Sunday, February 22, 2026 03:19 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଏଣିକି ମୋବାଇଲ୍ ରେ ଚାଷୀଙ୍କ ଜଳସେଚନ ସମସ୍ୟାର ସମାଧାନ

ଜଳସଂପଦ ବିଭାଗର ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Our Correspondent
09 Nov, 2020- 11:24 PM
in Latest News, News
1 min read
0
ଏଣିକି ମୋବାଇଲ୍ ରେ ଚାଷୀଙ୍କ ଜଳସେଚନ ସମସ୍ୟାର ସମାଧାନ

ଭୁୁବନେଶ୍ୱର: ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଚାଷୀଙ୍କୁ ଆଉ ଅଫିସ ଦୌଡିବାକୁ ପଡ଼ିବନି । ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଳସଂପଦ ବିଭାଗକୁ ଜଣାଇପାରିବେ । ମୁଖ୍ୟମନ୍ତ୍ରୀଙ୍କର ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି। ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଅନ୍‌ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା “ସେଚ ସମାଧାନ” ଚାଷୀମାନଙ୍କ ପାଇଁ ଏହି ସୁଯୋଗ ଆଣିଛି।

“ସେଚ ସମାଧାନ” ସହିତ ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍‌ଲାଇନ ସେବା ବ୍ୟବସ୍ଥାର  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ। ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନ୍ ଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଜଳସଂପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଳସଂପଦ ତଥା ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ପ୍ରଶାସନକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ଜଳସଂପଦ ବିଭାଗ Digital Technology ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ୫-ଟି ଲକ୍ଷ୍ୟ ପୂରଣ କରିବା ସହିତ ଚାଷୀ ମାନଙ୍କୁ ଉନ୍ନତ ସେବା ଯୋଗାଇଦେବ ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ ।

ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ ।

ଆଜି ଲୋକାର୍ପିତ ଅନ୍‌ ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ସେଚ ସମାଧାନ ଏକ ଦ୍ବିଭାଷୀୟ ମୋବାଇଲ ଆପ୍‌ । ଏହି ପଦ୍ଧତିରେ ଚାଷୀ ଜଳସଂପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସଂପର୍କରେ SMS ଜରିଆରେ ସୂଚନା ଦିଆଯିବ ଏବଂ ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ।

ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ହୋଇଥିବା ଅନ୍ ଲାଇନ୍ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନ ଆସି, ନିଜ ମୋବାଇଲ ଫୋନ୍‌, କମ୍ପୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ।

ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ Go Swift ପୋର୍ଟାଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି ।

ଏହି ପୋର୍ଟାଲ ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ ।

Previous Post

ବାରାକରେ ନିଆଁ- ମହାଦେବଙ୍କ ମନ୍ଦିରରେ ଘାଉଡ଼ ?

Next Post

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୃଦ୍ଧା

Next Post
କରୋନାକୁ ପରାସ୍ତ କଲେ  ୯୨ ବର୍ଷୀୟ ବୃଦ୍ଧା

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୃଦ୍ଧା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA