Friday, June 5, 2026 09:49 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦୁଝର ଜିଲ୍ଲାରେ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ପୋସ୍କୋ ଏବଂ ଜେ.ଏସ୍.ଡବ୍ଲ୍ୟୁ ମିଶି ସ୍ଥାପନ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

by Our Correspondent
21 Aug, 2025- 09:08 PM
in Latest News, News
1 min read
0
କେନ୍ଦୁଝର ଜିଲ୍ଲାରେ ହେବ ରାଜ୍ୟର ଦ୍ୱିତୀୟ  ବୃହତ ଇସ୍ପାତ କାରଖାନା
Spread the love

ଭୁବନେଶ୍ୱର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା ।

ଜିଲ୍ଲାରେ ଏହି କାରଖାନା ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ଶାସନକୁ ଆସିବା ଆଗରୁ ଦାବୀ କରି ଆସୁଥିଲେ । ଏହା ମଧ୍ୟ ଦଳର ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିଲା । କେନ୍ଦୁଝରର ଲୁହାପଥର ବିଦେଶକୁ ରପ୍ତାନୀ ହୋଇ କାମରେ ଆସୁଛି କିନ୍ତୁ ଓଡିଶାରେ ଏହା କାହିଁକି ବ୍ୟବହାର ହୋଇପାରୁନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ ଦାବୀ କରିଆସୁଥିଲେ ଏବଂ ଏଥିପାଇଁ ଲଗାତାର ଉଦ୍ୟମ ଜାରି ରଖିଥିଲେ ।

ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ । କେନ୍ଦୁଝର ଜିଲ୍ଲାବାସୀଙ୍କ ବହୁତ ଦିନର ସ୍ୱପ୍ନ ଥିଲା, ଜିଲ୍ଲାରେ ଇସ୍ପାତ କାରଖାନା । ଆଜି ଏହା ସାକାର ହେବାକୁ ଯାଉଛି, ଏହା ସମ୍ଭବ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଟା ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ବୋଲି ଧନ୍ୟବାଦ ଦେବାପାଇଁ ଆସିଥିବା କେନ୍ଦୁଝର ଜିଲ୍ଲାବାସୀଙ୍କ ମତ ଥିଲା । ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା, ବିଶେଷକରି କେନ୍ଦୁଝର ଜିଲ୍ଲାକୁ ଏହି ଅମୂଲ୍ୟ ଉପହାର ପାଇଁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି ଜିଲ୍ଲାବାସୀ ।

ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ପ୍ରତ୍ୟୁତ୍ତରରେ ଧନ୍ୟବାଦ ଦେଇ କହିଥିଲେ ଯେ, ଖଣିବହୁଳ କେନ୍ଦୁଝର ଜିଲ୍ଲା ସମୃଦ୍ଧ ହେଲେ ଓଡ଼ିଶା ସମୃଦ୍ଧ ହେବ । ଇସ୍ପାତ କାରଖାନା ଦାବୀ ଜିଲ୍ଲାବାସୀଙ୍କର ସବୁଠୁ ପୁରୁଣା ଓ ବଡ଼ ଦାବୀ ଥିଲା । ପୂର୍ବରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଦେଶର ଖଣିବହୁଳ ରାଜ୍ୟରେ ଚାରୋଟି ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଘୋଷଣା କରିଥିଲେ । ତିନୋଟି ଇସ୍ପାତ କାରଖାନା ପ୍ରତିଷ୍ଠା ସରିଛି କିନ୍ତୁ ଇଚ୍ଛାଶକ୍ତିର ଅଭାବରୁ ଓଡ଼ିଶା ଏଥିରୁ ବଞ୍ଚିତ ଥିଲା । ଡବଲ ଇଞ୍ଜିନ ସରକାରଙ୍କ ଯୋଗୁଁ ଆଜି ବିଶ୍ୱର ବୃହତ ଇସ୍ପାତ ଉତ୍ପାଦନକାରୀ କମ୍ପାନୀ ପକ୍ଷରୁ ଏହା ସ୍ଥାପନ ହେବାକୁ ଯାଉଛି । ଏହି ଇସ୍ପାତ କାରଖାନା କେନ୍ଦୁଝର ଜିଲ୍ଲା ଓ ସମୃଦ୍ଧ ଓଡ଼ିଶାର ଭବିଷ୍ୟତ ନିର୍ମାଣ କରିବ । ଆଗାମୀ ଦିନରେ ପାଟଣା ଅଞ୍ଚଳ ମଧ୍ୟ ରାଉରକେଲା ଭଳି ଏକ ଅତ୍ୟାଧୁନିକ ସହରରେ ପରିଣତ ହେବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଡବଲ ଇଞ୍ଜିନ ସରକାରରେ କେବଳ କେନ୍ଦୁଝରରେ ନୁହେଁ ସମଗ୍ର ଓଡ଼ିଶାରେ ବ୍ୟାପକ ଶିଳ୍ପାୟନ ହେବ । ଓଡ଼ିଶା ପାଇଁ ଅନେକ ବଡ ବଡ ପ୍ରକଳ୍ପ କେନ୍ଦ୍ର ସରକାର ମଞ୍ଜୁର କରୁଛନ୍ତି ।

ଶେଷରେ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା ତାରିଣୀ ଏବଂ ପ୍ରଭୁ ବଳଦେବ ଜୀଉଙ୍କ ଆଶିର୍ବାଦରୁ ଆଜି ଜିଲ୍ଲାରେ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ମାଧ୍ୟମରେ କେନ୍ଦୁଝର ଜିଲ୍ଲା ସହିତ ସମଗ୍ର ରାଜ୍ୟର ବିକାଶ ହେବ । ତେଣୁ ଏଥିପାଇଁ ଜିଲ୍ଲାବାସୀ ବିଶେଷକରି, ପାଟଣା ଅଞ୍ଚଳବାସୀ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ ।

Previous Post

ପାଣ୍ଡିଆନ୍ ସତ, ଆଉ ସବୁ ମିଛ!!

Next Post

ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

Next Post
ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA