Friday, February 20, 2026 04:13 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଶ୍ୱସ୍ତରୀୟ ହେବ କୋଣାର୍କ ଅଞ୍ଚଳ ଭିତ୍ତିଭୂମି

କୋଣାର୍କ ବିକାଶ ଚିଠା ଯୋଜନା ପ୍ରସ୍ତୁତ

by Our Correspondent
21 Jan, 2021- 07:19 PM
in Latest News, News
1 min read
0
ବିଶ୍ୱସ୍ତରୀୟ ହେବ କୋଣାର୍କ ଅଞ୍ଚଳ ଭିତ୍ତିଭୂମି

ଭୁବନେଶ୍ୱର: କୋଣାର୍କ ମନ୍ଦିର ପ୍ରବେଶସ୍ଥଳରେ ପର୍ଯ୍ୟଟକମାନଙ୍କୁ ସ୍ୱାଗତ କରିବା ପାଇଁ ନିର୍ମାଣ ହେବ କୋଣାର୍କ ଏଣ୍ଟ୍ରି ପ୍ଲାଜା । ଗାଡ଼ିମଟର ପାର୍କିଂ ପାଇଁ ମଲଟି ମୋଡାଲ୍ ହବ୍ Multi modal hub ନିର୍ମାଣ ହେବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚର ପୁର୍ନବିନ୍ୟାସ କରାଯିବ । ମନ୍ଦିର ସଂଲଗ୍ନ ସବୁ ରାସ୍ତାର ବିକାଶ କରାଯିବ । ମନ୍ଦିର ସମ୍ମୁଖରେ ଥିବା ୩୦ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କେପିଂ କରାଯିବ । ସାଢ଼େ ତିନି କିଲୋମିଟର ବାହ୍ୟ ରିଂଗ୍ ରୋଡକୁ ୬ ଥାକିଆ କରାଯିବ । ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀମାନଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ନିର୍ମାଣ ହେବ । ଯାତ୍ରୀଙ୍କୁ ନେବା ଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ ।

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏହି କାର୍ଯ୍ୟକ୍ରମର ଅଂଶ ଭାବେ କୋଣାର୍କ ଐତିହ୍ୟ ଅଞ୍ଚଳର ଏହା ହେଉଛି ବିକାଶର ଚିଠା । କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ଅନେକ ପର୍ଯ୍ୟଟକ ଆସିଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆର୍ନ୍ତଜାତୀୟମାନର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଚିଠା ପ୍ରସ୍ତୁତ ହୋଇଛି । ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି ।

ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂର୍ଯ୍ୟ ମନ୍ଦିର ଗାରିମାର ସୁରକ୍ଷା, ପର୍ଯ୍ୟଟକମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ । କୋଣାର୍କ ମନ୍ଦିରର ପାରିପାଶ୍ୱିର୍କ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ୱିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି ।

ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅବଗତି ନିମନ୍ତେ ଉପସ୍ଥାପନା କରାଯାଇଥିଲା । ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ୍ କୁମାର ଏହାକୁ ଉପସ୍ଥାପନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

ଚିଠା ପ୍ରସ୍ତାବ ଉପରେ ଜନସାଧାରଣଙ୍କ ମତାମତ ବି ଆହ୍ୱାନ କରାଯାଇଛି । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନରେ ଦେଇପାରିବେ ।

ସୂଚନାଥାଉକି, କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତ୍ତି ତାର ଅବିଶ୍ବସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ବର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି । ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିର ର ମୁଖ୍ୟ ଅଂଶ ଭାଂଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡିଶାର କାରିଗର ଓ ଶିଳ୍ପୀ ମାନଙ୍କର ଦକ୍ଷତାର ଜୟଗାନ କରିଆସୁଛି । ଏହି ମନ୍ଦିର ତତ୍କାଳୀନ ଓଡିଶାର ସଂପନ୍ନତା ବିଷୟରେ ସୂଚିତ କରିଥାଏ। ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶ ମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସଂପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ । ୧୯୮୪ ମସିହାରେ UNESCO କୋଣାର୍କକୁ ବିଶ୍ବ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି ।

Previous Post

କୋଏମ୍ବାଟୁରରୁ କଳାହାଣ୍ଡି ଫେରିଲା ଗଜେନ୍ଦ୍ରଙ୍କ ଶବ

Next Post

ଆନ୍ଦୋଳନ ସ୍ଥଗିତ, ୭୨ ଘଣ୍ଟା ମହଲତ

Next Post
ଆନ୍ଦୋଳନ ସ୍ଥଗିତ, ୭୨ ଘଣ୍ଟା ମହଲତ

ଆନ୍ଦୋଳନ ସ୍ଥଗିତ, ୭୨ ଘଣ୍ଟା ମହଲତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA