Friday, June 5, 2026 10:22 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାରର କୌଣସି ଅଭାବ ନାହିଁ: ମୁଖ୍ୟମନ୍ତ୍ରୀ

ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ମନିଟରିଂ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

by Our Correspondent
11 Sep, 2025- 07:50 PM
in Latest News, News
1 min read
0
ସାରର କୌଣସି ଅଭାବ ନାହିଁ: ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ସାର ସଙ୍କଟକୁ ନେଇ ସାରା ରାଜ୍ୟରେ ତୁମ୍ବି ତୋଫାନ ଚାଲିଛି । ମୟୁରଭଞ୍ଜରୁ ମାଲକାନଗିରି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚାଷୀମାନେ ସାର ଅଭାବକୁ ନେଇ ଆନେ୍ଦାଳନ କରୁଛନ୍ତି । ଯାହା ବିରୋଧୀ ଦଳ ପାଇଁ ପ୍ରମୁଖ ପ୍ରସଙ୍ଗ ହୋଇଛି । ତେବେ ରାଜ୍ୟରେ ସାର ସଙ୍କଟ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ସାରର କୌଣସି ଅଭାବ ନାହିଁ ବୋଲି ସେ କହିଛନ୍ତି । ଆଜି ଲୋକସଭା ଭବନରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

ଅନ୍ୟପକ୍ଷରେ ସାର ଯୋଗାଣକୁ ସୁଗମ କରିବା ଏବଂ କଳାବଜାରୀ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଛନ୍ତି । ସମସ୍ତ ଜିଲ୍ଲାରେ ଥିବା PACS ଏବଂ LAMPCS ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ (ମନିଟରିଂ) କରିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି । କୌଣସି ପ୍ରକାର କଳାବଜାରୀ କିମ୍ବା ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାଞ୍ଚ ସ୍ଥାନରେ ସାରକୁ ଜବତ ନକରି ସେହି ସାରକୁ ନିକଟସ୍ଥ PACS କିମ୍ବା LAMPCS କୁ ସ୍ଥାନାନ୍ତରିତ କରି ଚାଷୀଙ୍କୁ ଆବଣ୍ଟନ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ରାଜ୍ୟରେ ସାରର କୌଣସି ଅଭାବ ନାହିଁ। ସମସ୍ତ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି । ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସେପ୍ଟେମ୍ବର ୩୦ ସୁଦ୍ଧା ସମୁଦାୟ ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ (Allocation) କରିଛନ୍ତି । ଆବଶ୍ୟକ ହେଲେ ଅଧିକ ସାର ପାଇଁ ଅନୁରୋଧ କରାଯିବ । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ସମୁଦାୟ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକଟନ ସାର ବିକ୍ରି ହୋଇସାରିଛି।

ବୈଠକରେ, ଜିଲ୍ଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ PACS ଏବଂ LAMPCS କୁ ବିଭିନ୍ନ ଗ୍ରେଡ଼ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି, ମାର୍କଫେଡ଼ ର ଅଧିକାରୀ ମାନଙ୍କୁ ସାରଯୋଗାଣ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାରୀ ରୋକିବା ପାଇଁ Enforcement କୁ ଅଧିକ କଡାକଡି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତ୍ୟେକ ଜିଲ୍ଲାରେ Crop Diversification ଏବଂ Integrated Farming System କୁ ଅଧିକ ଗୁରୁତ୍ୱ ଦେବା, ତୈଳବୀଜ ଏବଂ ଡାଲି ଜାତୀୟ ଫସଲ କରିବା ପାଇଁ ପ୍ରୋତ୍ସାହନ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଏଣୁ, ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷ କାର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଆମର ଯେଉଁ ଲକ୍ଷ୍ୟ ଅଛି, ତାହା ସଫଳ ହୋଇ ପାରିବ । ବନ୍ୟାଞ୍ଚଳରେ କ୍ଷୟକ୍ଷତି ଆକଳନ କରି ସେଠାରେ ଚାଷୀ ମାନଙ୍କୁ ଯଥା ସୁବିଧା ଯୋଗାଇ ଦିଆ ଯାଉଛି ଏବଂ ଯେପରି ସେହି ଅଂଚଳରେ ଚାଷୀ ମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ବିଷୟରେ ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ ଆଭାସୀ ମାଧ୍ୟମରେ ଯୋଡି ହୋଇଥିବା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ, ପ୍ରତ୍ୟେକ ଜିଲ୍ଲାରେ ସାର ବଣ୍ଟନ କାର୍ଯ୍ୟକଳାପ ବିଷୟରେ ପଚାରି ବୁଝି ଥିଲେ ଏବଂ କୌଣସି ସ୍ଥାନରେ ଚାଷୀ ମାନଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ।

Previous Post

ଆଇସିଏମ୍ଆର୍ ସହଯୋଗରେ ଆଇଡିଏସ୍ ପକ୍ଷରୁ ‘ଅନନ୍ତ ମୁସ୍କାନ’ ପ୍ରକଳ୍ପ କର୍ମଶାଳା

Next Post

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Next Post
ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA