Monday, May 18, 2026 05:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାର୍ଯକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍

କେନ୍ଦ୍ର ସରକାରଙ୍କ ସହ ଏମଓୟୁ

by Our Correspondent
16 Apr, 2026- 08:19 PM
in Latest News, News
1 min read
0
କାର୍ଯକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେବ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା ଏମଏସପି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ୱୀ ବିଜ୍ଞାନ ମନ୍ତ୍ରଣାଳୟ ମଧ୍ୟରେ ଆଜି ଲୋକସେବା ଭବନରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଭାରତ ସରକାର ଓ ନରୱେ ସରକାରଙ୍କ ମିଳିତ ସହଯୋଗରେ ୨୦୧୯ ମସିହା ଠାରୁ ଦେଶରେ ସସଟେନବୁଲ୍ ଓସେନ୍ ପ୍ଲାନିଂ ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଏହା ପୁଡୁଚେରୀ ଓ ଲାକ୍ଷାଦ୍ବୀପରେ କାର୍ଯ୍ୟକାରୀ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହା କାର୍ଯ୍ୟକାରୀ କରୁଛି। ଓଡିଶାର ଉପକୂଳ ଅର୍ଥନୀତି ଏବଂ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାର ଏହି ଯୋଜନାକୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଓ National Centre for Coastal Researchର ନିର୍ଦ୍ଦେଶକ ଡକ୍ଟର ଆର୍‌.ଏସ୍. କନ୍‌କରା ଏହି ଏମଓୟୁରେ ସ୍ବାକ୍ଷର କରିଥିଲେ। 

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ଉପକୂଳ ଓ ସାମୁଦ୍ରିକ ଅଞ୍ଚଳ ଜୈବବିବିଧତାରେ ପରିପୂର୍ଣ୍ଣ ଏବଂ ଉପକୂଳ ଅଞ୍ଚଳ ପାଇଁ ପ୍ରଚୁର ପ୍ରାକୃତିକ ସମ୍ବଳ ଯୋଗାଇଥାଏ। ସ୍ଥାନୀୟ ଜୀବିକା, ଅର୍ଥନୈତିକ ଅଭିବୃଦ୍ଧି ଓ ସନ୍ତୁଳିତ ପର୍ଯ୍ୟାବରଣ ପାଇଁ ଏହି ସମ୍ବଳ ଗୁଡିକ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେବେ ବିକାଶ କାର୍ଯ୍ୟକ୍ରମ, ପରିବେଶ ଉପରେ ଏହାର ପ୍ରଭାବ ଏବଂ ବିଭିନ୍ନ କ୍ଷେତ୍ରର କ୍ରମାଗତ ଚାହିଦା ବୃଦ୍ଧି ଯୋଗୁ ସାମୁଦ୍ରିକ ଅଞ୍ଚଳ ଗୁଡିକୁ ବୈଜ୍ଞାନିକ ପଦ୍ଧତିରେ ପରିଚାଳନା କରିବାର ଆବଶ୍ୟକତା ସୃଷ୍ଟି ହୋଇଛି। ଏହି ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ଏ କ୍ଷେତ୍ରରେ ଏକ ସମୟ ଉପଯୋଗୀ ପଦକ୍ଷେପ। ଏହା ଆମର ମତ୍ସ୍ୟଚାଷ, ପର୍ଯ୍ୟଟନ, ବନ୍ଦର, ସାମୁଦ୍ରିକ ଶକ୍ତି ଆଦି ବିଭିନ୍ନ କ୍ଷେତ୍ରର ଆବଶ୍ୟକତା ପୂରଣ କରିବା ସହିତ ମେରାଇନ୍ ଇକୋସିଷ୍ଟମର ସୁରକ୍ଷାରେ ମଧ୍ୟ ସହାୟକ ହେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତ୍ୟେକ କ୍ଷେତ୍ରରେ ଓଡିଶାକୁ ଦୃଢ ସମର୍ଥନ ଦେଇଆସିଛନ୍ତି। ଓଡିଶାର ବିକାଶ ପ୍ରତି ତାଙ୍କର ଫୋକସ ଯୋଗୁ ସସଟେନବୁଲ୍ ଓସେନ୍ ପ୍ଲାନିଂ ର ଦ୍ବିତୀୟ ପର୍ଯ୍ୟାୟରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏହାକୁ କାର୍ଯ୍ୟକାରୀ କରିବାର ସୁଯୋଗ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ, କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟର ନେସନାଲ୍ ସେଣ୍ଟର ଫର୍ କୋଷ୍ଟାଲ ରିସର୍ଚ୍ଚ ବା ଏନସିସିଆର ହେଉଛି ସାମୁଦ୍ରିକ ଗବେଷଣାରେ ଏକ ଅଗ୍ରଣୀ ଅନୁଷ୍ଠାନ। ସାମୁଦ୍ରିକ ଜୀବଜଗତର ସୁରକ୍ଷା, ପରିବେଶ ପରିବର୍ତ୍ତନର ପ୍ରଭାବ ଏବଂ ସାମୁଦ୍ରିକ ସମ୍ବଳର ଉନ୍ନତ ବ୍ୟବହାର ଦିଗରେ ଏହି ସଂସ୍ଥା ଗୁରୁତ୍ବପୂର୍ଣ୍ଣ ଅର୍ଥନୈତିକ ମଡେଲ୍ ପ୍ରସ୍ତୁତକରିଛି। ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ସଫଳତା ପାଇଁ ସମସ୍ତ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

୨୦୩୬ ଓ ୨୦୪୭ର ପରିକଳ୍ପନାକୁ ସଫଳ କରିବା ପାଇଁ ଏହି ଏମଏସପି ଏକ ମହତ୍ବପୂର୍ଣ୍ଣ ଅଭିଯାନ। ମତ୍ସ୍ୟ, ପର୍ଯ୍ୟଟନ ଏବଂ ସାମୁଦ୍ରିକ ଉତ୍ସ ଗୁଡିକର ସର୍ବାଧିକ ବିନିଯୋଗ ସହିତ ପର୍ଯ୍ୟାବରଣର ସୁରକ୍ଷା ଆମର ଲକ୍ଷ୍ୟ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଥିଲେ।

କେନ୍ଦ୍ର ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଭିଜନ ୨୦୪୭ ପାଇଁ ଦେଶକୁ ସମସ୍ତ କ୍ଷେତ୍ରରେ ଅଭିବୃଦ୍ଧି ହାସଲ କରିବାକୁ ପଡିବ। ତା ସହିତ ପରିବେଶ ପରିବର୍ତ୍ତନର ଆହ୍ବାନକୁ ମଧ୍ୟ ମୁକାବିଲା କରିବାକୁ ହେବ। ଆମର ବ୍ଲୁ-ଇକୋନୋମି ଯେପରି ଦୀର୍ଘସ୍ଥାୟୀ ହେବ, ସେଥିପାଇଁ ଏହି ଏମଏସପି ସହାୟକ ହେବ।

ରୟାଲ ନରୱେଜିଆନ୍ ଏମ୍ବାସୀର ଡେପୁଟି ଆମ୍ବାସାଡର ମିଷ୍ଟର ଅର୍‌ଭିନ୍ ଗାଡ୍‌ଗିଲ କହିଲେ ଯେ, ଓଡିଶାର ଏକ ସାମୁଦ୍ରିକ ବାଣିଜ୍ୟ ଐତିହ୍ୟ ରହିଛି। ଏହାର ଏକ ଦୀର୍ଘ ଉପକୂଳ ରହିଛି। ତେଣୁ ସାମୁଦ୍ରିକ ଅର୍ଥନୀତି ତଥା ପର୍ଯ୍ୟାବରଣର ସୁରକ୍ଷା ପାଇଁ ଓଡିଶାର ଏହି ଉଦ୍ୟମରେ ନରୱେ ସରକାର ସମ୍ପୂର୍ଣ୍ଣ ସହାୟତା ଯୋଗାଇଦେବେ। ଟେକ୍ନୋଲୋଜି ଭିତ୍ତିକ ସମ୍ବଳ ପରିଚାଳନା ଜରିଆରେ ଓଡିଶାର ଲୋକଙ୍କ ଦୀର୍ଘକାଳୀନ ବିକାଶ ଲକ୍ଷ୍ୟ ପୂରଣ କରିବା ପାଇଁ ଉଦ୍ୟମ କରାଯିବ ବୋଲି ସେ କହିଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀଗଣ, ନରୱେ ସରକାରଙ୍କ ଅଧିକାରୀଗଣ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ଚିଠିରେ ଖେଳ କଲେ ନବୀନ

Next Post

ସିବିଏସଇ ଦୁଇ ଟପରଙ୍କୁ ସମ୍ବର୍ଦ୍ଧନା

Next Post
ସିବିଏସଇ ଦୁଇ ଟପରଙ୍କୁ ସମ୍ବର୍ଦ୍ଧନା

ସିବିଏସଇ ଦୁଇ ଟପରଙ୍କୁ ସମ୍ବର୍ଦ୍ଧନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA