Saturday, June 27, 2026 07:43 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ନୂଆ’ ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ମୋହର

ରାଜ୍ୟ କ୍ୟାବିନେଟ୍ ରେ ୧୯ ପ୍ରସ୍ତାବ ମଂଜୁର

by Our Correspondent
11 Aug, 2023- 06:01 PM
in Latest News, News
1 min read
0
‘ନୂଆ’ ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରତିବର୍ଷ ୧ ଲକ୍ଷ ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ୩୮୫ କୋଟି ଟଙ୍କା ବ୍ୟୟରେ ନୂତନ ଉନ୍ନତ ଅଭିଲାଷା(ନୂଆ) ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ୍ ମୋହର ଲାଗିଛି । ଉନ୍ନତମାନର ପ୍ରଶିକ୍ଷଣ ପ୍ରଦାନ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହନ ଏବଂ ଦକ୍ଷ ମାନବ ସମ୍ବଳ ସୃଷ୍ଟି କରିବା ହେଉଛି ଏହି ଯୋଜନାର ଲକ୍ଷ୍ୟ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକର ଏହି ନିଷ୍ପତ୍ତି ସଂକ୍ରାନ୍ତରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି ।

ନୂଆ ଓଡ଼ିଶା ଯୋଜନା ହସ୍ତଶିଳ୍ପ, ହସ୍ତତନ୍ତ, କୃଷି ଇତ୍ୟାଦି ପାରମ୍ପରିକ କ୍ଷେତ୍ରରେ ନୂଆ ଜ୍ଞାନ କୌଶଳର ବ୍ୟବହାରରେ ଥିବା ଦକ୍ଷତା ବ୍ୟବଧାନକୁ ଦୂର କରିବାରେ ସହାୟକ ହେବ । ଏଥିରେ ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା, ବିଦ୍ୟମାନ ଛାତ୍ରଛାତ୍ରୀଙ୍କ ପାଇଁ ଆଡ୍ ଅନ୍ ସ୍କିଲ୍ ପାଠ୍ୟକ୍ରମ, ଉଚ୍ଚ ଅନୁଷ୍ଠାନରେ ଯୁବକମାନଙ୍କ ପାଇଁ ଡିଜିଟାଲ ଓ ଇ-ପାଠ୍ୟକ୍ରମ, ବିଭିନ୍ନ ଅନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ପାଇଁ ନିଯୁକ୍ତି ଦକ୍ଷତା ଇତ୍ୟାଦି ରଖାଯିବ ।

ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଥିବା ଆଇଟିଆଇ ପଲିଟେକ୍ନିକ୍ ସରକାରୀ ଦକ୍ଷତା ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, କ୍ଲଷ୍ଟର୍(ଏମଏସଏମଇ, କୃଷି, ହସ୍ତଶିଳ୍ପ ଇତ୍ୟାଦି) ମାଧ୍ୟମରେ ଦକ୍ଷତା, ରିସ୍କିଲିଂ ଏବଂ ଅପସ୍କିଲିଂ ସୁଯୋଗ ଯୋଗାଇ ଦିଆଯିବ ।

ଓଡ଼ିଶା ଅର୍ଥନୈତିକ ସଶକ୍ତିକରଣ ଦିଗରେ ଦକ୍ଷତା ମାଧ୍ୟମରେ ରାଜ୍ୟବାସୀଙ୍କ ଜୀବନରେ ପରିବର୍ତ୍ତନ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ଏହା ପ୍ରତିଫଳନ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ରାଜ୍ୟର ୪୩୭୩ ଟି ବ୍ୟାଙ୍କ ବିହୀନ ଗ୍ରାମ ପଞ୍ଚାୟତରେ ସିଏସପି ପ୍ଲସ୍ ବ୍ୟାଙ୍କିଙ୍ଗ୍ ଆଉଟଲେଟ୍ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇ ଦିଆଯିବ । ଏଥିପାଇଁ ୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ବ୍ୟାଙ୍କିଙ୍ଗ୍ ସେବା ପାଇଁ ରାଜ୍ୟ ସରକାର ୫ ବର୍ଷ ପର୍ଯ୍ୟନ୍ତ ନିଶୁଳ୍କ ଗୃହ ପ୍ରଦାନ କରିବେ । ଏହା ବ୍ୟତୀତ ରାଜ୍ୟ ସରକାର ଏକକାଳୀନ ସ୍ଥାୟୀ ଖର୍ଚ୍ଚ ଏବଂ ୩ ବର୍ଷ ପାଇଁ ଆବର୍ତ୍ତୀ(ରିକରିଂ) ଖର୍ଚ୍ଚ ବହନ କରିବେ ।

ସେହିଭଳି ଓଡ଼ିଶା ମିଲେଟ୍ ମିଶନ୍ ପାଇଁ ରାଜ୍ୟ କ୍ୟାବିନେଟ୍ ୨୦୨୩-୨୪ ରୁ ୨୦୨୬-୨୭ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୨,୬୮୭.୪୫୮୭ କୋଟି ଟଙ୍କା ଅନୁମୋଦନ କରିଛନ୍ତି ।

ଏହାକୁ ମିଶାଇ ରାଜ୍ୟ କ୍ୟାବିନେଟ୍ ରେ ମୋଟ ୧୯ ପ୍ରସ୍ତାବକୁ ମଂଜୁରୀ ମିଳିଛି ।

Previous Post

ଘରୋଇ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବହି

Next Post

ଶେଷରେ ସୁଶାନ୍ତ ବି ଚାଲିଗଲେ..

Next Post
ଶେଷରେ ସୁଶାନ୍ତ ବି ଚାଲିଗଲେ..

ଶେଷରେ ସୁଶାନ୍ତ ବି ଚାଲିଗଲେ..

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA