Saturday, October 24, 2026 02:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ ଯୋଜନା

୨୦୦୦ ସଭାଗୃହ ପାଇଁ ୧୨୫ କୋଟି

by Our Correspondent
14 Jul, 2023- 08:15 PM
in Latest News, News
1 min read
0
ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ ଯୋଜନା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ରାଜ୍ୟ ସରକାର ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାର ନାଁ ରହିଛି ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମ । ଏହି ଯୋଜନାରେ ପଶ୍ଚିମ ଓଡ଼ିଶାର ପ୍ରାୟ ୨ ହଜାର କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ନିର୍ମାଣ କରାଯିବ । ଏଥିପାଇଁ ୨୫ କୋଟି ଖର୍ଚ୍ଚ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ୫-ଟି ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯିବ ଏବଂ ଏହାଦ୍ୱାରା ପଶ୍ଚିମ ଓଡ଼ିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିସହ ମୁଖ୍ୟମନ୍ତ୍ରୀ ୩୩ କୋଟି ୫୮ ଲକ୍ଷ ଟଙ୍କା ବିନିଯୋଗରେ ପଶ୍ଚିମ ଓଡ଼ିଶାର ଅନେକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଉଦ୍‌ଘାଟିତ ପ୍ରକଳ୍ପ ମଧ୍ୟରେ ବଲାଙ୍ଗୀର ଗଡିଆଜୋର ସେତୁ, ଟିଟିଲାଗଡ ଟାଉନହଲ୍‌, ବରଗଡ ଇକୋ ଟୁରିଜିମ୍‌, ଭିତ୍ତିଭୂମି, ଦେବଗଡ କଲେଜର ନୂଆ ଅଡିଟୋରିଅମ, କଳାହାଣ୍ଡି ବ୍ରଜମୋହନ ହାଇସ୍କୁଲର ନୂଆ ହଷ୍ଟେଲ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ନୂଆ ଅଡିଟୋରିଅମ ଓ କୁଚିଣ୍ଡା କଲେଜର ଅଡିଟୋରିଅମ ରହିଛି । ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମଧ୍ୟରେ ବରଗଡ ଜନ୍ଦୋଲ ଗାଁର କମ୍ୟୁନିଟି ହଲ୍‌, ବରୋମୁଣ୍ଡା କଳାଗ୍ରାମ, କଟାବାହାଲ ପର୍ଯ୍ୟଟନ କେନ୍ଦ୍ର ଏବଂ କଳାହାଣ୍ଡିର ବିଭିନ୍ନ ଜଳାଶୟର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ ସମ୍ବଲପୁର କେସିଆବାହାଲ ଠାରେ ନୂତନ ବହୁମୁଖୀ ହଲ୍‌ର ନିର୍ମାଣ କାମ ରହିଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ୱତନ୍ତ୍ର ଧ୍ୟାନ ଦେଇଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇଛି । ଜନପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି । ପଶ୍ଚିମ ଓଡିଶାର ବିକାଶ କ୍ଷେତ୍ରରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶରେ ପଶ୍ଚିମ ଓଡିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ । କୃଷି, ଶିଳ୍ପ, ଖଣି, ଶିକ୍ଷା ଏବଂ କଳା ଓ ସଂସ୍କୃତିରେ ସମୃଦ୍ଧ ହେଉଛି ପଶ୍ଚିମ ଓଡିଶା । ପର୍ଯ୍ୟଟନର ବିକାଶ ପାଇଁ ମା ସମଲେଶ୍ୱରୀ, ହରିଶଙ୍କର ଓ ନୃସିଂହନାଥ ମନ୍ଦିରର ରୂପାନ୍ତର କାମ ଚାଲିଛି । ଏହା ସହିତ ଆହୁରି ଅନେକ ମନ୍ଦିର ଓ ଭିତ୍ତିଭୂମି କାମ ପାଇଁ ମଧ୍ୟ ପଦକ୍ଷେପ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜରିଆରେ ସବୁ କାମ ତଦାରଖ କରୁଛି । ପଶ୍ଚିମ ଓଡିଶା ଖୁବ ଶୀଘ୍ର ବିକାଶର ସବୁ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି ବୋଲି ସେ କହିଥିଲେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ଠାରେ ଜଳସଂପଦ ମନ୍ତ୍ରୀ ଟୁକୁନି ସାହୁ, ବରଗଡ ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ଦେବଗଡ ଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ପ୍ରମୁଖ ଯୋଗ ଦେଇଥିଲେ। ୫-ଟି ଉପକ୍ରମରେ ସବୁ କାର୍ଯ୍ୟକ୍ରମ ଠିକ୍‌ ସମୟରେ ଆରମ୍ଭ ହୋଇ ଶେଷ ହେବା ସହିତ ପଶ୍ଚିମ ଓଡିଶାର ବିକାଶ ତ୍ୱରାନ୍ୱିତ ହୋଇପାରୁଛି ବୋଲି ସେମାନେ ମତ ଦେଇଥିଲେ ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଏହାର ସିଇଓ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଚନ୍ଦ୍ରକୁ ଯାତ୍ରା କଲା ଚନ୍ଦ୍ରଯାନ-୩

Next Post

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ଅତନୁ

Next Post
ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ଅତନୁ

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ଅତନୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA