Wednesday, March 4, 2026 12:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିରୋଧୀଙ୍କ ମିଛ ପ୍ରଚାରର ସଠିକ୍ ଜବାବ ଦିଅ: ନବୀନ

ବିଧାୟକ, ସାଂସଦ, ପର୍ଯ୍ୟବେକ୍ଷକ, ଜିଲ୍ଲା ସଭାପତିଙ୍କୁ ବିଜେଡ଼ି ସୁପ୍ରିମୋଙ୍କ ଉଦବୋଧନ

by Our Correspondent
22 Jan, 2022- 09:11 PM
in Latest News, News
1 min read
0
ବିରୋଧୀଙ୍କ ମିଛ ପ୍ରଚାରର ସଠିକ୍ ଜବାବ ଦିଅ: ନବୀନ

ଭୁବନେଶ୍ୱର: ଆମେ ସମସ୍ତେ ଜାଣିଛୁ ଓଡିଶାବାସୀ ବିଜେଡିକୁ ଭଲ ପାଆନ୍ତି ଓ ସବୁ ନିର୍ବାଚନରେ ଆର୍ଶୀବାଦ କରିଆସିଛନ୍ତି । ବିରୋଧିଦଳଙ୍କ ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ ଦିଅନ୍ତୁ । ମୋର ଅନୁରୋଧ ଆପଣମାନେ ଆମ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇ ବହୁଳ ପରିମାଣରେ ଲୋକଙ୍କ ଆର୍ଶୀବାଦ ଆଣିବେ । ଏଥିରେ ମୋର ପୂରା ବିଶ୍ୱାସ ରହିଛି ।

ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦଳୀୟ ସାଂସଦ, ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିମାନଙ୍କୁ ଭର୍ଚୁଆଲ ଉଦବୋଧନରେ ଏହି ବାର୍ତ୍ତା ଦେଇଛନ୍ତି । ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ଦଳୀୟ ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିମାନଙ୍କ ସହିତ ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଜାଣିଛି ଆପଣମାନେ ପଞ୍ଚାୟତ ନିର୍ବାଚନରେ ପୂରାପୂରି ସାମିଲ ହୋଇ ଦଳର ପ୍ରାର୍ଥୀଙ୍କ ବିଜୟ ପାଇଁ କାମ କରୁଛନ୍ତି । ଏହି ସମୟରେ ମୁଁ ଆପଣଙ୍କୁ କିଛି କହିବାକୁ ଚାହୁଁଛି । କୋଭିଡ ମହାମାରୀର ତୃତୀୟ ଲହର ଚାଲିଛି । ମୋର ଅନୁରୋଧ ଆପଣମାନେ କୋଭିଡ ନିୟମ ପାଳନ କରିବେ । ଆପଣଙ୍କର ଜୀବନ ମୋ ପାଇଁ ମୂଲ୍ୟବାନ ଅଟେ । ଆପଣମାନେ ଜାଣି ଖୁସି ହେବେ ଯେ ଓଡିଶା ଆଜି ସାରା ଭାରତ ବର୍ଷରେ କୋଭିଡ ମୁକାବିଲାରେ ଏକ ନମ୍ବର ହୋଇଛି । ଲୋକଙ୍କ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛି ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ଲୋକଙ୍କ ମନରେ ଆଶା ଓ ବିଶ୍ୱାସ ସୃଷ୍ଟି କରିଛି । ବିଜେଡି ସରକାରଙ୍କ ଏଭଳି ଯୁଗାନ୍ତକାରୀ ପଦକ୍ଷେପ ଭାରତରେ ପ୍ରଥମ । ଏହି କଠିନ କୋଭିଡ ମହାମାରୀ ସମୟରେ ମହିଳାମାନଙ୍କୁ ମିଶନ ଶକ୍ତି, ମା’ମାନଙ୍କୁ ପ୍ରାୟ ୧୦,୦୦୦ କୋଟି ଟଙ୍କାର ଋଣ ସହାୟତା ବିନା ସୁଧରେ ଆପଣଙ୍କ ବିଜେଡି ସରକାର ଦେଇଛି । ଲକ୍ଷ ଲକ୍ଷ ଭୂମିହୀନ ଚାଷୀଙ୍କ ପାଇଁ ୧୦,୦୦୦ ଟଙ୍କା କାଳିଆ ଯୋଜନାରେ ସହାୟତା ଦେଇଛି ବିଜେଡି ସରକାର ।

ରାସନକାର୍ଡ ଥିବା ସବୁ ପରିବାରକୁ ଆର୍ଥିକ ସହାୟତା, ଗ୍ରାମାଞ୍ଚଳ ପକ୍କାଘର ଯୋଜନାରେ ଘର ମରାମତି ପାଇଁ ସହାୟତା, ଯୋଗ୍ୟ ତାଲିକାଭୁକ୍ତ ଘର ପାଇନଥିବା ପରିବାରଙ୍କୁ ସହାୟତା ଭଳି ଅଗ୍ରଣୀ ପଦକ୍ଷେପମାନ ଗ୍ରହଣ କରି ବିଜେଡି ସରକାର ଅନ୍ୟମାନଙ୍କୁ ବାଟ ଦେଖାଇଛି ।

ଜଳସେଚନ, ଶିକ୍ଷା ଭିତ୍ତିଭୂମି, ଶିଳ୍ପ, ଜନଜାତିଙ୍କ କଲ୍ୟାଣ ସବୁ କ୍ଷେତ୍ରରେ ଆଜି ଓଡିଶା ଅଗ୍ରଣୀ ରାଜ୍ୟ ହୋଇଛି । ମୋ ସରକାର କାର୍ଯ୍ୟକ୍ରମ ସରକାରରେ ସାଧାରଣ ଲୋକଙ୍କର ଭାଗିଦାରୀ ଆଣିଛି । ଆମେ ସମସ୍ତେ ଜାଣିଛୁ ଓଡିଶାବାସୀ ବିଜେଡିକୁ ଭଲ ପାଆନ୍ତି ଓ ସବୁ ନିର୍ବାଚନରେ ଆର୍ଶୀବାଦ କରିଆସିଛନ୍ତି । ବିରୋଧିଦଳଙ୍କ ପାଖରେ କିଛି ବି ପ୍ରସଙ୍ଗ ନାହିଁ । ସେମାନେ ମିଛ ପ୍ରଚାରକୁ ଅସ୍ତ୍ର କରିବେ । ତେଣୁ ଆପଣମାନେ ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାନ୍ତୁ । ବିରୋଧିଙ୍କ ମିଛ ପ୍ରଚାରର ସଠିକ ଜବାବ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Previous Post

ଜାତୀୟ ଉଠା ଦୋକାନୀ ଦିବସ ପାଳିତ

Next Post

ବିଶ୍ୱେଶ୍ୱରଙ୍କ ମାଡ଼, ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗୁଜବ

Next Post
ବିଶ୍ୱେଶ୍ୱରଙ୍କ ମାଡ଼, ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗୁଜବ

ବିଶ୍ୱେଶ୍ୱରଙ୍କ ମାଡ଼, ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗୁଜବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA