Thursday, June 25, 2026 08:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ମା' ମାନଙ୍କ ହାତରେ ରହିଛି କାର୍ଯ୍ୟକ୍ରମ ସଫଳତାର ଚାବିକାଠି: ମୁଖ୍ୟମନ୍ତ୍ରୀ

by Our Correspondent
14 Sep, 2023- 08:33 PM
in Latest News, News
1 min read
0
‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହୋଇଛି।

ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି। ସେହିଭଳି ‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ।

ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ।

ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ । ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ। ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ। ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ।

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ। ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି। ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଶ୍ରୀ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

5T Secretary reviews progress on CMO District Visit Grievance redressal

Next Post

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଟେଣ୍ଡର

Next Post
ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଟେଣ୍ଡର

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଟେଣ୍ଡର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA