Saturday, June 27, 2026 06:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିମ୍‍ସରେ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର ସଳଖିଲା ବଙ୍କା ମେରୁଦଣ୍ଡ

by Our Correspondent
27 Jul, 2023- 11:49 PM
in Health, Latest News, News
1 min read
0
କିମ୍‍ସରେ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର ସଳଖିଲା ବଙ୍କା ମେରୁଦଣ୍ଡ

ଭୁବନେଶ୍ୱର: ମେରୁଦଣ୍ଡ ବଙ୍କା ହୋଇଯାଇଥିବା ଜନୈକା ବାଳିକାଙ୍କଠାରେ ସଫଳ ଅସ୍ତ୍ରୋପଚାର ଏହାକୁ ସଳଖ କରି ପାରିଛନ୍ତି କିମ୍‍ସର ଡାକ୍ତର । ସ୍କୋଲିଓସିସ୍ ନାମକ ଗୁରୁତର ମେରୁଦଣ୍ଡ ସମସ୍ୟା ସହ ଦୀର୍ଘ ଦିନ ଧରି ସଂଘର୍ଷ କରୁଥିବା ଏହି ବାଳିକାଙ୍କ ଅଭିଭାବକ ବହୁ ଖ୍ୟାତି ସମ୍ପନ୍ନ ଡାକ୍ତରଖାନାରୁ ନିରାଶ ହୋଇ ଶେଷରେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ । ଅସ୍ଥିଶଲ୍ୟ ବିଶେଷଜ୍ଞ ତଥା ସ୍ପାଇନ୍ ସର୍ଜନ ଡା ଜିତେନ୍ଦ୍ର କୁମାର ରାଉତ ରୋଗୀଙ୍କୁ ଦେଖିବା ପରେ ଏହା ‘ଇଡିଓପାଥିକ ସ୍କୋଲିଓସିସ୍‌’ ନାମକ ଏକ ପ୍ରକାର ମେରୁଦଣ୍ଡ ସମସ୍ୟା ବୋଲି ଜାଣି ତୁରନ୍ତ ଅସ୍ତ୍ରୋପଚାର ପାଇଁ ପରାମର୍ଶ ଦେଇଥିଲେ । ନିଶ୍ଚେତକ ବିଭାଗର ଡା ସଞ୍ଜୀବ ଗିରି ଓ ରାଜ ମୋହନଙ୍କ ସହଯୋଗରେ ସ୍ପାଇନ୍ ସର୍ଜନ ଡା ରାଉତ ଏହି ଅସ୍ତ୍ରୋପଚାର କରିଥିଲେ ।

ବାଳିକାଙ୍କ ମେରୁଦଣ୍ଡ ଇଂରାଜୀ ଅକ୍ଷର ‘ଏସ୍‌’ ଆକୃତିର ହୋଇଯାଇଥିଲା, ଯାହା ଭବିଷ୍ୟତରେ ତାଙ୍କ ପାଇଁ ଆହୁରି ଅନେକ ସମସ୍ୟା ସୃଷ୍ଟି କରିଥାନ୍ତା ବୋଲି ଡା. ରାଉତ ପ୍ରକାଶ କରିଛନ୍ତି । କିମ୍‌ସରେ ଦକ୍ଷ ଡାକ୍ତର, ଉନ୍ନତ ଜ୍ଞାନକୈଶଳ ଓ ଯନ୍ତ୍ରାଂଶ ଉପଲବ୍‍ଧ ଯୋଗୁଁ ଏଭଳି ବିରଳ ମେରୁଦଣ୍ଡ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଲା । ସେ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । କିଛି ଦିନ ବିଶ୍ରାମ ପରେ ସେ ସ୍ୱାଭାବିକ ଜୀବନଯାପନ କରିପାରିବେ ବୋଲି ଡାକ୍ତର ରାଉତ କହିଛନ୍ତି । ସାଧାରଣତଃ ୧୦ରୁ ୧୫ ବର୍ଷ ବୟସ ମଧ୍ୟରେ ଏହି ରୋଗ ଦେଖାଦେଇପାରେ । ତୁରନ୍ତ ରୋଗର ଚିହ୍ନଟ ଓ ଉପଯୁକ୍ତ ସମୟରେ ଏହାର ଚିକିତ୍ସା କରାଗଲେ ଏହି ରୋଗର ଉପଶମ ହୋଇପାରିବ । ଏହା ରୋଗୀର ଆତ୍ମବିଶ୍ୱାସ ଏବଂ ଆତ୍ମସମ୍ମାନକୁ ପ୍ରଭାବିତ କରିପାରେ । ଏପରି ରୋଗୀ ଅନେକ ସମୟରେ ଥଟ୍ଟା ଏବଂ ଉପହାସର ପାତ୍ର ହୋଇଥାନ୍ତି । କମ୍ ବୟସରୁ ହିଁ ଏହାର ଚିକିତ୍ସା କରାଯିବା ଆବଶ୍ୟକ ନଚେତ ବୟସ ବଢ଼ିବା ସହିତ ଏହାର ଚିକତ୍ସା ମଧ୍ୟ ଅଧିକ ଜଟିଳ ହୋଇଯାଇଥାଏ ବୋଲି ଡା. ରାଉତ କହିଛନ୍ତି ।

ସୂଚନାଯୋଗ୍ୟ, ପ୍ରଥମଥର ପାଇଁ ଓଡ଼ିଶାର ଏକ ଘରୋଇ ହସ୍ପିଟାଲରେ ଏଭଳି ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର କରାଯାଇପାରିଛି । ଏଭଳି ବିରଳ ଅସ୍ତ୍ରୋପଚାର କରି ‘କିମ୍‌ସ’ ରାଜ୍ୟର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ଅନୁଷ୍ଠାନ ଭାବେ ପ୍ରମାଣିତ କରିପାରିଛି । ଏହି ମେରୁଦଣ୍ଡ ଅସ୍ତ୍ରୋପଚାର ସାଧାରଣତଃ ୭-୮ ଘଣ୍ଟା ସମୟ ଲାଗିଥାଏ, କିନ୍ତୁ କିମ୍‌ସର ସ୍ପାଇନ ସର୍ଜନ ତଥା ଓଡ଼ିଶା ସ୍ପାଇନ ସଂଘର ସମ୍ପାଦକ ଡା. ରାଉତ ଏବଂ ତାଙ୍କ ଡାକ୍ତରୀ ଦଳ ମାତ୍ର ୪ ଘଣ୍ଟାରେ ଏହି ସଫଳ ଅସ୍ତ୍ରୋପଚାର କରିପାରିଥିଲେ । ଏଭଳି ବିରଳ ଅସ୍ତ୍ରୋପଚାର ପାଇଁ କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଡା. ରାଉତ ଓ ତାଙ୍କ ଡାକ୍ତରୀ ଦଳକୁ ଧନ୍ୟବାଦ ଜଣାଇବା ସହ ବାଳିକାର ଆଶୁ ଆରୋଗ୍ୟ କାମନା କରିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଅଧୀନରେ ରୋଗୀଙ୍କର ମାଗଣା ଚିକିତ୍ସା କରାଯାଇଥିଲା ।

Previous Post

ଓଡ଼ିଶାରେ ହେବ ସିଲିକନ କାର୍ବାଇଡ୍ ପ୍ଲାଣ୍ଟ

Next Post

ନଡ୍ଡାଙ୍କ ନୂଆ ଟିମ୍; ଓଡ଼ିଶାରୁ କେବଳ ବୈଜୟନ୍ତ

Next Post
ନଡ୍ଡାଙ୍କ ନୂଆ ଟିମ୍; ଓଡ଼ିଶାରୁ କେବଳ ବୈଜୟନ୍ତ

ନଡ୍ଡାଙ୍କ ନୂଆ ଟିମ୍; ଓଡ଼ିଶାରୁ କେବଳ ବୈଜୟନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA