Saturday, June 27, 2026 02:02 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋରାପୁଟ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍

by Our Correspondent
14 Dec, 2023- 08:52 PM
in Latest News, News
1 min read
0
କୋରାପୁଟ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ। ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି। ଲକ୍ଷ୍ମୀ ବସ୍‌ ସମସ୍ତଙ୍କୁ ଯୋଡିବା କାମ କରିବ। ପିଲାମାନଙ୍କୁ ସ୍କୁଲ କଲେଜ ନେବ। ରୋଗୀକୁ ହସ୍ପିଟାଲ ନେବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ମା’ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ଯିବାଆସିବା ପାଇଁ ସୁବିଧା ହେବ। ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଲକ୍ଷ୍ମୀ ବସ୍‌ ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁ ଗାଁରେ ବିକାଶର ଉତ୍ସବ ଚାଲିଛି। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। ବିକାଶ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇ ପଞ୍ଚାୟତଗୁଡିକ ବିକାଶ କାର୍ଯ୍ୟକ୍ରମର ପ୍ରାଣକେନ୍ଦ୍ର ପାଲଟିଛି। ଗାଁର ରୂପାନ୍ତର ସାରା ଓଡିଶାର ରୂପାନ୍ତର ପାଇଁ ରାସ୍ତା ଖୋଲିଛି। ଓଡିଶା ଆମ ସମସ୍ତଙ୍କର। ଏ ବିକାଶ ମଧ୍ୟ ଆମ ସମସ୍ତଙ୍କର ବୋଲି କହିବା ସହିତ ସମସ୍ତଙ୍କର ସହଯୋଗରେ ନୂଆ ଓଡିଶା ଗଠନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶା ବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍‌ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି। ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ସମସ୍ତଙ୍କୁ ଅନୁରୋଧ କରିଥିଲେ। କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସବୁକ୍ଷେତ୍ରରେ ବିକାଶର ଧାରା ଜାରି ରହିଛି । ଗାଁରୁ ସହର, ସବୁଠି ଆଜି ଦିଶୁଛି ବିକାଶର ଝଲକ । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳରେ ଯାତାୟତକୁ ସୁଗମ କରି ସମୃଦ୍ଧି ଆଣିବ । ଓଡିଶାକୁ ଭାରତର ଏକ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ପଟାଙ୍ଗୀ ବିଧାୟକ ପିତମ ପାଢୀ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି, କୋରାପୁଟ ବିଧାୟକ ରଘୁରାମ ପଡାଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝୀ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଜିଲ୍ଲାର ପରିବହନ ବ୍ୟବସ୍ଥାରେ ବିରାଟ ରୂପାନ୍ତର ସହ ଜନସାଧାରଣଙ୍କ ଆର୍ଥିକ ବିକାଶରେ ଲକ୍ଷ୍ମୀ ଯୋଜନା ବିଶେଷ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ।

Previous Post

Grand Finale of National Road Safety Short Film Festival

Next Post

ଷଷ୍ଠ ଥର ପାଇଁ ବିଜେଡିର ତୟାରି

Next Post
ଷଷ୍ଠ ଥର ପାଇଁ ବିଜେଡିର ତୟାରି

ଷଷ୍ଠ ଥର ପାଇଁ ବିଜେଡିର ତୟାରି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA