Wednesday, February 18, 2026 02:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି

ମୃତ୍ୟୁ ଓ ଅକର୍ମଣ୍ୟ ସହାୟତା ୨ ଲକ୍ଷକୁ ବୃଦ୍ଧି

by Our Correspondent
11 Jan, 2021- 08:54 PM
in Latest News, News
1 min read
0
କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ୍ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତବର୍ଷ ବୋନସ୍, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ବାବଦରେ ଏହା ଖର୍ଚ୍ଚ ହେବ । କେବଳ ବୋନସ୍ ର ପରିମାଣ ରହିଛି ୫୯.୭୮ କୋଟି ଟଙ୍କା ।

ଏଥିସହ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକର ଆଲୋଚନା ଅନୁଯାୟୀ, କୋଭିଡ୍ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମଦିବସ ସୃଷ୍ଟି କରିବାରେ ସକ୍ଷମ ହୋଇଥିଲା । ଏହାଦ୍ୱାରା ୭ ଲକ୍ଷ ୫୪ ହଜାର ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮,୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬,୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ପୈଠ କରାଯାଇଛି ।

ବୈଠକରେ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ପାରୁଖ, ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସେମାନଙ୍କ ମତ ରଖିଥିଲା ବେଳେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ । ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Previous Post

୩ କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ ମାଗଣାରେ ଟିକା

Next Post

ବିପିନ ବିହାରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ମଳିପଡ଼ା ଚାମ୍ପିଅନ

Next Post
ବିପିନ ବିହାରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ମଳିପଡ଼ା ଚାମ୍ପିଅନ

ବିପିନ ବିହାରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ମଳିପଡ଼ା ଚାମ୍ପିଅନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA