ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ପୁରୀର ସତ୍ୟବାଦୀ, କଟକର ସାଲେପୁର, ଜଗତସିଂହପୁରର ବାଲିକୁଦା ଓ କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଅଞ୍ଚଳ ରେ କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିଥିଲେ। ଏହି ସମୟରେ ହଜାର ହଜାର ଚାଷୀ ,ମହିଳା ତାଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ବର୍ଷା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଆଗୁଆ ସୂଚନା ଜାରି କରା ଯାଇଥିଲେ ଫସଲ ବଞ୍ଚି ଯାଇଥାନ୍ତା ଓ ପ୍ରତିଦିନ ଚାଷୀ ପ୍ରାଣ ହରାଉନଥାନ୍ତେ ବୋଲି ଚାଷୀ ମାନେ କ୍ଷୋଭ ପ୍ରକାଶ କରିଥିଲେ। ସେହିପରି ଫସଲ ବୀମା ସମ୍ପର୍କରେ ମଧ୍ୟ ସରକାର ଙ୍କ ତରଫରୁ ଠିକ ଭାବରେ ଅବଗତ କରାଯାଇନାହିଁ ବୋଲି ଚାଷୀ ମାନେ ବିରୋଧୀ ଦଳ ନେତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ଶ୍ରୀ ପଟ୍ଟନାୟକ ଚାଷୀ ମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ ସ ସେ ସବୁବେଳେ ଚାଷୀ ଭାଇ ଭଉଣୀ ଙ୍କ ସହ ଅଛନ୍ତି ଓ ସେମାନଙ୍କ ହକ ପାଇଁ ଲଢେଇ କରିବେ। ଚାଷୀଙ୍କ ଦୁଃଖ ବୁଝିବାରେ ରାଜ୍ୟ ସରକାର ବିଫଳ। ଅଦିନିଆ ବର୍ଷାରେ ପ୍ରତିଦିନ ରାଜ୍ୟରେ ଚାଷୀ ପ୍ରାଣ ହରାଉଥିବା ଦୁଃଖ ର କଥା। ରାଜ୍ୟ ସରକାର ଙ୍କ ଉପରେ ଚାଷୀ କୁଳର ଆଉ ଭରସା ନାହିଁ। ତୁରନ୍ତ ଚାଷୀ ଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ଦେବା ପାଇଁ ଶ୍ରୀ ପଟ୍ଟନାୟକ ସରକାରଙ୍କ ନିକଟରେ ଦୃଢ଼ ଦାବୀ ଜଣାଇଛନ୍ତି। ସେ ସବୁବେଳେ ଚାଷୀ ମାନଙ୍କ ସହ ଅଛନ୍ତି ବୋଲି ବୋଲି ଆଶ୍ୱାସନା ଦେଇଥିଲେ।
ଏହି ଗସ୍ତ ଅବସରରେ ଗତକାଲି ପ୍ରାଣ ହରାଇଥିବା ବାଲିକୁଦା ସାରଣ ଗାଁ ର ଯୁବ ଚାଷୀ କୃତିବାସ ସ୍ୱାଇଁ ଙ୍କ ପରିବାର କୁ ଭେଟି ଶ୍ରୀ ପଟ୍ଟନାୟକ ସାନ୍ତ୍ୱନା ଜଣାଇଥିଲେ।