Wednesday, April 8, 2026 05:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

‘ସବୁ ଜୀବନ ମୂଲ୍ୟବାନ’

ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଭିମୁଖ୍ୟ ଦୋହରାଇଲେ ମୁଖ୍ୟମନ୍ତ୍ରୀ

by Our Correspondent
23 Jun, 2021- 07:32 PM
in Latest News, News
1 min read
0
‘ସବୁ ଜୀବନ ମୂଲ୍ୟବାନ’

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ଏହା ସହିତ ସରକାରଙ୍କ ସବୁ ବିଭାଗ ସମନ୍ୱିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ ଆମର ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି । ଏହାଦ୍ୱାରା ବିପର୍ଯ୍ୟୟ ପ୍ରଭାବକୁ କମ ଯାଇପାରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଓଡିଶା ହେଉଛି ଆମ ଦେଶରେ ସବୁଠାରୁ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟ ଆମେ ନିୟମିତ ଭାବରେ ସାମ୍‌ନା କରିଆସୁଛୁ । ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫନ ଓ ବାତ୍ୟା ୟାସ୍‌ର ସାମ୍‌ନା କରିଛି । ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଏ ସଂପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ।

ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟକୁ ଆଖିଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍‌ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଂକୁଳ ଓ ଅଗମ୍ୟ ଅଂଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରୀ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ବ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସମସ୍ତ ବିପର୍ଯ୍ୟୟ ପ୍ରବଣ ଅଂଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ଏବଂ ସରକାରୀ କର୍ମଚାରୀ ଓ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ପ୍ରକୃତିର ବିଭୀଷିକାର ମୁକାବିଲା ପାଇଁ ଆମର ସମାଜ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଆଲୋଚନାରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ନରସିଂହ ମିଶ୍ର,ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେଓ, ବିଧାୟକ ଶ୍ରୀ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ ,ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ବିଜେପି ପାଇଁ ହେବ ବୁମେରାଂ !

Next Post

ବନ୍ଦିତା ପରିଡ଼ା ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ

Next Post
ବନ୍ଦିତା ପରିଡ଼ା ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ

ବନ୍ଦିତା ପରିଡ଼ା ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA