Thursday, May 21, 2026 07:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା

ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସମ୍ପର୍କରେ ଆଲୋଚନା

by Our Correspondent
27 May, 2025- 09:59 PM
in Latest News, News
1 min read
0
ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା

ଭୁବନେଶ୍ୱର: ସଚିବ ସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରାବଧାନ ଅନୁସାରେ ଚଳିତ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ଗତ ବର୍ଷ ତୁଳନାରେ ୬୬ ପ୍ରତିଶତ ଖର୍ଚ୍ଚ ବୃଦ୍ଧି ଘଟିଛି । ବଜେଟ୍ ପ୍ରାବଧାନ ଅନୁସାରେ ପ୍ରତି ବିଭାଗମାନେ ନିଜ ନିଜ ସ୍ତରରେ ପ୍ରତିମାସରେ କାର୍ଯ୍ୟ ଅଗ୍ରଗତି ଓ ତଦନୁସାରେ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ବିଭିନ୍ନ ମାଧ୍ୟମରୁ ସଂଗୃହିତ ନିଜସ୍ୱ କର ଆଦାୟ ଓ ଅଣକର ଆଦାୟ ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ୨୦୨୫-୨୬ ବଜେଟ୍ ରେ ରହିଥିବା ନୂଆ ଯୋଜନାର କାର୍ଯ୍ୟକାରିତା ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।

ବିଭିନ୍ନ ବିଭାଗରେ ଓସ୍ୱାସ୍ ବା କମ୍ପ୍ୟୁଟରୀକରଣ ବ୍ୟବସ୍ଥାରେ ସରକାରୀ ନଥି ପ୍ରୋସେସିଂ କାର୍ଯ୍ୟ ସାଧାରଣତଃ ସହକାରୀ ଉପ ବିଭାଗ ଅଧିକାରୀ, ଉପ ବିଭାଗ ଅଧିକାରୀ(ଏଏସ୍ଓ-ଏସ୍ଓଙ୍କ) ଠାରୁ ଆରମ୍ଭ ହୋଇ ବିଭିନ୍ନ ଉପରିସ୍ଥ ଅଧିକାରୀଙ୍କ ସ୍ତର ଦେଇ ପ୍ରାୟ ୫-୬ଟି ପର୍ୟ୍ୟାୟରେ ଶେଷରେ ବିଭାଗୀୟ ସଚିବଙ୍କ ନିକଟରେ ପରବର୍ତ୍ତୀ ନିଷ୍ପତ୍ତି ବା ଆଦେଶ ପାଇଁ ନଥି ପହଁଚୁ ଥିବାରୁ ସରକାରୀ କାର୍ଯ୍ୟ ବିଳମ୍ବିତ ହେଉଥିବା ପରିଲକ୍ଷିତ ହେଉଛି।

ଆଗାମୀ ଦିନରେ ଏହି ପ୍ରକ୍ରିୟାକୁ ସରଳ କରାଯାଇ ଯେପରି ସର୍ବାଧିକ ୩ଟି ସ୍ତର ଦେଇ ନିଷ୍ପତ୍ତି ପ୍ରଦାନକାରୀ କର୍ତ୍ତୃପକ୍ଷଙ୍କ ନିକଟରେ ନଥି ପହଁଚିବ, ସେଥିପାଇଁ ଏହି ବିଭିନ୍ନ ସ୍ତରୀୟ ବ୍ୟବସ୍ଥାକୁ କମାଯାଇ (ଡିଲେୟାରିଂ) ପ୍ରକ୍ରିୟାରେ ଏହି ବ୍ୟବସ୍ଥାର ସରଳୀକରଣ କରାଯିବ । ଫଳରେ ସରକାରୀ କାର୍ଯ୍ୟ, ସେବା ପ୍ରଦାନ ଓ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ଏଥିପାଇଁ ବିଭିନ୍ନ ବିଭାଗରୁ ମତାମତ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି ଓ ଖୁବ୍ ଶିଘ୍ର ତାହା କାର୍ୟ୍ୟକାରୀ ହେବା ପାଇଁ ବିଧିବଦ୍ଧ ନିଷ୍ପତ୍ତି ନିଆଯିବା ସଂପର୍କରେ ଉନ୍ନୟନ କମିଶନର ତଥା  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଲୋଚନା କରିଥିଲେ । ସେହିପରି ଆଗାମୀ ଦିନରେ କେତେକ ବିଭାଗ ତରଫରୁ ଆଗତ ହେବାକୁ ଥିବା ବିଭିନ୍ନ ନୀତି ଓ ନିର୍ଦ୍ଦେଶାବଳୀ ସଂପର୍କରେ ଚୂଡ଼ାନ୍ତ ପ୍ରସ୍ତାବ ପାଇଁ ବିଭାଗମାନଙ୍କୁ ପରାମର୍ଶ ଦିଆଯାଇଛି ।

ବୈଠକରେ ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ୍ ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ରାଜ୍ୟସ୍ତରରେ ଏବଂ ଜିଲ୍ଲାସ୍ତରୀୟ କାର୍ୟ୍ୟକ୍ରମ ଆୟୋଜନ ନିମନ୍ତେ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ତଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସଆରସି ଦେଓରଞ୍ଜନ କୁମାର ସିଂ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିକାଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ପ୍ରମୁଖ ଶାସନ ସବିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Previous Post

ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ-୨ରେ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ପାଳିତ

Next Post

ମୋହନ ସରକାରଙ୍କ ପୂର୍ତ୍ତି ପାଳନ ପାଇଁ ବଡ଼ ଆୟୋଜନ

Next Post
ମୋହନ ସରକାରଙ୍କ ପୂର୍ତ୍ତି ପାଳନ ପାଇଁ ବଡ଼ ଆୟୋଜନ

ମୋହନ ସରକାରଙ୍କ ପୂର୍ତ୍ତି ପାଳନ ପାଇଁ ବଡ଼ ଆୟୋଜନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA