Monday, June 29, 2026 09:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌

ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହ ୫-ଟି ସଚିବଙ୍କ ଆଲୋଚନା

by Our Correspondent
09 Oct, 2023- 09:49 PM
in Latest News, News
1 min read
0
୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌

ଭୁୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ। ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ୱାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।

କର୍ମଚାରୀ ମାନଙ୍କୁ ସମ୍ବୋଧନ କରି ୫-ଟି ସଚିବ ଶ୍ରୀ ପାଣ୍ଡିଆନ କହିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ୱ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।

ଶ୍ରୀ ପାଣ୍ଡିଆନ ପୁଣି କହିଥିଲେ ଯେ ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ । ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବାଣିଜ୍ଯ ଓ ପରିବହନ ବିଭାଗର ସ୍ଵତନ୍ତ୍ର ସଚିବ ମନୋଜ ମିଶ୍ର ଓ ଓଏସଆରଟିସି ର ସିଏମଡି ଦୀପ୍ତେଶ ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ଥିଲେ।

Previous Post

ଆଉ ୫ ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍

Next Post

ପୂର୍ବତନ ପୁଲିସ ଡିଜି ଶରତ ମିଶ୍ରଙ୍କ ପରଲୋକ

Next Post
ପୂର୍ବତନ ପୁଲିସ ଡିଜି ଶରତ ମିଶ୍ରଙ୍କ ପରଲୋକ

ପୂର୍ବତନ ପୁଲିସ ଡିଜି ଶରତ ମିଶ୍ରଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA