Friday, June 26, 2026 01:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍

by Our Correspondent
12 Feb, 2024- 09:31 PM
in Latest News, News
1 min read
0
ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ । କେନ୍ଦୁଝରର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।
ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସୁନ୍ଦରଗଡରେ ଉପସ୍ଥିତ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜଠାରେ ଉପସ୍ଥିତ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ଶ୍ରାମତୀ ବାସନ୍ତି ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ। ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍‌ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ବରଗଡବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ। ସେହିପରି ମୟୁରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ ଯେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ଯ୍ୟ ଜାରି ରହିଛି ଏବଂ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ କାର୍ଯ୍ୟ କରାଯିବ। ସୁନ୍ଦରଗଡ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ । ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍‌ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅତାବିରାରେ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ପାଟନାଗଡରେ ବିଧାୟକ ଶ୍ରୀ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ଶ୍ରୀ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଶ୍ରୀ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସାକରିବା ସହିତ 5T ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା ।

Previous Post

ଓଡ଼ିଶାରେ ନବସୃଜନରୁ ନବଉଦ୍ୟୋଗ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟ: ଧର୍ମେନ୍ଦ୍ର ପ୍ରଧାନ

Next Post

ଯୁବସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’

Next Post
ଯୁବସମାଜ  ପାଇଁ ନୂଆ ସ୍କିମ ‘ସ୍ୱୟମ’

ଯୁବସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA