Tuesday, June 23, 2026 11:03 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫

by Our Correspondent
29 Jan, 2025- 07:29 PM
in Latest News, News
1 min read
0
୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

ଭୁବନେଶ୍ୱର: ଶେଷ ହୋଇଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ । ଏଥିରେ ମୋଟ ୧୪୫ ଏମଓୟୁ ସ୍ୱାକ୍ଷରିତ ହୋଇଛି । ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ରାଜିନାମା ହୋଇଛି । ଏମଓୟୁ ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ(ଇଣ୍ଟେଣ୍ଟ) ଆସିଛି । ଏହିଭଳି ଭାବେ ରାଜ୍ୟରେ ମୋଟ ୧୬ ଲକ୍ଷ ୭୩ ହଜାର କୋଟିର ପୁଞ୍ଜି ନିବେଶ ଆଗ୍ରହ ଆସିଛି । ଏହାଦ୍ୱାରା ରାଜ୍ୟରେ ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି ।

ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ଦୁଇଦିନିଆ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ର ଉଦଯାପନ ଦିବସରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବିବୃତି

ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ 2025 ଆମ ପାଇଁ ଅପାର ସଫଳତା ଆଣିଛି । ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏହାକୁ ସ୍ୱୟଂ ଉଦଘାଟନ କରି ଓଡିଶା ପ୍ରତି ତାଙ୍କର ସମର୍ଥନ ଜଣାଇଥିଲେ । ଶିଳ୍ପ ଜଗତକୁ ବାର୍ତ୍ତା ଦେଇ ସେ କହିଥିଲେ ଯେ ଓଡିଶା ହେଉଛି ଉତ୍କୃଷ୍ଟ । ଓଡିଶା ହେଉଛି ବର୍ତ୍ତମାନ ପାଇଁ ସର୍ବୋତ୍ତମ ସୁଯୋଗର ଭୂମି । ପ୍ରଧାନମନ୍ତ୍ରୀଙ୍କ ଏହି ବାର୍ତ୍ତା ଓଡିଶାରେ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି । ଏଥିପାଇଁ ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ କୃତଜ୍ଞତା ପ୍ରକାଶ କରିବା ସହିତ ଓଡିଶାର ସାଢେ ଚାରିକୋଟି ଜନସାଧାରଣଙ୍କ ପକ୍ଷରୁ ଧନ୍ୟବାଦ ଅର୍ପଣ କରୁଛି ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀଜୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ । 2036 ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ 2047 ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି । ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ।

ଏହି ସମ୍ମିଳନୀରେ ସମୁଦାୟ 145ଟି ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥା ମାନଙ୍କ ସହିତ ସହଭାଗୀତାର ନୂଆ ଯୁଗ ଆରମ୍ଭ କରିବ ।

ଏହି MoU ଗୁଡିକ ଜରିଆରେ ସମୁଦାୟ 12 ଲକ୍ଷ 89 ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି ।
ଏହା ଦ୍ୱାରା ରାଜ୍ୟରେ 8 ଲକ୍ଷ 94ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି (Inclusive Growth) ହୋଇପାରିବ ।

MoU ସ୍ୱାକ୍ଷର ବ୍ୟତୀତ ଆହୁରି 3.84 ଲକ୍ଷ କୋଟି ଟଙ୍କାର 448 ଟି ପୁଞ୍ଜିନିବେଶ ଅଭିପ୍ରାୟ (Investment Intents Received in Forms) ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା 3.92 ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି ।

ଏହି କନକ୍ଲେଭରେ ସମୁଦାୟ 20 ଟି ସେକ୍ଟରରେ 593ଟି ପ୍ରକଳ୍ପ ପାଇଁ 16.73 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ଏବଂ ଏହାଦ୍ୱାରା 12.88 ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି ।

ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧି ମାନଙ୍କ ସହିତ 16 ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ । ଏହା ଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି ।

ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡିଶା, ମହିଳା ମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ସବୁ କ୍ଷେତ୍ରଗୁଡିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା ।

ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍ ଓଡିଶା ସେସନରେ ଆଲୋଚନା କରାଯାଇଥିଲା ।

ମହିଳା ଉଦ୍ୟମଶୀଳତା (Women Entrepreneurship) ଓ ଷ୍ଟାର୍ଟଅପ୍ ଓଡିଶା ଆଦି ସମ୍ପର୍କିତ ପ୍ୟାନେଲ ଡିସ୍କସନରେ ଅଭିନବ ଓ ସମାବେଶୀ (Innovation and Inclusivity) ଚିନ୍ତାଧାରା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ନବୀକରଣୀୟ ଶକ୍ତି, ସର୍କୁଲାର ଇକୋନମି ଓ ଗ୍ରୀନ ଟେକ୍ନୋଲୋଜି ଆଦି ଆଲୋଚନାରେ ଚିରନ୍ତନ ବିକାଶ (Sustainable Development) ପାଇଁ ଓଡିଶାର ପ୍ରତିବଦ୍ଧତା ପ୍ରତିଫଳିତ ହୋଇଥିଲା ।

2036 ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ 2047 ସୁଦ୍ଧା ବିକଶିତ ଭାରତକୁ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧତାର ସହ କାମ କରୁଛୁ ଓ ଆଗାମୀ ଦିନରେ ମଧ୍ୟ ଏଥିପାଇଁ ଉଦ୍ୟମ ଜାରିରହିବ ।

ଏହି କନକ୍ଲେଭର ସଫଳତା ପାଇଁ ଶିଳ୍ପ ବିଭାଗ, ଇପିକଲ, ଇଡକୋ, ସି.ଆଇ.ଆଇ, ପିଡବ୍ଲୁସି ପରି ବିଭିନ୍ନ ସଂସ୍ଥା ଦ୍ୱାରା ଯୋଜନାବଦ୍ଧ ଭାବେ ପରିଶ୍ରମ କରିଛନ୍ତି । ସେମାନଙ୍କୁ ମୁଁ ଧନ୍ୟବାଦ୍ ଦେଉଛି ।

ଏହି ଦୁଇ ଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି । ଏଥିପାଇଁ ମୁଁ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁ ମାନଙ୍କୁ ଧନ୍ୟବାଦ ଅର୍ପଣ କରୁଛି ।

ଉତ୍କର୍ଷ ଓଡ଼ିଶା- ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପ୍ରଦର୍ଶନୀ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଥିଲେ।

Previous Post

ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ମୁଖ୍ୟମନ୍ତ୍ରୀ

Next Post

ବିବ୍ରତ ହୋଇ ଫେରିଲେ ଅନୀଲ ଅଗ୍ରୱାଲ୍ !

Next Post
ବିବ୍ରତ ହୋଇ ଫେରିଲେ ଅନୀଲ ଅଗ୍ରୱାଲ୍ !

ବିବ୍ରତ ହୋଇ ଫେରିଲେ ଅନୀଲ ଅଗ୍ରୱାଲ୍ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA