Friday, July 3, 2026 11:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ୧୦୦ କୋଟି ଟଙ୍କାର ପୁରସ୍କାର

by Our Correspondent
16 Nov, 2022- 09:32 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ୧୦୦ କୋଟି ଟଙ୍କାର ପୁରସ୍କାର

465041014

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ମାନଙ୍କ୍ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକଶିକ୍ଷୟିତ୍ରୀ,ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନ ଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ। ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ , ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଆଜି ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବ ‘ସୁରଭି’ ର ଉଦ୍‌ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ଘୋଷଣା କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି। ଏହି ଭର୍ଚ୍ୟୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ମଧ୍ୟ ହେବ । ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ ।
ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ। ପ୍ରଥମଟି ହେଉଛି – ସମୟର ଆହ୍ୱାନ। ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ଠିକ୍‌ ସମୟରେ ଠିକ୍‌ କାମ କଲେ, ପିଲାମାନେ ଆଗରେ ରହିପାରିବେ।ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ। ପାଠ ସହିତ ଖେଳକୁଦ, ନାଚଗୀତ – ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଦ୍ୱିତୀୟରେ “ପରିବର୍ତ୍ତନ ଅବଶ୍ୟମ୍ଭାବୀ” ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ। ସମୟର ଆହ୍ୱାନକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ହେବାକୁ ପରାମର୍ଶ ଦେଇ ସେ କହିଥିଲେ ଯେ ଆମର ୫-ଟି ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ୱାନର ମୁକାବିଲା ପାଇଁ ପିଲା ମାନଙ୍କୁ ପ୍ରସ୍ତୁତ କରିବା। ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ତୃତୀୟରେ ପିଲାମାନଙ୍କୁ ଦାୟିତ୍ୱବୋଧତା ସଂପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁ ମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ ,ନିଜ ଗାଁ ଓ ସ୍କୁଲ – ସେମାନଙ୍କ ପ୍ରତି ନିଜର ଦାୟିତ୍ୱ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନ୍ୟୁଜ ଲେଟର ଉନ୍ମୋଚନ କରିଥିଲେ ।
ଏହି ଅବସରରେ ମନ୍ତ୍ରୀ ଅଶୋକ ପଣ୍ଡା, ସମୀର ଦାଶ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଅଶ୍ୱଥି ଏସ୍‌ ସ୍ୱାଗତ ଭାଷଣ ଦେଇଥିଲେ ଓ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।
Previous Post

ଆସନ୍ତା ବର୍ଷ ସୁଦ୍ଧା ପଦ୍ମପୁର ଜିଲ୍ଲା

Next Post

ଶେଷ ଦିନରେ ନାମାଙ୍କନ ଭରିଲେ

Next Post
ଶେଷ ଦିନରେ ନାମାଙ୍କନ ଭରିଲେ

ଶେଷ ଦିନରେ ନାମାଙ୍କନ ଭରିଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA