Saturday, April 25, 2026 10:35 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେନ୍ଦ୍ରୀୟ ବିଜେପି ପ୍ରଚାରକଙ୍କୁ ‘ପଲିଟିକାଲ୍ ଟୁରିଷ୍ଟ’ କହି କଟାକ୍ଷ କଲେ ନବୀନ

ସମ୍ବଲପୁର, ରେଢ଼ାଖୋଲ, ଅନୁଗୁଳ, ଢ଼େଙ୍କାନାଳରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

by Our Correspondent
17 May, 2024- 09:18 PM
in Latest News, News, Politics
1 min read
0
କେନ୍ଦ୍ରୀୟ ବିଜେପି ପ୍ରଚାରକଙ୍କୁ ‘ପଲିଟିକାଲ୍ ଟୁରିଷ୍ଟ’ କହି କଟାକ୍ଷ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର, ଅନୁଗୁଳ ଓ ଢ଼େଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ୍ ପ୍ରଚାର କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାକୁ ଆସି ପ୍ରଚାର କରୁଥିବା କେନ୍ଦ୍ରମନ୍ତ୍ରୀ ଏବଂ କିଛି ମୁଖ୍ୟମନ୍ତ୍ରୀଙ୍କୁ ‘ପଲିଟିକାଲ୍ ଟୁରିଷ୍ଟ’ କହି କଟାକ୍ଷ କରିଛନ୍ତି । ନିର୍ବାଚନ ବେଳେ ସେମାନେ ଆସନ୍ତି ଏବଂ ନିର୍ବାଚନ ସରିଲେ ସେମାନଙ୍କର ଆଉ ଦେଖା ମିଳେ ନାହିଁ ବୋଲି କହିଛନ୍ତି । ଦୁର୍ଭାଗ୍ୟକୁ ସେମାନଙ୍କ ମଧ୍ୟରୁ କିଛି ନେତା ଅଶାଳୀନ ଓ ଆପତ୍ତିଜନକ ମନ୍ତବ୍ୟ ଦେଉଛନ୍ତି । ଏଭଳି ଆଚରଣ ଉପରେ ମୁଁ ବିଶ୍ୱାସ କରେ ନାହିଁ କି ଓଡ଼ିଶାବାସୀ ଏହାକୁ ଗ୍ରହଣ କରନ୍ତି ନାହିଁ ବୋଲି ନବୀନ କହିଛନ୍ତି । ଓଡ଼ିଶାକୁ ନମ୍ବର ୱାନ୍ ରାଜ୍ୟ କରିଦେବେ ବୋଲି କହୁଥିବା ବିଜେପି ନେତା ସବୁ ରାଜ୍ୟବାସୀଙ୍କୁ ସମାନ କଥା କହୁଛନ୍ତି । ଏଭଳି ଡାହା ମିଛ କହୁଥିବା ନେତାଙ୍କୁ ଓଡ଼ିଶାବାସୀ ପ୍ରତ୍ୟାଖ୍ୟାନ କରିବେ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁର, ରେଢ଼ାଖୋଲ, ଅନୁଗୁଳ, ଢ଼େଙ୍କାନାଳ ବିଧାନସଭା କ୍ଷେତ୍ରରେ ସାଂସଦ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍ ମଧ୍ୟ ପ୍ରଚାରରେ ସାମିଲ ଥିଲେ ।

ବିରୋଧୀ ଦଳକୁ ଆକ୍ରମଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନଙ୍କ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍‍.କେ.ୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, ୫-ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ ପରି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ଥିଲେ ଏସବୁ ଯୋଜନା ଭଲ କି ? ଜନତାଙ୍କ ସମୂହ ଉତ୍ତର ଥିଲା ‘ହଁ’ । ଯେତେବେଳେ ସେ ପଚାରିଲେ ନବୀନ ପଟ୍ଟନାୟକ ଭଲ କି ? ‘ହଁ’ ଧ୍ୱନିରେ ପ୍ରତିଧ୍ୱନିତ ହୋଇଥିଲା ସଭାସ୍ଥଳ ।

ସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଜୁଲାଇରୁ ଆଉ ବିଜୁଳି ବିଲ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣା ବିଜୁଳି ଦେବ ।  କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ପ୍ୟାକେଜ ଆସିବ ।

ବିଜେପିର ସମସ୍ତେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ସେମାନେ ପ୍ରଥମେ ଆଗେ ତାଙ୍କ ପାର୍ଲାମେଣ୍ଟାରି ପାର୍ଟିର ବୈଠକ କରି ନିଷ୍ପତ୍ତି କରନ୍ତୁ – କେଉଁ ରାଜ୍ୟକୁ ଏକ ନମ୍ୱର କରିବେ ? ତା’ପରେ ଓଡ଼ିଶା ଆସି ଆମର ଏକ ନମ୍ୱର ମୁଖ୍ୟମନ୍ତ୍ରୀଙ୍କ ଠାରୁ ପରାମର୍ଶ ନିଅନ୍ତୁ ।

ପ୍ରଧାନମନ୍ତ୍ରୀ ନିଜେ କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ତେଣୁ ସେମାନେ କୁହନ୍ତୁ, ତାଙ୍କ ରାଜ୍ୟକୁ କ’ଣ କରିବେ ? କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ କହୁଛନ୍ତି, କର୍ଣ୍ଣାଟକକୁ, ତେଲେଙ୍ଗାନାକୁ ଏକ ନମ୍ୱର କରିବେ । କିନ୍ତୁ ଗୁଜରାଟକୁ ଏକ ନମ୍ୱର କରିପାରିଲେ କି ?

ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଆପଣମାନଙ୍କ ଭଲପାଇବା ଓ ଜୋସ୍‍ ଦେଖି ଏ ମାଟିର ପୁଅ କେନ୍ଦ୍ରମନ୍ତ୍ରୀ ଡରିକି ନିଜକୁ ସମ୍ବଲପୁରକୁ କୋରିଅର କରିଦେଲେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।

ତା’ପରେ ସେ କହିଥିଲେ ଯେ ଓଡ଼ିଶା ୧ ନମ୍ବର ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସହଯୋଗରେ ଓଡ଼ିଶାକୁ ଏକ ନମ୍ୱର କରିବେ । ଯେଉଁ ରାଜ୍ୟମାନଙ୍କରେ ଡବଲ ଇଞ୍ଜିନ ଚାଲୁଥିଲା । ସବୁ ବନ୍ଦ ହୋଇଗଲାଣି ।

ଜୁନ ୯ ତାରିଖରେ ୧୧.୩୦ରୁ ଗୋଟାଏ ମଧ୍ୟରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଥମ ଦସ୍ତଖତ ହେବ ବିଜୁଳି ବିଲ୍‍ ଛାଡ୍‍, ଓଡ଼ିଶାର ୯୦ ପ୍ରତିଶତ ପରିବାର ଉପକୃତ ହେବେ । ଜୁଲାଇରୁ ବିଜୁଳି ବିଲ ଆସିବନାହିଁ, ଏହା ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ନବୀନ ବାବୁଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପିକୁ କରେଣ୍ଟ ଲାଗିଲାଣି । କହୁଛନ୍ତି, ସୋଲାର ପ୍ୟାନେଲ ବସାଇ ମାଗଣା ବିଜୁଳି ଦେବେ । ଏଥିପାଇଁ ଆପଣମାନଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ବିଜେପି ଦଳ ଦିନରେ ଲଣ୍ଠନ ଦେଖାଉଛନ୍ତି ।

ତା’ପରେ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ । ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ୬୦ ବର୍ଷରେ ଭତ୍ତା ବ୍ୟବସ୍ଥା ହେବ । ଏହି ତିନୋଟି ହେଉଛି ନବୀନ ବାବୁଙ୍କ ଗ୍ୟାରେଣ୍ଟି । ଏହାକୁ ଘରେ ଘରେ ପହଞ୍ଚାନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ ।

ସମ୍ୱଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ କହିଥିଲେ ଯେ ଗୋଟିଏ ପଟେ ବିରୋଧୀଙ୍କ ମିଥ୍ୟା ପ୍ରଚାର ଚାଲିଛି, ଅନ୍ୟପଟେ ନବୀନ ପଟ୍ଟନାୟକଙ୍କ ଲୋକମତକୁ ସମ୍ମାନ ଦେଇ କାମ କରିବାର ଚିନ୍ତାଧାରା । ଏବେ ସମୟ ଆସିଛି ବିଚାର କରିବା ପାଇଁ, ଆମେ କାହାକୁ ବାଛିବା ।

କାର୍ଯ୍ୟକ୍ରମରେ ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, ଅନୁଗୋଳ ବିଧାୟକ ପ୍ରାର୍ଥୀ ସଂଯୁକ୍ତା ସିଂହ, ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ପାଲଲହଡ଼ା ବିଧାୟକ ପ୍ରାର୍ଥୀ ମୁକେଶ କୁମାର ପାଳ, ଢେଙ୍କାନାଳ ବିଧାୟକ ପ୍ରାର୍ଥୀ ସୁଧୀର କୁମାର ସାମଲ, ହିନ୍ଦୋଳ ବିଧାୟକ ପ୍ରାର୍ଥୀ ମହେଶ ସାହୁ, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲୀକ, ପରଜଙ୍ଗ ବିଧାୟକ ପ୍ରାର୍ଥୀ ଡଃ ନୃସିଂହ ସାହୁ ଏବଂ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ପ୍ରମୁଖ ନିଜ ନିଜ ସପକ୍ଷରେ ଭୋଟ ପ୍ରଚାର କରି ସେମାନଙ୍କ ଅଭିଭାଷଣ ରଖିଥିଲେ ।

Previous Post

ବିଜୟ ମହାପାତ୍ର ବିଜେପିରୁ ବହିଷ୍କୃତ

Next Post

ବିରୋଧୀଙ୍କୁ ପ୍ରଶ୍ନବାଣରେ ଛନ୍ଦିଲେ ପାଣ୍ଡିଆନ୍

Next Post
ବିରୋଧୀଙ୍କୁ ପ୍ରଶ୍ନବାଣରେ ଛନ୍ଦିଲେ ପାଣ୍ଡିଆନ୍

ବିରୋଧୀଙ୍କୁ ପ୍ରଶ୍ନବାଣରେ ଛନ୍ଦିଲେ ପାଣ୍ଡିଆନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA