ଭୁବନେଶ୍ୱର: କୋଭିଡ୍ ଯୋଗୁଁ ବନ୍ଦ ଥିବା ଶ୍ରୀ ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ରୁ ଖୋଲିବ । କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିବେ । ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗର୍ଭଗୃହକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା କରାଯାଇଛି । ଆଡପ ମଣ୍ଡପରୁ ଶ୍ରଦ୍ଧାଳୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ବୋଲି ନିଷ୍ପତ୍ତି ନିଆଯାଇଛି ।