Friday, October 2, 2026 02:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଫୁଟପାଥ୍ ବେପାରୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

୧ ଲକ୍ଷ ୧ ହଜାର ବିକ୍ରେତା ପାଇଲେ ୩୦୦୦ ଟଙ୍କା କୋଭିଡ ସହାୟତା

by Our Correspondent
24 Dec, 2021- 09:03 PM
in Latest News, News
1 min read
0
ଫୁଟପାଥ୍ ବେପାରୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଫୁଟପାଥ୍ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ୱ ତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଫୁଟପାଥ୍ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ୱପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ୱେ, ଫୁଟପାଥ୍ ବିକ୍ରେତା ମାନଙ୍କର ଗୁରୁତ୍ୱ ରହିଛି ଓ ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ଫୁଟପାଥ୍ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଭୁବନେଶ୍ୱରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଠିକ୍‌ ସମୟରେ ସେମାନଙ୍କୁ ସାହାଯ୍ୟ କରିଛନ୍ତି । ଦୁଇ ଥର ସାହାଯ୍ୟ ପାଇବା ପରେ ଆଜି ତୃତୀୟ ଥର ସହଯୋଗର ହାତ ବଢାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନା, ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନରମାନେ ଏବଂ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ନିୟମିତ ହେବେ ୩୩୨୮ ବହୁଭାଷୀ ଶିକ୍ଷା ସହାୟକ

Next Post

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

Next Post
ସୋଆର ୨୫ ବର୍ଷ ପୂର୍ତ୍ତି  ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA