Saturday, April 25, 2026 01:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପଞ୍ଚାୟତରେ ମିଶନ ଶକ୍ତି ମା’ ମାନେ ହେବେ ବ୍ୟାଙ୍କ କରେସପଣ୍ଡେଣ୍ଟ

ମିଶନ ଶକ୍ତି ମା' ମାନଙ୍କୁ ଅଧିକରୁ ଅଧିକ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Our Correspondent
17 Nov, 2021- 10:16 PM
in Latest News, News
1 min read
0
ପଞ୍ଚାୟତରେ ମିଶନ ଶକ୍ତି ମା’ ମାନେ ହେବେ ବ୍ୟାଙ୍କ କରେସପଣ୍ଡେଣ୍ଟ

ଭୁବନେଶ୍ୱର: ରାଜ୍ୟରେ ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ମିଶନ ଶକ୍ତି ମା ମାନଙ୍କୁ ସରକାରୀ କାମ ଯୋଗାଇ ଦେବା ଏହାର ଏକ ପ୍ରମୁଖ ମାଧ୍ୟମ । ଏହାକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଉ। ରାଜ୍ୟ ସରକାରଙ୍କ ସବୁ ବିଭାଗ ମାନେ ଏହାକୁ ମହିଳା ଆର୍ଥିକ ସଶକ୍ତିକରଣର ଏକ ଦିଗ ଭାବେ ଗ୍ରହଣ କରି କାମ କରନ୍ତୁ । ଆବଶ୍ୟକସ୍ଥଳେ ମିଶନ ଶକ୍ତି ମା ମାନଙ୍କର ପାରିଶ୍ରମିକ ମଧ୍ୟ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ।

ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବିଭିନ୍ନ ସରକାରୀ ବିଭାଗ କାମ ଯୋଗାଇ ଦେବା ସଂପର୍କରେ କୋଡ଼ିଏ ଟି ବିଭାଗର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ସବୁ ବିଭାଗ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ କାମ ଯୋଗାଇ ଦେବାପାଇଁ ଆଗାମୀ ୩ ବର୍ଷ ପାଇଁ ଆକ୍‌ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି ।

ବୈଠକରେ ମିଶନ ଶକ୍ତି ବିଭାଗ କମିଶନର-ତଥା-ସଚିବ ଶ୍ରୀମତୀ ସୁଜାତା କାର୍ତ୍ତେକେୟ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ ।

ଏହି ଉପସ୍ଥାପନା ଅନୁଯାୟୀ ୧୩ଟି ବିଭାଗ ୨୦୨୦-୨୧ ଆର୍ଥିକ ବର୍ଷରେ ୧୦୪୭୧୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ବିଜିନେସ୍‌ ସରକାର ଯୋଗାଇ ଦେଇଛନ୍ତି । ମିଶନ ଶକ୍ତି ଗୋଷ୍ଠୀର ମା ମାନେ ୨୯୬ କୋଟି ଟଙ୍କାର ରୋଜଗାର ପାଇଛନ୍ତି ।

ବୈଠକରେ ସବୁ ବିଭାଗ ମାନେ ଆଗାମୀ ୩ ବର୍ଷ ପାଇଁ ସେମାନଙ୍କର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ବ୍ୟାଙ୍କ ସୁବିଧା ନ ଥିବା ଗ୍ରାମ ପଞ୍ଚାୟତ ଗୁଡିକରେ ମିଶନ ଶକ୍ତିର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏକ game changer ଭାବରେ ବର୍ଣ୍ଣନା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟର ୬୭୯୮ଟି ଗ୍ରାମ ପଞ୍ଚାୟତରୁ ମାତ୍ର ୨୧୪୯ଟି ଗ୍ରାମରେ ବ୍ୟାଙ୍କ ଶାଖା ରହିଛି । ବାକି ୪୬୪୯ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ । ଏହିସବୁ ପଞ୍ଚାୟତରେ ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ବ୍ୟାଙ୍କ କରେସପଣ୍ଡେଟ ଭାବରେ ନିଯୁକ୍ତି ଦେବା ପାଇଁ ପ୍ରକ୍ରିୟ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୧୨୬୨ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ନିଯୁକ୍ତି ଦିଆସରିଛି ଏବଂ ଆଉ ୩୫୦୮ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କ ଚୟନ ପ୍ରକ୍ରିୟା ଜାରି ରହିଛି । ନିଯୁକ୍ତି ପାଇଥିବା ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ତାଙ୍କ ବିଜିନେସ୍‌ରେ ସହାୟତା କରିବା ପାଇଁ ପ୍ରାରମ୍ଭିକ ଭାବରେ ସରକାରଙ୍କ ପକ୍ଷରୁ ମାସକୁ ୨୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯାଉଛି ବୋଲି ମିଶନ ଶକ୍ତି ସଚିବ ସୂଚନା ଦେଇଥିଲେ । ଟେକ୍ ହୋମ୍ ରାସନ, ଆହାର, ମାଛ ଚାଷ ଓ କୃଷି ଉତ୍ପାଦକ ଗୋଷ୍ଠୀ ଆଦି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ମାନେ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ଜଣାଯାଇଛି।

କୃଷି ବିଭାଗ, ଶକ୍ତି ବିଭାଗ, ମତ୍ସ୍ୟ ଓ ପଶୁସଂପଦ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆଦି ବିଭାଗର କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି ଏହାକୁ ଆହୁରି ଆଗେଇ ନେବା ପାଇଁ ପରାମର୍ଶ ଦେଇଥିଲେ । ନଗର ଉନ୍ନୟନ ବିଭାଗ ଦ୍ବାରା ମୁକ୍ତା ଯୋଜନା ଆନ୍ତର୍ଜାତିକ ସ୍ତରରେ 5th International Guangzhou Award ପାଇଥିବା ବେଳେ ମିଶନ ଶକ୍ତି ଗୋଷ୍ଠୀର ସମଲିଙ୍ଗୀ ମାନଙ୍କୁ କାମ ଯୋଗାଇ ଦେବା କାର୍ଯ୍ୟକ୍ରମ ପାଇଁ FICCI National Award ମିଳିଛି ବୋଲି ସୂଚନା ଦିଆଯାଇଥିଲା ।

ଯେଉଁ ବିଭାଗ ମାନେ ଏପର୍ଯ୍ୟନ୍ତ ସୁଦ୍ଧା କାର୍ଯ୍ୟ ଆରମ୍ଭ କରିନାହାନ୍ତି, ସେମାନଙ୍କ ପାଇଁ ଖୁବ ଶୀଘ୍ର ଆଉ ଏକ ସମୀକ୍ଷା ବୈଠକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତଫସିଲଭୁକ୍ତ ଜାତି ଓ ଜନଜାତି ବିଭାଗ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟ ଚିହ୍ନଟ କରାଯାଇ ମା ମାନଙ୍କୁ କାମ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି ବୋଲି ସୂଚନା ଦିଆଯାଇଛି ବୋଲି ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମିଶନ ଶକ୍ତିର ମା ମାନଙ୍କୁ ୫ ବର୍ଷରେ ୫୦୦୦ କୋଟି ଟଙ୍କାର କାମ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ॥

ଏହି ବୈଠକରେ ଉନ୍ନୟନ କମିଶନର ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ସୁଧାଂଶୁ ଷଡ଼ଙ୍ଗୀ ରେଲୱେ ଏଡିଜି, ଦିବ୍ୟା ଢ଼େଙ୍କାନାଳ ଏସପି

Next Post

ବିଜେଡ଼ିର ଆସେଟ୍ ବିଜେପି ତୁଣ୍ଡ !

Next Post
ବିଜେଡ଼ିର ଆସେଟ୍ ବିଜେପି ତୁଣ୍ଡ !

ବିଜେଡ଼ିର ଆସେଟ୍ ବିଜେପି ତୁଣ୍ଡ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA