ନୂଆଦିଲ୍ଲୀ/ଭୁୁବନେଶ୍ୱର: ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟର ମାନ୍ୟତା ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀଠାରେ ଆଜି ନୀତି ଆୟୋଗ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ସବୁବେଳେ ପ୍ରାକୃତିକ ଦୁର୍ବିପାକ ଦ୍ୱାରା କବଳିତ । ପ୍ରତିବର୍ଷ ବନ୍ୟା ଓ ବାତ୍ୟାରେ ରାଜ୍ୟର ଆର୍ଥିକ ସ୍ଥିତି ଦୋହଲି ଯାଉଛି । ତେଣୁ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟର ମାନ୍ୟତା ମିଳୁ । ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗର ସପ୍ତମ ପରିଳାଚନା ପରିଷଦ ବୈଠକରେ ଯୋଗଦେଇଥିବା ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରିଥିଲେ । ଏଥିରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଅନେକ ଦାବି ରଖିଥିଲେ ।








