ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଏଥିରେ ରେକର୍ଡ ସଂଖ୍ୟକ ୯୬.୪ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ହୋଇଛି । ଛାତ୍ରୀଙ୍କ ପାସ୍ ହାର ୯୭.୦୫% ହୋଇଥିବା ବେଳେ ଛାତ୍ରଙ୍କ ପାସ୍ ହାର ରହିଛି ୯୫.୭୫% । ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଥିଲେ ।
୩,୨୨୨ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି । କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍ ହାର ସର୍ବାଧିକ ୯୭.୯୯% । ଏ୧ରେ ୪,୧୫୮, ଏ-୨ ରେ୨୯,୮୩୮, ବି-୧ରେ ୭୭,୫୬୭, ବି-୨ରେ ୧,୧୮,୭୫୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।
ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ମନ୍ତ୍ରୀ ଶ୍ରୀମତୀ ମଲ୍ଲିକ ସୂଚନା ଦେଇଛନ୍ତି । ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନ ଥିଲା । ଫେଲ୍ କିମ୍ବା ଡ୍ରପ୍ ଆଉଟ୍ ହୋଇଥିବା ପିଲାଙ୍କ ପାଇଁ ଏହି ପରୀକ୍ଷା ହେବ । ଖୁବ୍ ଶୀଘ୍ର ଏହାର ତାରିଖ ଘୋଷଣା ହେବ ।