Monday, June 29, 2026 01:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପିପିଲି ପାଇଁ ୬୮ କୋଟିର ପ୍ୟାକେଜ୍

ଗରିବ ଲୋକଙ୍କ ମୁହଁରେ ହସ ମୋତେ ଅଧିକ ସନ୍ତୋଷ ଦେଇଥାଏ: ମୁଖ୍ୟମନ୍ତ୍ରୀ

by Our Correspondent
23 Feb, 2021- 07:59 PM
in Latest News, News
1 min read
0
ପିପିଲି ପାଇଁ ୬୮ କୋଟିର ପ୍ୟାକେଜ୍

ଭୁବନେଶ୍ୱର: ପିପିଲି-ଡେଲାଙ୍ଗ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ୍, ସେତୁ, ବସଷ୍ଟାଣ୍ଡ ଆଦିର ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧାରଣଙ୍କ ପାଇଁ ଏହି ଘୋଷଣା କରିଛନ୍ତି ।

‘ମୁଁ ସବୁବେଳେ ଗାଁର ବିକାଶ ଉପରେ ଫୋକସ୍ କରି ଆସିଛି । ମହିଳା ଓ ଚାଷୀଙ୍କ କଲ୍ୟାଣ ଉପରେ ଫୋକସ୍ କରିଆସିଛି । ଗରିବ ଲୋକଙ୍କ ମୁହଁରେ ହସ ମୋତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ’ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ତା’ର ହକ୍ ଦେବା ପାଇଁ ସେ କାମ କରୁଛନ୍ତି ଓ କାମ କରିଚାଲିବେ ବୋଲି କହିଥିଲେ ।

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା କହିଥିଲେ ।

ଏହି ଅବସରରେ ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କୁ ମୁଖ୍ୟମନ୍ତ୍ରୀ ମନେ ପକାଇ ତାଙ୍କର ସ୍ମୃତିଚାରଣ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଦୁଃଖର କଥା ଆପଣଙ୍କର ପ୍ରିୟ ବିଧାୟକ ପ୍ରଦୀପ ବାବୁ ଆଜି ଆମ ଗହଣରେ ନାହାନ୍ତି । ଗତ ୩୦ ବର୍ଷରୁ ଅଧିକ ସମୟ ଧରି ପିପିଲି-ଡେଲାଙ୍ଗର ବିକାଶ ସହ ସେ ଯୋଡି ହୋଇ ରହିଥିଲେ । ଆପଣମାନଙ୍କ ଭଲମନ୍ଦ, ସୁଖଦୁଃଖ ସବୁଥିରେ ସେ ଆପଣମାନଙ୍କ ସହ ରହିଥିଲେ । ଅଞ୍ଚଳର ବିକାଶ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ଭର୍ଚୁଆଲ୍ କାର୍ଯ୍ୟକ୍ରମ ପାଇଁ ଲୋକସେବା ଭବନ ସମେତ ପିପିଲି ଓ ଡେଲାଙ୍ଗରେ ଦୁଇଟି ସଭାର ଆୟୋଜନ କରାଯାଇଥିଲା । ଲୋକସେବା ଭବନରୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଭାଷଣ ଦେଇଥିଲା ବେଳେ ପିପିଲିଠାରେ ଆୟୋଜିତ ସଭାରେ ମନ୍ତ୍ରୀ ସମୀର ଦାଶ ଏବଂ ଡେଲାଙ୍ଗ ସଭାରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସ୍ୱର୍ଗତ ମହାରଥୀଙ୍କ ପତ୍ନୀ କିମ୍ବା ପୁଅଙ୍କୁ ଦେଖିବାକୁ ମିଳି ନ ଥିଲା ।

ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ପୁରୀ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପ କେଶରୀ ଦେବ, ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ସମ୍ପର୍କୀତ ଏକ ଭିଡିଓ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।

ବିରୋଧୀଙ୍କ ସମାଲୋଚନା: ପିପିଲି-ଡେଲାଙ୍ଗ ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କର ୬୮ କୋଟି ଟଙ୍କା ପ୍ୟାକେଜ୍ ଘୋଷଣାକୁ ବିଜେପି ଓ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି । ଆଗକୁ ଉପନିର୍ବାଚନ ଭୋଟ ହାତେଇବା ପାଇଁ ଏହା ଅଞ୍ଚଳବାସୀଙ୍କ ପାଇଁ ଲଲିପପ୍ ବୋଲି ଅଭିଯୋଗ କରିଛନ୍ତି । ବିଜେପୁର, ପାଟକୁରା, ତିର୍ତ୍ତୋଲ ଓ ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଉପନିର୍ବାଚନୀ ପ୍ରତିଶ୍ରୁତି କୁଆଡେ ଗଲା ବୋଲି ସେମାନେ ପ୍ରଶ୍ନ କରିଛନ୍ତି ।

 

Previous Post

ଚିଲିକାରେ ପରଦେଶୀ ଅପରାଜିତା

Next Post

ମାର୍ଚ୍ଚ ୧ ରୁ ବୟସ୍କଙ୍କୁ କରୋନା ଟିକା

Next Post
ମାର୍ଚ୍ଚ ୧ ରୁ ବୟସ୍କଙ୍କୁ କରୋନା ଟିକା

ମାର୍ଚ୍ଚ ୧ ରୁ ବୟସ୍କଙ୍କୁ କରୋନା ଟିକା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA