Friday, October 2, 2026 12:02 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହାନଦୀ ଜଳ ବିବାଦ ବୈଠକ

ସମାଧାନର ନିକଟତର ହେଉଛୁ: ମୁଖ୍ୟମନ୍ତ୍ରୀ

by Our Correspondent
01 Oct, 2026- 10:48 PM
in Latest News, News
1 min read
0

ଭୁବନେଶ୍ୱର: ଆଜି ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଶ୍ରୀ ସି.ଆର. ପାଟିଲ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଉପସ୍ଥିତ ଥିଲେ।

ବୈଠକ ସମାପ୍ତ ହେବା ପରେ, ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଖୁବ୍ ସୌହର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଏହି ଆଲୋଚନା ସକାରାତ୍ମକ ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମେ ଧିରେ ଧିରେ ସମାଧାନର ନିକଟତର ହେଉଛୁ । ଖୁବ୍‌ ଶୀଘ୍ର ଏହାର ଚୂଡ଼ାନ୍ତ ରୂପରେଖ ପ୍ରକାଶ ପାଇବ ବୋଲି ସେ ଆଶା ରଖିଛନ୍ତି । ଉଭୟ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମାଧାନର ପନ୍ଥା ବାହାରିବ ବୋଲି ସେ କହିଛନ୍ତି ।

ସେ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ, ଡବଲ ଇଞ୍ଜିନ ସରକାରରେ ଦେଶ ଓ ରାଜ୍ୟର ବିକାଶ ଯେପରି ତ୍ୱରାନ୍ୱିତ ହେଉଛି, ରାଜ୍ୟ ମାନଙ୍କ ମଧ୍ୟରେ ବିବାଦର ସମାଧାନ ପାଇଁ ମଧ୍ୟ ପଥ ଉନ୍ମୁକ୍ତ ହେଉଛି । ଏହି ସମାଧାନ ବାକି ସବୁ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ଡିସ୍‌ପୁଟ ରିଜୋଲ୍ୟୁସନ୍ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ସେ କହିଥିଲେ ଯେ, ମହାନଦୀ ଆମର ଜୀବନ ରେଖା । ଓଡ଼ିଶାର କୋଟି କୋଟି ଲୋକଙ୍କ ଜୀବନଜୀବିକାର ପନ୍ଥା ହେଉଛି ମହାନଦୀ । ଜଳସେଚନ, ବନ୍ୟା ନିୟନ୍ତ୍ରଣ, ଜଳ ବିଦ୍ୟୁତ୍ ଉତ୍ପାଦନ, ପାନୀୟ ଜଳ ଯୋଗାଣ, ପର୍ଯ୍ୟାବରଣ ଆଦି ଅନେକ ବିଷୟରେ ସେ ବୈଠକରେ ଉପସ୍ଥାପନ କରିଛନ୍ତି ବୋଲି କହିଥିଲେ । ଓଡ଼ିଶାକୁ କିପରି ପର୍ଯ୍ୟାପ୍ତ ପରିମାଣରେ ଜଳ ଉପଲବ୍‌ଧ ହେବ, ବୈଠକରେ ସେ ଗୁରୁତ୍ୱ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଡବଲ ଇଞ୍ଜିନ ସରକାର ଆସିବା ପରେ, ଉଭୟ ଛତିଶଗଡ଼ ଓ ଓଡ଼ିଶାରେ ମହାନଦୀ ସମସ୍ୟାର ସମାଧାନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ଆଇନଗତ ପ୍ରକ୍ରିୟା ସହିତ ପ୍ରଶାସନିକ ଓ ରାଜନୈତିକ ସମାଧାନର ପନ୍ଥାକୁ ମଧ୍ୟ ବ୍ୟାପକ କରାଯାଇଛି ।

ଏଥିପାଇଁ ହୋଇଥିବା ଉଦ୍ୟମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ୨୦୨୫ ଜୁଲାଇ-ଅଗଷ୍ଟରେ ଆମ ଦୁଇଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହା ମଧ୍ୟରେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ଜଳ ସମ୍ପଦ ସଚିବ ସ୍ତରରେ ଅନେକ ବୈଠକ ହୋଇଯାଇଛି। ଗତ ଜୁଲାଇ ମାସରେ ଜଳ ଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମଧ୍ୟ ବୈଠକ ଅନୁଷ୍ଠିତ ହୋଇଥିଲା ।

ଜୁଲାଇ ମାସର ବୈଠକର ନିଷ୍ପତ୍ତି ଅନୁଯାୟୀ ଉଭୟ ରାଜ୍ୟର ଆବଶ୍ୟକତା ସମ୍ପର୍କରେ ସେଣ୍ଟ୍ରାଲ୍‌ ୱାଟର୍ କମିଶନ୍‌ଙ୍କୁ ବିଭିନ୍ନ ପ୍ରସଙ୍ଗ, ତଥ୍ୟ ଓ ସୂଚନା ପ୍ରଦାନ କରାଯାଉଛି । ତିନି ମାସ ମଧ୍ୟରେ ସମାଧାନର ପନ୍ଥା ବାହାର କରିବା ପାଇଁ ସେହି ବୈଠକରେ ଆପାତତଃ ସ୍ଥିର ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ମଧ୍ୟରେ ଦୁଇ ମାସ ବିତିଗଲାଣି ଏବଂ ଆଶାନୁରୂପ ଅଗ୍ରଗତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ମହାନଦୀ ସମସ୍ୟାର ସମାଧାନ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଜୀ, ନିଜେ ଦାୟିତ୍ୱ ନେଇ ସମାଧାନର ପନ୍ଥା ବାହାର କରିବା ପାଇଁ ଉଦ୍ୟମ କରିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ, ଜଳ ଶକ୍ତି ମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ଗୃହ ମନ୍ତ୍ରାଳୟ, ଜଳଶକ୍ତି ମନ୍ତ୍ରାଳୟ, କେନ୍ଦ୍ରୀୟ ଜଳ ଆୟୋଗ ଏବଂ ଓଡ଼ିଶା ଓ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଓ ଉଚ୍ଚ ପଦାଧିକାରୀ ଗଣ ଉପସ୍ଥିତ ଥିଲେ ।

Previous Post

ମଝି ଆକାଶର ହୀରୋ ସ୍ମିତ୍

Next Post

SCBରେ ରୋଗୀ ହତ୍ୟା, SIR ଅନିୟମିତତା ଉପରେ ବର୍ଷିଲେ

Next Post
SCBରେ ରୋଗୀ ହତ୍ୟା, SIR ଅନିୟମିତତା ଉପରେ ବର୍ଷିଲେ

SCBରେ ରୋଗୀ ହତ୍ୟା, SIR ଅନିୟମିତତା ଉପରେ ବର୍ଷିଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA