Sunday, June 28, 2026 12:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗଜପତିରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍

ଚାଲିଲା ୩୬ଟି ବସ୍, ଜିଲ୍ଲାର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

by Our Correspondent
20 Oct, 2023- 09:20 PM
in Latest News, News
1 min read
0
ଗଜପତିରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ଗଜପତି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ । ଏହା ଦ୍ୱାରା ଆମର ଅର୍ଥନୀତି ମଧ୍ୟ ଆହୁରି ମଜବୁତ୍ ହେବ ବୋଲି ସେ କହିଲେ।

ଏହି ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଓ ଗଜପତି ସହିତ, ନବରଙ୍ଗପୁର, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ଏହି ଯୋଜନାରେ ବସ୍ ଚାଲିବ । ଗଜପତିରେ ଆଜି ୩୬ଟି ବସ୍‌ ଚାଲିଲା। ଗଜପତିର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଲା । ଏହି ଯୋଜନା ପାଇଁ ଗଜପତିରେ ୬୯ଟି ନୂଆ ବସ୍ ଷ୍ଟପେଜ୍ ତିଆରି କରାଯାଇଛି। ପୂର୍ବରୁ ଥିବା ୬୪ଟି ବସ୍ ଷ୍ଟପେଜ୍‌ର ଉନ୍ନତିକରଣ କରାଯାଇଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ଗଜପତିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଓଡିଶାର ସାଢେ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀଙ୍କ ପରିବାର। ସେମାନେ ଯେପରି ଭଲରେ ରହିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଚିନ୍ତା କରି ଆସୁଛନ୍ତି। ଓଡିଶାବାସୀଙ୍କ ଉନ୍ନତି ପାଇଁ ନୂଆ ନୂଆ ଯୋଜନା କରୁଛନ୍ତି। ଆଜି ଲକ୍ଷ୍ମୀ ବସ୍ ଯୋଜନା ଗାଁର ଯୋଗାଯୋଗ ବ୍ୟବସ୍ଥାରେ ରୂପାନ୍ତର ଆଣିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି ଅବସରରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ କେ. ନାରାୟଣ ରାଓ, ଜିଲ୍ଲା ପରିଷଦର ସଭାପତି ଜି. ତିରୁପତି ରାଓ ଓ ସ୍ୱତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷା ମାରିୟାମ ରାୟତ ପ୍ରମୁଖ ମତ ବ୍ୟକ୍ତ କରି ରାଜ୍ୟରେ ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ।

Previous Post

୪% ବଢ଼ିଲା ମହଙ୍ଗା ଭତ୍ତା

Next Post

ଓଡ଼ିଶାକୁ ବାତ୍ୟା ଭୟ ନାହିଁ, କେବଳ ବର୍ଷା ସମ୍ଭାବନା

Next Post
ଓଡ଼ିଶାକୁ ବାତ୍ୟା ଭୟ ନାହିଁ, କେବଳ ବର୍ଷା ସମ୍ଭାବନା

ଓଡ଼ିଶାକୁ ବାତ୍ୟା ଭୟ ନାହିଁ, କେବଳ ବର୍ଷା ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA