Friday, June 26, 2026 03:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୦୪୭ ସୁଦ୍ଧା ଓଡ଼ିଶା ଅର୍ଥନୀତି ୧.୫୦ ଟ୍ରିଲିଅନ୍ ଡଲାର ପହଞ୍ଚିବା ଲକ୍ଷ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ସିଇଓ

by Our Correspondent
06 Aug, 2024- 09:07 PM
in Latest News, News
1 min read
0
୨୦୪୭ ସୁଦ୍ଧା ଓଡ଼ିଶା ଅର୍ଥନୀତି ୧.୫୦ ଟ୍ରିଲିଅନ୍ ଡଲାର ପହଞ୍ଚିବା ଲକ୍ଷ୍ୟ

ଭୁବନେଶ୍ୱର: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ Vision Document ୨୦୩୬ ଏବଂ Vision Document ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି। ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ Growth Engine ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି Vision Document ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ।

ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି। ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର। ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି Vision Document ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ।

ଆଲୋଚନାରୁ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ Vision Document ପ୍ରସ୍ତୁତ କରାଯିବ ବୋଲି ଜଣା ଯାଇଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। Vision Documentର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର Action Plan ମଧ୍ୟ ପ୍ରସ୍ତୁତ କରାଯିବ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନୀତି ଆୟୋଗର ସିଇଓ ଏବଂ ଅଧିକାରୀମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ସମସ୍ତ ବିଭାଗର ସଚିବ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ସମ୍ ରେ ଜଟିଳ ଯକୃତ ସମସ୍ୟାରେ ପୀଡ଼ିତ ବାଳିକାର ପ୍ଲାଜମ୍ ଏକ୍ସଚେଞ୍ଜ ଦ୍ୱାରା ସଫଳ ଚିକିତ୍ସା

Next Post

ମମତାଙ୍କ ଜାଗାରେ କିଏ ?

Next Post
ମମତାଙ୍କ ଜାଗାରେ କିଏ ?

ମମତାଙ୍କ ଜାଗାରେ କିଏ ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA