାରୁ ସେମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରୁଛନ୍ତି । ମାନସିକସ୍ତରରେ ସେମାନେ ଦୁର୍ବଳ ଥିଲେ ମଧ୍ୟ ବହୁ କଷ୍ଟକରି ସେମାନେ ସଫଳତା ପାଇବା ସ୍କୁଲ୍‍ ପାଇଁ ଗର୍ବର ବିଷୟ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

Previous Post

ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

Next Post

କେହି କାହାକୁ କମ୍ ନୁହଁନ୍ତି

Next Post
କେହି କାହାକୁ କମ୍ ନୁହଁନ୍ତି

କେହି କାହାକୁ କମ୍ ନୁହଁନ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA