Tuesday, June 30, 2026 04:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ

by Our Correspondent
21 Nov, 2023- 10:03 PM
in Latest News, News
1 min read
0
‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ

ଭୁବନେଶ୍ୱର: ଆଜି ବିଶ୍ୱ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନିବେଦନ କରି କହିଛନ୍ତି ଯେ ଆପଣମାନଙ୍କ କଲ୍ୟାଣ ଓ ବିକାଶ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି । ଆପଣମାନେ ଏହାର ସୁଯୋଗ ନେଇ ନିଜର ଓ ରାଜ୍ୟର ସମୃଦ୍ଧିରେ ଯୋଗଦାନ ରଖନ୍ତୁ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟରେ ପ୍ରଚୁର ଜଳସଂପଦ ରହିଛି। ଅର୍ଥନୀତିର ବିକାଶ ପାଇଁ ଜଳସଂପଦର ପୂର୍ଣ୍ଣ ବିନିଯୋଗ ଆମର ଲକ୍ଷ୍ୟ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ହେଉଛି ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା, ସେମାନଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା, ମା ମାନଙ୍କୁ ସଶକ୍ତ କରିବା ଏବଂ ସର୍ବୋପରି ରାଜ୍ୟର ଆର୍ଥିକ ବିକାଶ କରିବା ।

ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନେବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଆମର 5T ନୀତିରେ କାର୍ଯ୍ୟକାରୀ କରାଯିବ। ଏଥିରେ ୧୧,୦୦୦ରୁ ଅଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ୫୦ ହଜାର ମାଛ ଚାଷୀ ଓ ଏକ ଲକ୍ଷରୁ ଅଧିକ ମତ୍ସ୍ୟଜୀବୀ ଉପକାର ପାଇବେ ବୋଲି ସେ କହିଥିଲେ।

ରାଜ୍ୟରେ ମତ୍ସ୍ୟ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ୨୦ ବର୍ଷ ଭିତରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ଚାରି ଗୁଣ ବୃଦ୍ଧି ପାଇଛି । ସାମୁଦ୍ରିକ ମତ୍ସ୍ୟ ରପ୍ତାନୀ ୪୫୦୦ କୋଟି ଟଙ୍କାରେ ପହଞ୍ଚିଛି । ମତ୍ସ୍ୟ ଉତ୍ପାଦନ ବୃଦ୍ଧି ପାଇଁ ଓଡିଶା ମତ୍ସ୍ୟନୀତି-୨୦୧୫ ଏବଂ ଓଡିଶା ଜଳଭଣ୍ଡାର ମତ୍ସ୍ୟନୀତି-୨୦୧୨ ଆଣିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ ବୋଲି ସେ କହିଥିଲେ । ଓଡିଶା ଆଜି ମାଛ ଯାଁଳ ଉତ୍ପାଦନରେ ଆତ୍ମନିର୍ଭର ହୋଇପାରିଛି ବୋଲି ସେ କହିଥିଲେ ।

ମତ୍ସ୍ୟଜୀବୀ ମାନଙ୍କ କଲ୍ୟାଣ ପାଇଁ ଗରିବ ଲୋକଙ୍କ କଲ୍ୟାଣ ପଇଁ ମୋ ସରକାର କାମ କରୁଛନ୍ତି ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସାମାଜିକ ସୁରକ୍ଷା, ଖାଦ୍ୟ ସୁରକ୍ଷା, ରୋଜଗାର ଓ ପୁଷ୍ଟିକୁ ଅଧିକ ଗୁରୁତ୍ବ ଦେଇ ଅନେକ ପଦକ୍ଷେପ ନିଆଯାଇଛି।

କାର୍ଯ୍ୟକ୍ରମରେ ଯୋଗ ଦେଇ ମତ୍ସ୍ୟ ଓ ପଶୁସଂପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଜନତାଙ୍କ ମୁଖ୍ୟମନ୍ତ୍ରୀ। ଜନତାଙ୍କ କଲ୍ୟାଣ ପାଇଁ ସେ ସବୁବେଳେ ନୂଆ ନୂଆ ଯୋଜନା କରିଆସିଛନ୍ତି। ଆଜି ବିଶ୍ୱ ମତ୍ସ୍ୟ ଦିବସରେ ଏହି ଯୋଜନା ରାଜ୍ୟର ମତ୍ସ୍ୟ କ୍ଷେତ୍ରରେ ରୂପାନ୍ତର ଆଣିବାରେ ସହାୟକ ହେବ ବୋଲି ସେ କହିଥିଲେ। ଏହି ଯୋଜନାର ବିଭିନ୍ନ ଆଭିମୁଖ୍ୟ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀ ବ୍ରହ୍ମାନନ୍ଦ ଦାସ କହିଲେ ଯେ କୋଭିଡ ସମୟରେ ତାଙ୍କର ରୋଜଗାର ବନ୍ଦ ହୋଇଯିବାରୁ ସେ ମତ୍ସ୍ୟଜୀବୀ ମାନଙ୍କ ପାଇଁ Bioflock ଯୋଜନାରେ ୪୦ ପ୍ରତିଶତ ରିହାତି ପାଇ ମାଛ ଚାଷ ଆରମ୍ଭ କରିଥିଲେ । ଏବେ ସେ ଲକ୍ଷାଧିକ ଟଙ୍କା ରୋଜଗାର କରି ସ୍ବାବଲମ୍ବୀ ହୋଇପାରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ସେହିପରି ବାଲେଶ୍ୱରର ଗୀତାରାଣୀ ପଣ୍ଡା କହିଥିଲେ ଯେ ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ପଞ୍ଚାୟତ ପୋଖରୀ ଯୋଜନାରେ ସେମାନ ଋଣ ନେଇ ଏବେ ବର୍ଷକୁ ୫ ଲକ୍ଷ ଟଙ୍କା ଲାଭ କରୁଛନ୍ତି । ଏହାଦ୍ବାରା ସେମାନଙ୍କର ଆର୍ଥିକ ସମସ୍ୟା ଦୂର ହୋଇପାରିଛି ବୋଲି ସେ କହିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ପୁରୀ ଜିଲ୍ଲାର ବ୍ରଜସୁନ୍ଦର ବେହେରା କହିଲେ ଯେ ସେ ଜଣେ ସାମୁଦ୍ରିକ ମତ୍ସ୍ୟଜୀବୀ। ଅଲିଭ ରିଡ୍‌ଲେ କଇଁଚ ପାଇଁ ତାଙ୍କର ଜୀବିକା ପ୍ରଭାବିତ ହେଉଥିଲା। ଏଥିପାଇଁ ସହାୟତା ପରିମାଣକୁ ମୁଖ୍ୟମନ୍ତ୍ରୀ ୭୫୦୦ ଟଙ୍କାରୁ ୧୫ ହଜାର ଟଙ୍କା ବୃଦ୍ଧି କରିଥିବାରୁ, ତାଙ୍କ ପରିବାର ଆଜି ସୁରକ୍ଷିତ ହୋଇପାରିଛି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରୱାଲ, କୃଷି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ମତ୍ସ୍ୟଜୀବୀମାନେ ଅନ୍‌ଲାଇନ ଜରିଆରେ ଯୋଡି ହୋଇଥିଲେ ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ସୁରେଶ କୁମାର ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଓ ମତ୍ସ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଅଶୋକ ପଣ୍ଡା-ବୁନୁ ଜେନାଙ୍କ ବିରୋଧରେ ବିଦ୍ରୋହ !

Next Post

CM inaugurates AIFF-FIFA Football Academy

Next Post
CM inaugurates AIFF-FIFA Football Academy

CM inaugurates AIFF-FIFA Football Academy

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA