Saturday, April 25, 2026 02:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସଂଗ୍ରାମ ଓ ଦେଶାତ୍ମବୋଧରେ ନେତାଜୀଙ୍କ ନାମ ସର୍ବାଗ୍ରେ ରହିଛି ଓ ରହିଥିବ: ମୁଖ୍ୟମନ୍ତ୍ରୀ

କଟକରେ ନେତାଜୀ ଜୟନ୍ତୀ, ପରାକ୍ରମ ଦିବସ ପାଳିତ

by Our Correspondent
23 Jan, 2025- 08:41 PM
in Latest News, News
1 min read
0
ସଂଗ୍ରାମ ଓ ଦେଶାତ୍ମବୋଧରେ ନେତାଜୀଙ୍କ ନାମ ସର୍ବାଗ୍ରେ ରହିଛି ଓ ରହିଥିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନେତାଜୀ ଥିଲେ ଅଦମ୍ୟ ସାହସର ମୂର୍ତ୍ତିମନ୍ତ ପ୍ରତୀକ । ତାଙ୍କ ଜନ୍ମର 100 ବର୍ଷ ପରେ ମଧ୍ୟ ଯେତେବେଳେ ସଂଗ୍ରାମ ଓ ଦେଶାତ୍ମବୋଧର ଆଲୋଚନା ହୁଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମ ସର୍ବାଗ୍ରେ ରହିଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଠାରେ ପରାକ୍ରମ ଦିବସ ପାଳନ ଅବସରରେ କହିଛନ୍ତି ।

ବାରବାଟୀ ଦୁର୍ଗର ସତ୍ୟବ୍ରତ ଷ୍ଟାଡିୟମ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 128ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଆୟୋଜିତ ପରାକ୍ରମ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ବ୍ରିଟିଶ ଶାସନ ବିରୋଧରେ ନେତାଜୀଙ୍କ ବୀରତ୍ୱ ଓ ଯୁଦ୍ଧ କୌଶଳ ଦେଶର ସ୍ୱାଧୀନତା ପାଇଁ ଏକ ମୁଖ୍ୟ କାରଣ ଥିଲା । ଏହି ବୀର ଜନନାୟକଙ୍କୁ ସମ୍ମାନ ଅର୍ପଣ କରିବା ପାଇଁ ତାଙ୍କ ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 2021 ଜାନୁଆରୀ 19 ତାରିଖରୁ ଘୋଷଣା କରିଛନ୍ତି । ଓଡିଶାର ଏହି ବୀର ସନ୍ତାନଙ୍କ ଜନ୍ମ ସହରରେ ତାଙ୍କ ଜନ୍ମ ଦିବସକୁ ପାଳନ କରିବା ଆମ ପାଇଁ ବଡ ସୌଭାଗ୍ୟର ଅବସର ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଅନେକ ଐତିହାସିକ ଓ ସେ ସମୟର ବ୍ରିଟିଶ ଶାସକ ମାନେ ମଧ୍ୟ ସ୍ୱୀକାର କରିଛନ୍ତି ଯେ, ନେତାଜୀଙ୍କ ସଶସ୍ତ୍ର ସଂଗ୍ରାମ ହୋଇନଥିଲେ, ହୁଏତ ଆହୁରି କିଛି ବର୍ଷ ବ୍ରିଟିଶ ସରକାର ଭାରତରେ ଶାସନ କରିପାରିଥାନ୍ତେ । ନେତାଜୀଙ୍କ ବୀରତ୍ୱ ଓ ସଂଗ୍ରାମକୁ ସମ୍ମାନ ପ୍ରଦର୍ଶନ କରି ଆମ ପ୍ରଧାନମନ୍ତ୍ରୀ 2018 ଡିସେମ୍ବର 30 ତାରିଖରେ ଭାରତ ବର୍ଷର ରସ୍ ଦୀପକୁ ନେତାଜୀ ସୁଭାଷ ବୋଷ ଦୀପ ଭାବେ ନାମ କରଣ କରିଛନ୍ତି ବୋଲି ସେ କହିଥିଲେ ।

ସେ ପୁଣି କହିଥିଲେ ଆଜି ତାଙ୍କ ଜନ୍ମ ସହର କଟକ ସାରା ଦେଶରେ ଗର୍ବିତ । କଟକର ଓଡିଆ ବଜାର ହେଉଛି ନେତାଜୀଙ୍କ ଜନ୍ମସ୍ଥାନ । ତାଙ୍କ ବାଲ୍ୟ ଜୀବନ ଏହିଠାରେ ହିଁ କଟିଛି । ରେଭେନ୍ସା କଲିଜିଏଟ୍ ସ୍କୁଲର ସେ ଜଣେ ମେଧାବୀ ଛାତ୍ର ଥିଲେ । କଟକରୁ ହିଁ ନେତାଜୀ ସୁଭାଷଙ୍କ ହୃଦୟରେ ଇଂରେଜ ମାନଙ୍କ ବିରୋଧରେ ବିଦ୍ରୋହର ଗୁଞ୍ଜରଣ ସୃଷ୍ଟି ହୋଇଥିଲା ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ନେତାଜୀ ଆମ ଇତିହାସ ପୃଷ୍ଠାର ଏଭଳି ଜଣେ ନାୟକ ଥିଲେ ଯାହାଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ପଢିଲେ ଦେହରେ ରୋମାଞ୍ଚ ଭରିଉଠିବା ସହିତ ଆଖିରେ ଦୁଇ ଠୋପା ଲୁହ ମଧ୍ୟ ଜକେଇ ଆସେ । ଉଭୟ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଗଭୀର ପ୍ରଭାବ ଥିଲା । ଏକ ମୁକ୍ତ ଭାରତ ପ୍ରତି ତାଙ୍କର ପ୍ରତିବଦ୍ଧତା, ଦୃଷ୍ଟିକୋଣ ଏବଂ ନିର୍ଭିକ ନେତୃତ୍ୱ ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିଛି ଓ ରହିଥିବ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନ ଓ କଟକ ସହିତ ତାଙ୍କ ସମ୍ପର୍କ ବିଷୟରେ ଆଗାମୀ ପିଢିଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି । ଏଭଳି ଜଣେ ଦେଶଭକ୍ତ ଓ ସଂଗ୍ରାମୀଙ୍କ ବିଷୟରେ ଆମ ଯୁବପିଢି ବିସ୍ତୃତ ଭାବେ ପଢିବା ଆବଶ୍ୟକ ବୋଲି ସେ କହିଥିଲେ ।

ଏହି ଅବସରରେ କାର୍ଯ୍ୟକ୍ରମରେ ଉପସ୍ଥିତ ଆଇ.ଏନ.ଏ ଭେଟେରାନ ଲେପ୍ଟନାଣ୍ଟ ଆର୍. ମାଧବନ ପିଲାଇଙ୍କୁ ମୁଖ୍ୟମନ୍ତ୍ରୀ ସଭାମଞ୍ଚରୁ ଓହ୍ଲାଇ ସମ୍ବର୍ଦ୍ଧିତ କରିଥିଲେ ।

ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଓଡିଶା ସରକାରଙ୍କ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଏକ ଭିଡିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା । କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ସତ୍ୟବ୍ରତ ଷ୍ଟାଡିୟମ ଠାରେ ନେତାଜୀଙ୍କ ଜୀବନୀ ସମ୍ବନ୍ଧିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଛି ।

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ସିଂହଦେଓ, କେନ୍ଦ୍ର ସଂସ୍କୃତି ସଚିବ  ଅରୁଣିଶ ଚାୱଲା ପ୍ରମୁଖ ଉପସ୍ଥିତ ଥିଲେ ।

ଆଇ.ଏନ୍.ଏ ଟ୍ରଷ୍ଟର ଅଧ୍ୟକ୍ଷ ବ୍ରିଗେଡିଅର ଆର.ଏସ୍ ଚିକାରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗର ମହାନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚିବା ପରେ ପ୍ରଥମେ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀକୁ ଯାଇ ନେତାଜୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏକ ଚିତ୍ରକଳା ପ୍ରଦର୍ଶନୀ ବୁଲି ଦେଖିଥିଲେ ।

Previous Post

ଲଢ଼ାଲଢ଼ି ହେବେ ସୁରମା-ପ୍ରମିଳା

Next Post

କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

Next Post
କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

କିଟରେ ବ୍ଲୁ ଇକୋନୋମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA