Friday, June 26, 2026 03:12 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌

ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ

by Our Correspondent
31 Jan, 2024- 02:04 PM
in Latest News, News
1 min read
0
ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌

ଭୁବନେଶ୍ୱର: ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ ବୋଲି କୁହାଯାଇଛି ।

ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡି ହେଲା । ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।

କାର୍ଯ୍ୟକ୍ରମରେ ଦେବଗଡଠାରେ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ହେଉଛି ଲୋକଙ୍କ ସମ୍ପତ୍ତି। ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧିର କୁମାର ସାମଲ, ଅନୁଗୋଳରେ ବିଧାୟକ ରଜନିକାନ୍ତ ସିଂ, ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡରେ ଜିଲ୍ଲା ପରିଷଦ ସଭାପତି କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। 

Previous Post

ଦେବୀପ୍ରସନ୍ନଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ

Next Post

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍

Next Post
ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜଫ୍ରେମ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA