Tuesday, January 20, 2026 03:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

by Our Correspondent
01 Nov, 2022- 04:51 PM
in Latest News, News
1 min read
0
୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନ୍ୟ ଜଣଙ୍କ ପେନସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି, ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର । ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ଫିଡବ୍ୟାକ୍ ଭିତ୍ତି ରେ ଏହି କଠୋର ପଦକ୍ଷେପ ନିଆଯାଇଥିବା କୁହାଯାଇଛି ।

ନବକିଶୋର ସାମଲ(ସୁପରିଟେଣ୍ଡିଂ ଇଞ୍ଜିନିୟର): କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗମ୍ଭୀର ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଶ୍ରୀମତୀ ସ୍ୱର୍ଣ୍ଣଭା ଦାସ(ସିଡିପିଓ ): କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ଶ୍ରୀମତୀ ସ୍ୱର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ଦାମୋଦର ମହାଲିକ(ବିଡିଓ): ବୌଦ ଜିଲ୍ଲା କଣ୍ଟାମାଳ ବ୍ଲକ୍ ର ପୂର୍ବତନ ବିଡିଓ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ପଞ୍ଚାନନ ବାରିକ(ତହସିଲଦାର): ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ମଳୟ କିଶୋର ନାୟକ(ଡିଏସ୍‌ପି): ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ପ୍ରକାଶ ଚନ୍ଦ୍ର ପାତ୍ର(ସପ୍ଲାଇ ଇନ୍ସପେକ୍ଟର): ଗଜପତି ଜିଲ୍ଲା ମୋହନା ବ୍ଲକ୍ ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ମନୋଜ କୁମାର ବେଉରା(ଜୁନିଅର ଇଞ୍ଜିନିୟର): କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍‌ର ପୂର୍ବତନ ଜୁନିଅର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକ୍‌ର ଜୁନିଅର ଇଞ୍ଜିନିୟର ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ଜୟନ୍ତ ନାରାୟଣ ପଣ୍ଡା(ଆସିଷ୍ଟାଣ୍ଟ ଇଞ୍ଜିନିୟର): ସୁନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

ପ୍ରସନ୍ନ କୁମାର ପାଣି(ଆସିଷ୍ଟାଣ୍ଟ ଇଞ୍ଜିନିୟର): ଢେଙ୍କାନାଳ RWSS Divisionର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି। ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲାରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥଗିତ ରଖାଯାଇଛି।

ଦୁଷ୍ମନ୍ତ କୁମାର ନାୟକ(ଜୁନିଅର ଇଞ୍ଜିନିୟର): କୋରାପୁଟ ନନ୍ଦପୁର ବ୍ଲକ୍‌ର ଦାୟିତ୍ବରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଦୁଷ୍ମନ୍ତ କୁମାର ନାୟକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ସୋମନାଥ ପଣ୍ଡା(ସିନିଅର ମ୍ୟାନେଜର): ଭୁବନେଶ୍ୱର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

କୁଞ୍ଜବିହାରୀ ମହାପାତ୍ର(ଜୁନିଅର ଇଞ୍ଜିନିୟର): ଭୁବନେଶ୍ୱର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

କ୍ଷୀରୋଧ ଚନ୍ଦ୍ର ରାଉତ(ଟ୍ୟାକ୍ସ କଲେକ୍ଟର): ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଦିଲ୍ଲିପ କୁମାର ଦିଗଲ(ଫରେଷ୍ଟ ରେଞ୍ଜର): ବୌଦ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଦିଲ୍ଲିପ କୁମାର ଦିଗଲ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

Previous Post

ଧାମନଗର ବିକାଶ ମୁଁ ନିଜେ ଦେଖିବି: ମୁଖ୍ୟମନ୍ତ୍ରୀ

Next Post

୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

Next Post
୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19150 shares
    Share 7660 Tweet 4788
  • ନବୀନ..ନବୀନ, ମୋହନ..ମୋହନ

    16594 shares
    Share 6638 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA