Wednesday, September 9, 2026 10:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କର୍ମୀ ଓ ନେତାଙ୍କ ଉତ୍ସାହ ବଢ଼ାଇଲେ ନବୀନ

ବିଜେଡ଼ିର ପୌର ନିର୍ବାଚନ ପ୍ରସ୍ତୁତି

by Our Correspondent
02 Mar, 2022- 07:55 PM
in Latest News, News
1 min read
0
କର୍ମୀ ଓ ନେତାଙ୍କ ଉତ୍ସାହ ବଢ଼ାଇଲେ ନବୀନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ବିପୁଳ ସଫଳତାରେ ଉତ୍ସାହିତ ଦଳୀୟ କର୍ମୀ ଓ ନେତାଙ୍କ ଉତ୍ସାହ ଆହୁରି ବଢ଼ାଇ ଦେଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଦଳର ପୌର ନିର୍ବାଚନ ପ୍ରସ୍ତୁତିପୂର୍ବକ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଦଳୀୟ ସାଂସଦ, ବିଧାୟକ, ଜିଲ୍ଲା ସଭାପତି ଏବଂ ପର୍ଯ୍ୟବେକ୍ଷକମାନଙ୍କ ସହ କଥା ହୋଇଛନ୍ତି । ପଞ୍ଚାୟତ ନିର୍ବାଚନରେ ଦଳର ଐତିହାସିକ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ପୌର ନିର୍ବାଚନରେ ଏହି ସଫଳତାକୁ ଦୋହରାଇବା ପାଇଁ ଅକ୍ଲାନ୍ତ ପରିଶ୍ରମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି । ବିରୋଧୀଙ୍କ ଅପପ୍ରଚାର ପାଇଁ ସେ ସମସ୍ତଙ୍କୁ ପୁଣି ଥରେ ସତର୍କ କରାଇଛନ୍ତି ।

ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ କହିଥିଲେ, ପଞ୍ଚାୟତ ନିର୍ବାଚନରେ ଆମର ଅସାଧାରଣ ଓ ଅଦ୍ଭୂତପୂର୍ବ ସଫଳତା ପାଇଁ ମୁଁ ସବୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି । ଓଡ଼ିଶାବାସୀ ପୁଣିଥରେ, ଆମ କାମ ଉପରେ ଆସ୍ଥା ପ୍ରକାଶ କରିଛନ୍ତି । ଏହି ବିଜୟ ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି । ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡ଼ିଶାର ସବୁ ଅଞ୍ଚଳର ଜନସାଧାରଣ ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି । ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି । ଆମେ ଆମର ଭଲ କାମ ଜାରି ରଖିବୁ ।

ବିରୋଧୀ ଦଳର ଅପପ୍ରଚାର ପ୍ରତି ମୁଖ୍ୟମନ୍ତ୍ରୀ ପୁଣି ଥରେ କର୍ମୀମାନଙ୍କୁ ସତର୍କ କରାଇଥିଲେ । ‘ଆପଣ ଜାଣନ୍ତି, ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି । ମୋ ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ ନେଗେଟିଭ୍ ପଲିଟିକ୍ସ କରିଛନ୍ତି । ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣି ଥରେ ସେହିଭଳି ଅପପ୍ରଚାର କରିବେ । ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ଆମ ଦଳର ପ୍ରତି କର୍ମୀ ଭାଇଭଉଣୀଙ୍କ ଦାୟିତ୍ୱ’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ଆଦର୍ଶ ଓ ସହରାଞ୍ଚଳର ବିକାଶ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଆମେ ପଜିଟିଭ୍ ପଲିଟିକ୍ସରେ ବିଶ୍ୱାସ କରୁ । ପଜିଟିଭ୍ ପଲିଟିକ୍ସ, ଟ୍ରାନସଫରମେଟିଭ୍ ଗଭର୍ଣ୍ଣାନସ୍ ଏବଂ ପିପୁଲସ୍ ଏମପାୱାରମେଣ୍ଟ ହେଉଛି ଆମର ହଲମାର୍କ । ସହରାଞ୍ଚଳରେ ଅନେକ ଭଲ କାମ ହୋଇଛି । ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ଷ୍ଟ୍ରିଟ୍ ଲାଇଟ୍ ଠାରୁ ଆରମ୍ଭ କରି ଇନଡୋର ଷ୍ଟାଡିୟମ୍, ଭଲ ପିଇବା ପାଣିଠାରୁ ଆରମ୍ଭ କରି ଅତ୍ୟାଧୁନିକ ବର୍ଜବସ୍ତୁ ପରିଚାଳନା ବ୍ୟବସ୍ଥା, ମିଶନ୍ ଶକ୍ତିରେ ମା’ ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ, ୱାର୍ଡସ୍ତରରେ ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନଲାଇନ୍ ରେ ମୁ୍ୟନିସିପାଲ ସେବା । ନାଗରିକମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି । ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା’ ମାନଙ୍କଠାରୁ ଆରମ୍ଭ କରି ଶିଶୁ ତଥା ଯୁବ ସମାଜ ସମସ୍ତଙ୍କ ସଶକ୍ତିକରଣ ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରିଛୁ ।

ଓଡିଶାବାସୀ ନକରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ , “ ଏହିସବୁ କାର୍ଯ୍ୟକ୍ରମକୁ ଆମକୁ ଲୋକଙ୍କ ପାଖକୁ ନେଇଯିବାକୁ ହେବ । ବିରୋଧୀ ଦଳଙ୍କର ମିଛ ତଥା Negative Politicsକୁ ଆମର ସକରାତ୍ମକ ତଥା ସତ୍‌ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡିବ । ମୋର ପୁରା ବିଶ୍ୱାସ, ଏହି ପଞ୍ଚାୟତ Electionରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, Urban Electionରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ । ଆମେ ପୁଣି ଥରେ ଲୋକଙ୍କ ଆସ୍ଥା ଓ ଆଶୀର୍ବାଦ ଲାଭ କରିପାରିବା ଏବଂ ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡିଶାରେ କାମ କରିବ ନାହିଁ ।”

ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗୋଟିଏ ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି, କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ୱାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତାର କଲ୍ୟାଣ ଏବଂ ତାର Empowerment ପାଇଁ କାମ କରୁଛି । ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।

Previous Post

ପ୍ରଫେସର ଡି ପି ରାୟ ସୋଆ ର ନୂତନ ଚାନ୍ସଲର

Next Post

୫ମ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର ସମାରୋହ

Next Post
୫ମ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର ସମାରୋହ

୫ମ ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର ସମାରୋହ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA