ଭୁବନେଶ୍ୱର: ଆଜି କିସ୍ ସମେତ ସମଗ୍ର ବିଶ୍ୱରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହେଉଥିବା ବେଳେ କିସ୍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍ନାଲ୍ ଲିଟେରାସି ପୁରସ୍କାର- ୨୦୨୨ । ଆଜି ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ କିସ୍ର ପ୍ରତିନିଧି ଏହି ପୁରସ୍କାର ଗ୍ରହଣ କରିଥିଲେ । ପୁରସ୍କାର ବାବଦରେ କିସ୍କୁ ୨୦ ହଜାର ଆମେରିକୀୟ ଡଲାର ଓ ମେଡାଲ୍ ଓ ପ୍ରଶସ୍ତିପତ୍ର ପ୍ରଦାନ କରଯାଇଥିଲା ।
ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍ଜିଓ । ଏହା ଓଡିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ । ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ କିସ୍ର ୩୦ ହଜାର ଛାତ୍ରଛାତ୍ରୀ ଏହି ଖୁସିରେ ଉତ୍ସବ ମନାଇଥିଲେ । ଶ୍ରୀ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ ।








