Tuesday, February 17, 2026 12:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେନ୍ଦ୍ରାପଡ଼ା ଜିଲ୍ଲାରେ ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

by Our Correspondent
20 Dec, 2020- 06:10 PM
in Latest News, News
1 min read
0
କେନ୍ଦ୍ରାପଡ଼ା ଜିଲ୍ଲାରେ ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଅଞ୍ଚଳରେ ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ନେତୃତ୍ୱରେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍ ପ୍ରସ୍ତାବିତ ଅଞ୍ଚଳ ଅନୁଧ୍ୟାନ କରିଛନ୍ତି । ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ପ୍ରସ୍ତାବିତ ଅଞ୍ଚଳରେ ଉପସ୍ଥିତ ରହି ପ୍ରକଳ୍ପ ବିଷୟରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ରିଙ୍କେଶ ରାୟ ମଧ୍ୟ ସେଠାରେ ଉପସ୍ଥିତ ଥିଲେ ।

ଆଖଡ଼ାଶାଳି ଅଞ୍ଚଳରେ ପ୍ରସ୍ତାବିତ ଏହି ମହାନଦୀ ବନ୍ଦରର ବାର୍ଷିକ କ୍ଷମତା ହେବ ୫୪ ମେଟ୍ରିକ୍ ଟନ୍ । ପ୍ରଥମ ପର୍ଯ୍ୟାୟରେ ୨୨ ମେଟ୍ରିକ୍ ଟନ୍ କ୍ଷମତା କାର୍ଯ୍ୟକାରୀ ହେବ । ପିପିପି ମୋଡରେ ହେବାକୁ ଥିବା ଏହି ବନ୍ଦର ନିର୍ମାଣରେ ୪ ହଜାର ୬୨ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ସହାୟକ ଭିତ୍ତିଭୂମି ଯଥା ରାସ୍ତାଘାଟ, ରେଳ ଯୋଗାଯୋଗ ଆଦିର ବିକାଶ ଦାୟିତ୍ୱ ନେଇଛି ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ।
ଉକ୍ତ ପ୍ରକଳ୍ପ ନିମନ୍ତେ ରାଜ୍ୟ ସରକାର ୩୦୦ ହେକ୍ଟର ଜମି ଚିହ୍ନଟ କରିଛନ୍ତି । ଆବଶ୍ୟକ ପଡ଼ିଲେ ଅତିରିକ୍ତ ଜମି ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

ଇତିମଧ୍ୟରେ ପାରାଦ୍ୱୀପ ବନ୍ଦର ଟ୍ରଷ୍ଟ ଦ୍ୱାରା ମହାନଦୀ ବନ୍ଦରର ନିର୍ମାଣ ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ସହମତି ପ୍ରକାଶ କରିଛନ୍ତି । ଏସଓୟୁ ସ୍ୱାକ୍ଷର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।

ସୂଚନାଯୋଗ୍ୟ, ୨୦୧୮ ମସିହାରେ ରାଜ୍ୟ ସରକାର ମହାନଦୀ ବନ୍ଦର ସ୍ଥାପନ ପାଇଁ ନିଷ୍ପତ୍ତି ନେଇ ରିକ୍ୱେଷ୍ଟ୍ ଫର କୋଟେସନ୍ (ଆରଏଫକୁ୍ୟ) ପ୍ରକାଶ କରିଥିଲେ । କିନ୍ତୁ ନିଲାମଧାରୀଙ୍କ ଆଗ୍ରହ ଅଭାବରୁ ଏହି ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରି ନ ଥିଲା । ପରେ ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ଏହି ପ୍ରକଳ୍ପରେ ଆଗ୍ରହ ପ୍ରକାଶ କରି ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ୱାକ୍ଷର ପାଇଁ ପ୍ରସ୍ତାବ ଦେଇଥିଲା ।

ଏହି ବନ୍ଦର କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ଯ୍ୟାୟରେ ୪ ହଜାର ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୭୦୦ ନିଯୁକ୍ତି ସୃଷ୍ଟି କରିବ । ଏହି ବନ୍ଦର ସହ ରାଜ୍ୟ ସରକାରଙ୍କ ସହଯୋଗରେ ନିର୍ମିତ ହରିଦାସପୁର- ପାରାଦ୍ୱୀପ ରେଳ ଲାଇନ୍ କେନ୍ଦ୍ରାପଡ଼ା ଜିଲ୍ଲାର ଆର୍ଥିକ ଅଭିବୃଦ୍ଧି ଓ ପ୍ରଗତିରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ କୁହାଯାଇଛି ।

Previous Post

ଭୁବନେଶ୍ୱରରେ ମୋଣ୍ଟେକାର୍ଲୋ ଦ୍ୱିତୀୟ ଏକ୍ସକ୍ଲୁସିଭ୍ ଷ୍ଟୋର୍

Next Post

ଧରାପଡିଲା ‘ପରୀ’ ହତ୍ୟାକାରୀ

Next Post
ଧରାପଡିଲା ‘ପରୀ’ ହତ୍ୟାକାରୀ

ଧରାପଡିଲା 'ପରୀ' ହତ୍ୟାକାରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA