Thursday, June 25, 2026 05:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପରେ ମୁମ୍ବାଇରୁ ଆସିଲା ବାଲେଶ୍ବରର ଓଡିଆ ଶ୍ରମିକଙ୍କ ମର ଶରୀର

ମୁରଲୀଧରଙ୍କ ପତ୍ନୀ ଓ ଝିଅ ସହିତ ଫୋନରେ କଥାହେଲେ

by Our Correspondent
16 Jul, 2024- 11:56 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପରେ ମୁମ୍ବାଇରୁ ଆସିଲା ବାଲେଶ୍ବରର ଓଡିଆ ଶ୍ରମିକଙ୍କ ମର ଶରୀର

ଭୁବନେଶ୍ୱର: ବାଲେଶ୍ବର ଜିଲ୍ଲା ଖଇରାବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ବଶତଃ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଲା ।

ମୁରଲୀଧରଙ୍କ ପରିବାର ଅତ୍ୟନ୍ତ ଗରିବ । ମୁମ୍ବାଇରୁ ମୁରଲୀଧରଙ୍କ ମର ଶରୀର ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ନ ଥିଲା । ମର ଶରୀରକୁ ତାଙ୍କ ଗ୍ରାମକୁ ଆଣି କ୍ରିୟାକର୍ମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପରିବାର ପକ୍ଷରୁ ନିବେଦନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ଏହି ଅସହାୟ ପରିବାରକୁ ସହଯୋଗ କରିବା ପାଇଁ ତୁରନ୍ତ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ମର ଶରୀର ଆମ୍ବୁଲାନ୍‌ସ ଯୋଗେ ଓଡିଶା ଆଣିବା ପାଇଁ ବ୍ୟବସ୍ଥା କରାଯାଇଥିଲା । ଆସନ୍ତାକାଲି ମୁରଲୀଧରଙ୍କ ମର ଶରୀର ତାଙ୍କ ଗ୍ରାମରେ ପହଞ୍ଚିବ।

ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୁରଲୀଧରଙ୍କ ପତ୍ନୀ ଓ ଯୁକ୍ତ ଦୁଇ ପଢୁଥିବା ଏକମାତ୍ର ଝିଅ ବର୍ଷାରାଣୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ମୁରଲୀଙ୍କ ପତ୍ନୀ ଓ ଝିଅଙ୍କୁ କହିଥିଲେ ଯେ ଆପଣମାନେ ବ୍ୟସ୍ତ ହୁଅନ୍ତୁ ନାହିଁ, ଧୈର୍ଯ୍ୟ ରଖନ୍ତୁ। ମୁଁ ଆପଣଙ୍କ ସହିତ ଅଛି। ଝିଅକୁ କହିଥିଲେ ତୁମେ ଭଲ ପାଠ ପଢୁଛ। ତୁମେ କିପରି ପାଠ ପଢା ଜାରି ରଖିବ ସେଥିପାଇଁ ମୋର ସହଯୋଗ ରହିବ। ତୁମେ ଭଲ ପାଠ ପଢି ସମାଜରେ ପ୍ରତିଷ୍ଠିତ ହୁଅ, ସେଥିପାଇଁ ମୋର ଆଶୀର୍ବାଦ ଅଛି। ମୁଖ୍ୟମନ୍ତ୍ରୀ ପରଲୋକଗତ ମୁରଲିଧରଙ୍କ ଅମର ଆତ୍ମାର ସଦ୍ ଗତି କାମନା କରିଥିଲେ।

ଦୈନନ୍ଦିନ କାର୍ଯ୍ୟ ବ୍ୟସ୍ତତା ଭିତରେ ଜଣେସମ୍ବେଦନଶୀଳ ମଣିଷ ଭାବେ ମୁଖ୍ୟମନ୍ତ୍ରୀ ଯେଭଳି ଜଣେ ସାଧାରଣ ଲୋକର ଭାବାବେଗକୁ ଗୁରୁତ୍ବ ଦେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ, ସେଥିପାଇଁ ମୁରଲୀଧରଙ୍କ ପରିବାର କୃତଜ୍ଞତା ପ୍ରକାଶ କରିଛନ୍ତି।

Previous Post

ଏ କି ନ୍ୟାୟ? ମାଡ଼ ଖାଇଥିବା ଏଏସଓଙ୍କ ବଦଳି

Next Post

ଅବସର ପରେ ପୁନଃନିଯୁକ୍ତ ବାବୁଙ୍କ ଉପରୁ ମୋହ ତୁଟୁନି !

Next Post
ଅବସର ପରେ ପୁନଃନିଯୁକ୍ତ ବାବୁଙ୍କ ଉପରୁ ମୋହ ତୁଟୁନି !

ଅବସର ପରେ ପୁନଃନିଯୁକ୍ତ ବାବୁଙ୍କ ଉପରୁ ମୋହ ତୁଟୁନି !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA