Tuesday, June 30, 2026 10:28 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରତିଷ୍ଠା ହେଲା ମା’ ଙ୍କ ନୂତନ ଭବ୍ୟ ମନ୍ଦିର

ମା' ତାରାତାରିଣୀ ପୀଠର ରୂପାନ୍ତରଣ

by Our Correspondent
18 May, 2022- 03:04 PM
in Latest News, News
1 min read
0
ପ୍ରତିଷ୍ଠା ହେଲା ମା’ ଙ୍କ ନୂତନ ଭବ୍ୟ ମନ୍ଦିର

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ୱନିର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି ।

ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ। ‌ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖ ରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ । 

ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ।

ଭକ୍ତ ଓ ପର୍ଯ୍ୟଟକ ଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀ ତଟ ଉନ୍ନତି କରଣ କାର୍ଯ୍ୟର ଭିତ୍ତି ମଧ୍ୟ ରଖିଥିଲେ ।

ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋଜ୍ଞ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ୱଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି । ପାହାଚ ଶ୍ରେଣୀ, ରୋପ୍‌ ୱେ ଏବଂ ନୂତନ ସଡକ ସହିତ ଦ୍ୱାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି। ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ।

ପ୍ରତିଷ୍ଠା ଉତ୍ସବ ରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ର ଶ୍ରୀ ଲିଙ୍ଗରାଜ ମନ୍ଦିର. ମା ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ା ଶ୍ରୀ ବଳଦେବ ଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିର ର ସେବାୟତ ମାନେ ମଧ୍ୟ ଯୋଗ ଦେଇଥିଲେ ।

ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମବିଭୂଷଣ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା ।ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ନାତି  ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।

ସୂଚନାଯୋଗ୍ୟ ଯେ ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ରୁଷିକୁଲ୍ୟା ନଦୀ କୂଳରେ ମା ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ। ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା । ପୂର୍ବରୁ ଭକ୍ତମାନେ ଅନେକ ପାହାଚ ଚଢି ମା ଙ୍କ ଦର୍ଶନ ପାଇଁ ଯାଉଥିଲେ। ଏବେ ରୋପୱେ ସହ ପୀଠକୁ ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି ।

ଏହି କାର୍ଯ୍ୟକ୍ରମ ରେ ଉଦବୋଧନ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାରା ତାରିଣୀ ମନ୍ଦିର ର ରୂପାନ୍ତର କୁ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରକୃଷ୍ଟ ଉଦାହରଣ ଭାବରେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ ଙ୍କ ସଚିବ (୫-ଟି), ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Previous Post

ମା ତାରାତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ କାଲି

Next Post

‘ମିଶନ ଶକ୍ତି’ ପାଇଁ ହାତ ଖୋଲିଦେଲେ

Next Post
‘ମିଶନ ଶକ୍ତି’ ପାଇଁ ହାତ ଖୋଲିଦେଲେ

'ମିଶନ ଶକ୍ତି' ପାଇଁ ହାତ ଖୋଲିଦେଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA